ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୪୭୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୧୭ ହଜାର ୫୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଲକ୍ଷ ୧୩ ହଜାର ୩୭୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫ କୋଟି ୯୦ ଲକ୍ଷ ୪୪ ହଜାର ୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୧୩ ଲକ୍ଷ ୭୫ ହଜାର ୯୮୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସଂକ୍ରମଣ ହାର କମୁଥିବାବେଳେ ବ୍ୟାପୁଥିବା ଡେଲ୍ଟା ଭାରିଆଣ୍ଟ୍‌ ପ୍ରତି ଚିନ୍ତା କରିବା ଅନାବଶ୍ୟକ ବୋଲି ବିଶେଷଜ୍ଞ କହିଛନ୍ତି। ଭାକ୍ସିନ୍‌ର ଦୁଇଟି ଡୋଜ୍‌ ନେଲେ ଏହା ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ତେଣୁ ସଭିଏଁ ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ଜରୁରୀ ବୋଲି ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଦୁଇ ପୁଅଙ୍କ ପାଇଁ ଏତିକି ଟଙ୍କାର ସମ୍ପତ୍ତି ରଖିଛନ୍ତି ଭାରତୀ ସିଂ, ସ୍ବାମୀଙ୍କ ହର୍ଷଙ୍କ ପାଖରେ ଅଛି…

ମୁମ୍ବାଇ,୨୦ା୧୨: କମେଡି କୁଇନ୍‌ ଭାରତୀ ସିଂଙ୍କ ଘରେ ପୁଣି ଥରେ ହସ ଫୁଟିଛି। ଏହି କମେଡି କୁଇନ୍‌ ଜଣେ ଛୋଟ ରାଜକୁମାରଙ୍କ ମା’ ହୋଇଛନ୍ତି। ଭାରତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri