ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍‌ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍‌ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୪୭୧ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୨୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୧୭ ହଜାର ୫୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୯ ଲକ୍ଷ ୧୩ ହଜାର ୩୭୮ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୫ କୋଟି ୯୦ ଲକ୍ଷ ୪୪ ହଜାର ୭୨ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୧୩ ଲକ୍ଷ ୭୫ ହଜାର ୯୮୪ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଦେଶରେ କରୋନା ସଂକ୍ରମଣ ହାର କମୁଥିବାବେଳେ ବ୍ୟାପୁଥିବା ଡେଲ୍ଟା ଭାରିଆଣ୍ଟ୍‌ ପ୍ରତି ଚିନ୍ତା କରିବା ଅନାବଶ୍ୟକ ବୋଲି ବିଶେଷଜ୍ଞ କହିଛନ୍ତି। ଭାକ୍ସିନ୍‌ର ଦୁଇଟି ଡୋଜ୍‌ ନେଲେ ଏହା ଡେଲ୍ଟା ଭାରିଆଣ୍ଟ୍‌କୁ ପ୍ରଭାବହୀନ କରିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ତେଣୁ ସଭିଏଁ ଭାକ୍ସିନ୍‌ର ଦୁଇ ଡୋଜ୍‌ ନେବା ଜରୁରୀ ବୋଲି ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri