ଦିଲ୍ଲୀରୁ ଖୁସି ଖବର: ନୂଆ ଔଷଧକୁ ମିଳିଲା ମଞ୍ଜୁରୀ, ଅକ୍ସିଜେନ୍‌ ଆବଶ୍ୟକତା ହେବ କମ୍‌…

ନୂଆଦିଲ୍ଲୀ,୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍‌ ଅଭାବ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ସରକାର ଜରୁରୀକାଳୀନ ସ୍ଥିତିରେ ପ୍ରୟୋଗ କରିବା ଲାଗି ନୂଆ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌(୨-ଡିଜି)କୁ ମଞ୍ଜୁରୀ ମିଳିଛି। ଏହାକୁ ଡିଆର୍‌ଡିଓ ପକ୍ଷରୁ ବିକଶିତ କରାଯାଇଛି। ଏହାକୁ ଡ୍ରଗ୍‌ କଣ୍ଟ୍ରୋଲର ଅଫ୍‌ ଇଣ୍ଡିଆଙ୍କ ପକ୍ଷରୁ ବ୍ୟବହାର କରାଯିବା ଅନୁମତି ଦିଆଯାଇଛି। ଏହି ଔଷଧକୁ ଡିଆର୍‌ଡିଓର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ନ୍ୟୁକ୍ଲିୟର ମେଡ଼ିସିନ୍‌ ଆଣ୍ଡ୍‌ ଆଲାଏଡ୍‌ ସାଇନ୍ସ୍‌ ଏବଂ ହାଇଦ୍ରାବାଦ୍‌ର ସେଣ୍ଟର ଫର୍‌ ସେଲୁଲାର୍‌ ଆଣ୍ଡ୍‌ ମଲିକ୍ୟୁଲାର ବାୟୋଲୋଜିର ମିଳିତ ସହଯୋଗରେ ପ୍ରସ୍ତୁତ କରାଯାଇଛି। ଏହାର ଉତ୍ପାଦନ ଦାୟିତ୍ୱ ହାଇଦ୍ରାବାଦ୍‌ସ୍ଥିତ ଡ. ରେଡ୍ଡୀ ଲାବୋରେଟୋରୀଜ୍‌କୁ ପ୍ରଦାନ କରାଯାଇଛି। ଏହି ଔଷଧ ପ୍ରୟୋଗ ଦ୍ୱାରା କରୋନା ଆକ୍ରାନ୍ତଙ୍କ ପାଇଁ ଅକ୍ସିଜେନ୍‌ର ଆବଶ୍ୟକତା କମ୍‌ ପଡ଼ିବ। ଏହାର କ୍ଲିନିକାଲ ଟ୍ରାଏଲ୍‌ ସଫଳ ରହିଛି। ଏହାର ପ୍ରଯୋଗ ଦ୍ୱାରା କରୋନା ଆକ୍ରାନ୍ତ ଶୀଘ୍ର ରୋଗମୁକ୍ତ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri