ଦିଲ୍ଲୀରୁ ଖୁସି ଖବର, ୨ ସପ୍ତାହ ମଧ୍ୟରେ ପିଲାଙ୍କ ପାଇଁ ଭାକ୍ସିନ୍‌…

ନୂଆଦିଲ୍ଲୀ,୪।୮: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମରରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀରୁ ଖୁସି ଖବର ଆସିଛି। ଆସନ୍ତା ୨ ସପ୍ତାହ ମଧ୍ୟରେ ୧୨ ବର୍ଷରୁ ୧୮ ବର୍ଷ ବୟସ୍କ ପିଲାଙ୍କ ଲାଗି ଭାକ୍ସିନ୍‌ ଆସିବାର ସମ୍ଭାବନା ରହିଛି। ଜାଡ଼ିୟସ୍‌ କାଡ଼ିଲା ଦ୍ୱାର ପ୍ରସ୍ତୁତ କରାଯାଇଥିବା ଜାଇକୋଭ୍‌-ଡି ଭାକ୍ସିନ୍‌କୁ ମଞ୍ଜୁରୀ ମିଳିବାର ଆଶା ରହିଥିବା ନୀତି ଆୟୋଗର ସ୍ବାସ୍ଥ୍ୟ ସଦସ୍ୟ ଡ. ବି.କେ, ପଲ୍‌ ସୂଚନା ଦେଇଛନ୍ତି। ଏହି ଭାକ୍ସିନ୍‌ ୬୬.୬୦ ପ୍ରତିଶତ ପ୍ରଭାବଶାଳୀ ବୋଲି କାଡ଼ିଲା ପକ୍ଷରୁ କୁହାଯାଇଛି। ଏହାରି ତିନି-ଡୋଜ ୪ସପ୍ତାହ ଅନ୍ତରରେ ଦିଆଯିବ। ଏହାକୁ ୨ରୁ୮ ଡିଗ୍ରୀ ସେଲସିୟସ ତାପମାତ୍ରା ମଧ୍ୟରେ ରଖାଯିବ। ଏହା ହେଉଛି ପ୍ରଥମ ପ୍ଲାସମିଡ୍‌ ଡିଏନ୍‌ଏ ଭାକ୍ସିନ୍‌। ଏଥିରେ ଇଞ୍ଜେକ୍ସନ ବ୍ୟବହୃତ ହୁଏ ନାହିଁ। ଏହି ଭାକ୍ସିନ୍‌ ଛୁଞ୍ଚିମୁକ୍ତ। ଏହାକୁ ଜେଟ ଇଞ୍ଜେକ୍ଟର ମାଧ୍ୟମରେ ଦିଆଯିବ। କମ୍ପାନୀ ବାର୍ଷିକ ୧୦ରୁ ୧୨କୋଟି ଡୋଜ ପ୍ରସ୍ତୁତ କରିବାକୁ ଯୋଜନା କରିଛି। ୧୨ ବର୍ଷରୁ ଅଧିକ ପିଲାମାନଙ୍କ ଉପରେ ଜାଇକୋଭ୍‌-ଡି କରୋନା ଭାକ୍ସିନ୍‌ ପରୀକ୍ଷା କରାଯାଇଛି। ଏହା ଶୀଘ୍ର ଡିସିଜିଆଇରୁ ଅନୁମତି ପାଇବ ବୋଲି ଆଶା କରାଯାଉଛି। ଜାଇକୋଭ-ଡି ର ତୃତୀୟ ପର୍ଯ୍ୟାୟ ପରୀକ୍ଷା ଶେଷ ହୋଇଛି । ପ୍ରାୟ ୨୮ ହଜାର ଲୋକଙ୍କ ଉପରେ ପରୀକ୍ଷା ଶେଷ କରିବା ପରେ, କମ୍ପାନୀ ଜରୁରୀକାଳୀନ ବ୍ୟବହାର ପାଇଁ ଆବେଦନ କରିଛି। କାଡ଼ିଲା ବ୍ୟତୀତ ଅନ୍ୟ ଅନେକ କମ୍ପାନୀ ମଧ୍ୟ ପିଲାଙ୍କ ଭାକ୍ସିନ୍‌ ଉପରେ କାମ କରୁଛନ୍ତି। ୨ ରୁ ୧୮ ବର୍ଷ ବୟସର ପିଲାମାନଙ୍କ ଉପରେ ଭାରତ ବାୟୋଟେକର ପରୀକ୍ଷା ପ୍ରାୟ ଶେଷ ହୋଇଛି । କମ୍ପାନୀ ଶୀଘ୍ର ପରୀକ୍ଷା ଶେଷ କରିବା ପରେ ମଧ୍ୟବର୍ତ୍ତୀ ତଥ୍ୟ ସହିତ ଜରୁରୀକାଳୀନ ବ୍ୟବହାର ପାଇଁ ଆବେଦନ କରିବାକୁ ଯୋଜନା ରଖିଛି। ସେହିପରି ନୋଭାଭାକ୍ସ ପିଲାମାନଙ୍କୁ ପରୀକ୍ଷା କରିବାକୁ ଅନୁମତି ପାଇଛି। ଏଥି ସହିତ ବାୟୋ-ଇ ଭାକ୍ସିନ୍‌ ମଧ୍ୟ ପରୀକ୍ଷା ପାଇଁ ଅନୁମତି ଲୋଡ଼ିିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଅଦିନିଆ ରଥଯାତ୍ରା ଉପରେ ରୋକ: ନିର୍ଦ୍ଦେଶ ଦେଲେ ଜିଲାପାଳ

ଭୁବନେଶ୍ୱର,୧୦।୭: ରାଜସ୍ଥାନ ସିକରରେ ହେବାକୁ ଥିବା ଅଦିନିଆ ରଥଯାତ୍ରା ଉପରେ ରୋକ ଲଗାଯାଇଛି। ସିକର ଜିଲ୍ଲା ମାଜିଷ୍ଟ୍ରେଟ ରଥଯାତ୍ରା ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଅଦିନ ରଥଯାତ୍ରା…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଟ୍ରମ୍ପଙ୍କୁ ହତ୍ୟା ପାଇଁ ପୁଣି ବଡ଼ ଷଡ଼ଯନ୍ତ୍ର! ଇରାନର ନୂଆ ଚକ୍ରାନ୍ତକୁ ନେଇ ଆମେରିକାକୁ ଚେତାଇଲା…

ୱାଶିଂଟନ,୧୦।୭: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ସୈନ୍ୟ ସଂଘାତ ମଧ୍ୟରେ ଏକ ଗମ୍ଭୀର ଖବର ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ଇସ୍ରାଏଲର ଗୁପ୍ତଚର ସଂସ୍ଥା…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଚେତାବନୀ, ବିଶ୍ୱର ୯୨% ଲୋକଙ୍କ ଉପରେ ପଡ଼ୁଛି କର୍କଟ ରୋଗର ପ୍ରଭାବ

ନୂଆଦିଲ୍ଲୀ,୧୦ା୭(ପି.ଟି.): ବିଶ୍ୱ ଜନସଂଖ୍ୟାର ପ୍ରାୟ ୯୨% ଲୋକ ନିଜ ଜୀବନକାଳ ମଧ୍ୟରେ ଅନ୍ତତଃ ପକ୍ଷେ ଥରେ କର୍କଟ ରୋଗ ବା କ୍ୟାନ୍‌ସରର ସିଧାସଳଖ କିମ୍ବା ପରୋକ୍ଷ ପ୍ରଭାବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri