ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ ସାଧାରଣ ସମ୍ପାଦକ ଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କ ନାମ ଘୋଷଣା କରାଯାଇଛି। ଶଙ୍ଖଭବନରୁ ଏ ନେଇ ବିଜ୍ଞପ୍ତି ଜାରି ହୋଇଛି। ଏହି ଗୁରୁ ଦାୟିତ୍ୱ ପ୍ରଦାନ କରିଥିବାରୁ ଉଭୟ ଜିଲା ସଭାପତି ଜଗନ୍ନାଥ ସାରକା ଏବଂ ବିଜେଡିର ରାଜ୍ୟ ସାଧାରଣ ସମ୍ପାଦକ ସୁଧୀର ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଦଳୀୟ ସ୍ଥିତି ସୁଦୃଢ଼ କରିବା ସହ ସମନ୍ବୟ ରକ୍ଷା କରି ଦଳକୁ ଆଗେଇ ନେବି ବୋଲି ନୂତନ ସଭାପତି କହିଛନ୍ତି।

ସେହିପରି ନୂତନ ସାଧାରଣ ସମ୍ପାଦକ ଆସନ୍ତା ପୌର ନିର୍ବାଚନରେ ସହରର ସମସ୍ତ ୧୧ଟି ଓ୍ବାର୍ଡ ଦଳ ହାସଲ କରିବା ସହ ପରିଷଦର ଅଧ୍ୟକ୍ଷ ପଦବୀ ଅକ୍ତିଆର କରିବ ସେ ନେଇ ପ୍ରାଣମୁର୍ଚ୍ଛା ଉଦ୍ୟମ କରାଯିବ ବୋଲି ସୂଚନା ଦେଇଛନ୍ତି। ସଭାପତି ଓ ସାଧାରଣ ସମ୍ପଦକଙ୍କ ସମେତ ଏହି କମିଟିରେ ୧୧ ଜଣ ପଦବୀଧାରୀଙ୍କ ନାମ ଘୋଷଣା କରାଯାଇଛି। କମିଟିରେ ୩ ଜଣ ଉପସଭାପତି ଭାବେ ସଦାଶିବ ପାଣିଗ୍ରାହୀ, ସୁଶୀଲ ଗୁରୁ, ଗଣେଶ ଚନ୍ଦ୍ର ଲିମାଙ୍କ ନାମ ଘୋଷଣା ହୋଇଥିବା ବେଳେ ୫ ଜଣଙ୍କୁ କମିଟି ସମ୍ପାଦକ ଭାବେ ଦାୟିତ୍ୱ ଦିଆଯାଇଛି ସେମାନେ ହେଲେ ଅନିଲ କୁମାର ଶବର, ରବୀନ୍ଦ୍ର ନାଥ ପାତ୍ର, ଗଣେଶ କୁମାର ନାୟକ, ଦାମୋଦର ଗୌଡ଼ ଏବଂ ଲାକୋଜି ମାଝୀ। କୋଷାଧକ୍ଷ ଭାବେ ସତ୍ୟନାରାୟଣ ପଟନାୟକଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ନୂତନ ଭାବେ କମିଟିରେ ସ୍ଥାନ ପାଇଥିବା ସମସ୍ତ ନେତାଙ୍କୁ ବରିଷ୍ଠ ବିଜେଡି ନେତା ସନ୍ତୋଷ ମହାନ୍ତି ଓ କେଦାର ସାହୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ଆଗାମୀ ଦିନରେ ସମସ୍ତ ନୂତନ କମିଟି ସଦସ୍ୟଙ୍କୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି ସମ୍ମାନିତ କରାଯିବ ବୋଲି ସୂଚନା ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?