ଖୁସି ଖବର,ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ କହିଲା ସିଙ୍ଗାପୁର ସ୍ବାସ୍ଥ୍ୟବିଭାଗ…

ସିଙ୍ଗାପୁର,୪।୧୨: କରୋନାର ନୂତନ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ସଭିଏଁ ଆତଙ୍କିତ ହୋଇପଡ଼ିଥିବାବେଳେ ଖୁସି ଖବର ମିଳିଛି। ଓମିକ୍ରନ୍‌ ବିପଜ୍ଜନକ ହେବାର କୌଣସି ପ୍ରମାଣ ନାହିଁ ବୋଲି ସିଙ୍ଗାପୁର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁୂ ସୂଚନା ଜାରି ହୋଇଛି। କରୋନା ଭାଇରସର ନୂତନ ରୂପ, ଓମିକ୍ରନ, ଅନ୍ୟ ଭାରିଆଣ୍ଟ୍‌ ତୁଳନାରେ ଅଧିକ ବିପଜ୍ଜନକ କିମ୍ବା ଏହା ବିରୁଦ୍ଧରେ ବର୍ତ୍ତମାନର ଟିକା ଅବା ଚିକିତ୍ସା ପ୍ରଣାଳୀ ପ୍ରଭାବହୀନ କି ନାହିଁ ତାହାର କୌଣସି ପ୍ରମାଣ ଏପର୍ଯ୍ୟନ୍ତ ଗବେଷକଙ୍କ ମିଳି ନ ଥିବା ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

‘ଚ୍ୟାନେଲ ନ୍ୟୁଜ ଏସିଆ’ର ଖବର ଅନୁଯାୟୀ ସିଙ୍ଗାପୁର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଓମିକ୍ରନ୍‌ ସଂକ୍ରମିତ ଦୁଇଜଣ ବ୍ୟକ୍ତି ସିଙ୍ଗାପୁରରୁ ମାଲେସିଆ ଏବଂ ଅଷ୍ଟ୍ରେଲିଆ ଯାତ୍ରା କରିଛନ୍ତି। ତେବେ ଓମିକ୍ରନ ଭାରିଆଣ୍ଟ୍‌ ଉପରେ ଅଧିକ ସୂଚନା ଏବଂ ଅଧ୍ୟୟନର ଆବଶ୍ୟକତା ରହିଛି। ଆସନ୍ତା ସପ୍ତାହରେ ବିଶ୍ୱରେ ଅଧିକ ଓମିକ୍ରନ୍‌ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯିବାର ଆଶଙ୍କା ରହିଛି। ଓମିକ୍ରନ୍‌ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ବଜାୟ ରଖିବା ସହିତ ପୂର୍ବଭଳି ମାସ୍କ୍‌ ପିନ୍ଧିବା ଏବଂ ନିୟମିତ ସମୟ ଅନ୍ତରରେ ହାତ ଧୋଇବା ଅପରିହାର୍ଯ୍ୟ ହୋଇପଡ଼ିଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

ବିଜୟ ପାଇଁ ବିଶାଳ ଟାର୍ଗେଟ ଦେଲା ଭାରତ: ଶ୍ରୀଲଙ୍କାକୁ ଲୋଡ଼ା ‘ଚମତ୍କାର’

ଗାଲେ,୧୮।୮: ଗାଲେରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଟିମ ଇଣ୍ଡିଆ ଚତୁର୍ଥ ଦିନରେ ଶ୍ରୀଲଙ୍କା ପାଇଁ ୩୭୨ ରନର ଟାର୍ଗେଟ ଦେଇଥିଲା। ପ୍ରଥମ ଇନିଂସରେ ୪୫୦ରୁ ଅଧିକ ରନ…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଫସଲ ନଷ୍ଟ ହୋଇଥିଲେ ମିଳିବ ଏତେ…

ଭୁବନେଶ୍ୱର , ୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ହଜାରେ କୋଟି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri