ଖୁସି ଖବର, ବଜାରରେ ମିଳିବ ମେଡ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌…

ନୂଆଦିଲ୍ଲୀ,୧୧।୧୧: ଖୁସି ଖବର। ଏବେ ବଜାରରେ ମେଡ୍‌ ଇନ୍‌ ଇନ୍‌ ଇଣ୍ଡିଆ ଆଣ୍ଟି କରୋନା କ୍ୟାପସୁଲ୍‌ ମିଳିବ। ଖୁବ୍‌ ଶୀଘ୍ର ଏହାର ବ୍ୟବହାର ଲାଗି ଅନୁମତି ପ୍ରଦାନ କରାଯିବ। ଏହାଦ୍ୱାରା କରୋନା ବିରୋଧରେ ଚାଲିଥିବା ଲଢ଼େଇରେ ଭାରତ ଆଉ ଏକ ନୂଆ ଅସ୍ତ୍ର ପାଇପାରିବ। ଏହି କ୍ୟାପସୁଲ୍‌ ଦ୍ୱାରା ଡାକ୍ତରଖାନାରେ ଭର୍ତ୍ତି ହେବା ଏବଂ ରୋଗୀଙ୍କ ମୃତ୍ୟୁ ଆଶଙ୍କା କମାଯାଇ ପାରିବ ବୋଲି କୁହାଯାଉଛି।

ବିଦେଶରେ ବ୍ୟବହୃତ କରୋନାର ପ୍ରଥମ କ୍ୟାପସୁଲ୍‌ ମର୍କର ଆଣ୍ଟିଭାଇରାଲ ଔଷଧ ମଲନପୁରଭୀର କିଛି ଦିନ ମଧ୍ୟରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ ପାଇବ। କରୋନାର ସାମାନ୍ୟ ଏବଂ ମଧ୍ୟମ ଲକ୍ଷଣ ଥିବା ରୋଗୀଙ୍କୁ ଏହା ଦିଆ ଯାଇପାରିବ।

ଜର୍ମାନ କମ୍ପାନୀ ମର୍କର ମଲନପୁରଭିର ବ୍ୟତୀତ ଆମେରିକୀୟ କମ୍ପାନୀ ଫାଇଜର ମଧ୍ୟ ଏହାର କ୍ୟାପସୁଲ ପାକ୍ସଲୋଭିଡକୁ କିଛି ଦିନ ପୂର୍ବରୁ କରୋନା ବିରୁଦ୍ଧରେ ପ୍ରଭାବଶାଳୀ ଘୋଷଣା କରିଥିଲା। ଏହାଦ୍ୱାରା କରୋନା ଆକ୍ରାନ୍ତଙ୍କ ଗୁରୁତର ସ୍ଥିତିକୁ ଏଡାଇ ଦେଇହେବ ବୋଲି ସିଏସ୍‌ଆଇଆର୍‌ କୋଭିଡ୍‌ ଷ୍ଟ୍ରାଟେଜି ଗ୍ରୁପ୍‌ ଅଧ୍ୟକ୍ଷ ଡ.ରାମ ବିଶ୍ୱକର୍ମା କହିଛନ୍ତି।

ସୂଚନା ଅନୁଯାୟୀ, ଫାଇଜର ବଟିକା ପାକ୍ସଲୋଭିଡ ବଜାରକୁ ଆସିବା ପାଇଁ କିଛି ଦିନ ସମୟ ଲାଗିବ। ମହାମାରୀ ମୁକାବିଲାରେ ଟିକାକରଣ ଅପେକ୍ଷା ଏହା ଅଧିକ ପ୍ରଭାବଶାଳୀ ହେବ ବୋଲି ସେ କହିଛନ୍ତି। ଏବେ ପାଞ୍ଚଟି କମ୍ପାନୀ ଆଣ୍ଟି କରୋନା କ୍ୟାପସୁଲ୍‌ ପ୍ରସ୍ତୁତି କାର୍ଯ୍ୟ ଜାରି ରଖିଛନ୍ତି। ଏହି କ୍ୟାପସୁଲ୍‌ ବ୍ୟବହାର ଦ୍ୱାରା ଆକ୍ରାନ୍ତଙ୍କ ମୃତ୍ୟୁ ହେବାର ଆଶଙ୍କା ୮୯ ପ୍ରତିଶତ ହ୍ରାସ ପାଇବାର ଆଶା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଏହି ୪ ଔଷଧ ବିକ୍ରି ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୨୫ା୮: ଭାରତର ସର୍ବୋଚ୍ଚ ଔଷଧ ନିୟନ୍ତ୍ରକ ୪ଟି ଲୋକପ୍ରିୟ କେନ୍ଦ୍ରୀୟ ସ୍ନାୟୁ ପ୍ରଣାଳୀ (ସିଏନ୍‌ଏସ୍‌) ଔଷଧ ବିକ୍ରି ଉପରେ ନିୟନ୍ତ୍ରଣକୁ କଡ଼ାକଡ଼ି କରିଛନ୍ତି । ଏହି ଔଷଧଗୁଡ଼ିକୁ…

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri