Posted inଜାତୀୟ

ଖୁସି ଖବର: କୃଷକଙ୍କୁ ବଡ଼ ଉପହାର ଦେଲେ ମୋଦି ସରକାର, ଖରିଫ ଫସଲର ବଢିଲା MSP

ନୂଆଦିଲ୍ଲୀ,୨୮।୫: ବୁଧବାର (୨୮ ମେ’ ୨୦୨୫) କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର କ୍ୟାବିନେଟ ୨୦୨୫-୨୬ ଖରିଫ ଋତୁ ପାଇଁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (MSP) କୁ ୬୯ ଟଙ୍କା ବୃଦ୍ଧି କରି ୨,୩୬୯ ଟଙ୍କା କରିବାକୁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ୨ ଲକ୍ଷ ୭ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ।
କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ‘କୃଷକମାନଙ୍କ ପାଇଁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଗତ ୧୦-୧୧ ବର୍ଷ ମଧ୍ୟରେ ଖରିଫ ଫସଲ ପାଇଁ MSPରେ ଏକ ବଡ଼ ବୃଦ୍ଧି କରାଯାଇଛି। ଏଥର ୨୦୨୫-୨୬ ଖରିଫ ଋତୁ ପାଇଁ MSPକୁ କ୍ୟାବିନେଟ ଅନୁମୋଦନ କରିଛି। ମୋଟ ପରିମାଣ ପ୍ରାୟ ୨,୦୭,୦୦୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି। ପ୍ରତ୍ୟେକ ଫସଲ ପାଇଁ ଖର୍ଚ୍ଚ ସହିତ ୫୦ ପ୍ରତିଶତ ହିସାବରେ ନିଆଯାଇଛି।’
କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ ଚାଷୀଙ୍କ ପାଇଁ ସୁଧ ଛାଡ ବଜାୟ ରଖିବା ପାଇଁ ନିଷ୍ପତ୍ତି ନିଆଯାଇଛି, ଯାହାର ମୂଲ୍ୟ ୧୫ ହଜାର ୬୪୨ କୋଟି ଟଙ୍କା ହେବ। ସେ କହିଛନ୍ତି, ‘କିଷାନ କ୍ରେଡିଟ କାର୍ଡ (KCC) ଉପରେ ୪ପ୍ରତିଶତ ସୁଧରେ ୨ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରିବାର ବ୍ୟବସ୍ଥା କରାଯାଇଛି। ଦେଶରେ ୭.୭୫ କୋଟିରୁ ଅଧିକ କିଷାନ କ୍ରେଡିଟ କାର୍ଡ ଆକାଉଣ୍ଟ ଅଛି। ଏହା ଏବେ କ୍ଷୁଦ୍ର ଏବଂ ସୀମାନ୍ତ ଚାଷୀଙ୍କ ପାଇଁ ଏକ ବଡ଼ ଲାଭ ହେବ।’ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ’କେନ୍ଦ୍ର କ୍ୟାବିନେଟ ସୁଧ ସବସିଡି ଯୋଜନାକୁ ମଞ୍ଜୁରୀ ଦେଇଛି। ଅଟଳ ବିହାରୀ ବାଜପେୟୀ ପ୍ରଧାନମନ୍ତ୍ରୀ ଥିବା ସମୟରେ କିଷାନ କ୍ରେଡିଟ କାର୍ଡ ପ୍ରଚଳନ କରାଯାଇଥିଲା। ଏହା ଚାଷୀମାନଙ୍କୁ ସେମାନଙ୍କ କାମ ପାଇଁ ଋଣ ନେବା ବହୁତ ସହଜ କରିଛି। ଏହି ଯୋଜନାରେ, ଚାଷୀମାନଙ୍କୁ ୪ ପ୍ରତିଶତ ସୁଧରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ପାଇବାକୁ ଧ୍ୟାନ ଦିଆଯାଇଛି। ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଉପରେ କୌଣସି ଗ୍ୟାରେଣ୍ଟି ନିଆଯିବ ନାହିଁ।
ଏହା ସହିତ, ମଧ୍ୟପ୍ରଦେଶର ରତଲାମ ଏବଂ ନାଗଡା ମଧ୍ୟରେ ରେଳ ଲାଇନକୁ ୪ ଲେନ କରିବାକୁ ଅନୁମୋଦନ ଦିଆଯାଇଛି, ଯାହା ୪୧ କିଲୋମିଟର ଲମ୍ବା। ସେହି ସମୟରେ, ମହାରାଷ୍ଟ୍ରର ୱାର୍ଦ୍ଧା ରେଳ ଲାଇନ ଏବଂ ତେଲଙ୍ଗାନାର ବଲ୍ଲାରଶା ରେଳ ଲାଇନକୁ ୪ ଲେନ କରିବାକୁ ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର କ୍ୟାବିନେଟ ବଡ଼ଭେଲ-ଗୋପାଭରମ ଗ୍ରାମ (NH-67) ରୁ ଆନ୍ଧ୍ର ପ୍ରଦେଶର ଗୁରୁବିନ୍ଦପୁଡି (NH-16) ପର୍ଯ୍ୟନ୍ତ ୪ ଲେନ ବିଶିଷ୍ଟ ବଡ଼ଭେଲ-ନେଲୋର ରାଜପଥ ନିର୍ମାଣକୁ ମଞ୍ଜୁରୀ ଦେଇଛି। ଏହି ରାଜପଥର ଲମ୍ବ ୧୦୮.୧୩୪ କିଲୋମିଟର, ଯାହା ପାଇଁ ୩୬୫୩.୧୦ କୋଟି ଟଙ୍କା ଖର୍ଚ୍ଚ ହେବ।’


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri