Posted inଜାତୀୟ

ଖୁସି ଖବର: ବିହାରବାସୀଙ୍କୁ ୨-୨ଲକ୍ଷ ଟଙ୍କା ଦେଉଛନ୍ତି ନୀତୀଶ ସରକାର

ପାଟନା,୬।୨: ଜାତି ଭିତ୍ତିକ ଜନଗଣନା କିଛି ମାସ ପୂର୍ବରୁ ବିହାରରେ କରାଯାଇଥିଲା। ଏହି ଜନଗଣନା ସମୟରେ ୯୪ ଲକ୍ଷରୁ ଅଧିକ ଗରିବ ପରିବାର ଦେଖିବାକୁ ମିଳିଥିଲା। ଏବେ ବିହାର କ୍ଷୁଦ୍ର ଉଦ୍ୟୋଗୀ ଯୋଜନା ଅଧୀନରେ ଏଭଳି ଗରିବ ପରିବାରର ହିତାଧିକାରୀଙ୍କୁ ନୀତୀଶ ସରକାର ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଏକ ଯୋଜନା କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନିଜେ ଏହି ଯୋଜନା ପାଇଁ ଆବେଦନ ପୋର୍ଟାଲ ଲଞ୍ଚ କରିଥିଲେ, ଏହା ୬୧ ଟି ପ୍ରକଳ୍ପ ପାଇଁ ଚିହ୍ନଟ କରାଯାଇଛି ଯେଉଁଥିରେ ଛୋଟ ଉଦ୍ୟୋଗଗୁଡିକ ଅନ୍ତର୍ଭୁକ୍ତ କରାଯାଇଛି।
ଆବେଦନକାରୀଙ୍କ ପାଇଁ ଏହି ପୋର୍ଟାଲ ଖୋଲାଯାଇଛି। ଏହି ଯୋଜନା ପାଇଁ ଆବେଦନ ୨୦ ଫେବୃଆରୀ ପର୍ଯ୍ୟନ୍ତ କରାଯିବ। ଆବେଦନକାରୀଙ୍କ ବୟସ ୧୮ରୁ ୫୦ ବର୍ଷ ମଧ୍ୟରେ ହେବା ଉଚିତ। ଆବେଦନକାରୀଙ୍କ ପାରିବାରିକ ଆୟ ମାସକୁ ୬୦୦୦ରୁ କମ ହେବା ଉଚିତ। ବିହାର କ୍ଷୁଦ୍ର ଉଦ୍ୟୋଗୀ ଯୋଜନା ଅଧୀନରେ ହିତାଧିକାରୀଙ୍କୁ ଦିଆଯାଇଥିବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ବିହାରରେ ୯୪ ଲକ୍ଷରୁ ଅଧିକ ଗରିବ ପରିବାର ଅଛନ୍ତି ଯେଉଁମାନେ ଆର୍ଥିକ ସହାୟତା ଆବଶ୍ୟକ କରନ୍ତି। ଏହିପରି ପରିବାରର ହିତାଧିକାରୀଙ୍କୁ ଆମେ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରିବୁ ଯାହାଦ୍ୱାରା ସେମାନେ କ୍ଷୁଦ୍ର ଉଦ୍ୟୋଗୀ ଯୋଜନା ଅଧୀନରେ ସେମାନଙ୍କର ବ୍ୟବସାୟ ଆରମ୍ଭ କରିପାରିବେ। ଏହାର ତାଲିମ ମଧ୍ୟ ପୃଥକ ଭାବରେ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ, ଏବେ ଏହି ଦିନ ହେବ ପରୀକ୍ଷା

ନୂଆଦିଲ୍ଲୀ,୨୯।୪: ଚଳିତ ବର୍ଷ ହେବାକୁ ଥିବା ୟୁଜିସି ନେଟ୍‌ ପରୀକ୍ଷା ତାରିଖ ପରିବର୍ତ୍ତନ କରାଯାଇଛି । ଏହି ପରୀକ୍ଷା ବର୍ତ୍ତମାନ ଜୁନ ୧୮ରେ ହେବ। ଏନେଇ...

ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟଙ୍କୁ ସପ୍ରିମକୋର୍ଟରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୪: ସୋମବାର (ଏପ୍ରିଲ ୨୯, ୨୦୨୪) ସୁପ୍ରିମକୋର୍ଟ ହେଟ ସ୍ପିଚ ମାମଲାରେ ତାମିଲନାଡୁ ଭାଜପା ମୁଖ୍ୟ କେ ଅନ୍ନାମଲାଇଙ୍କୁ ଆଶ୍ୱସ୍ତି ପ୍ରଦାନ କରଛନ୍ତି। କୋର୍ଟ କହିଛନ୍ତି...

ମୁଁ କଂଗ୍ରେସର ଉଦ୍ଦେଶ୍ୟ ପୂରଣ ହେବାକୁ ଦେବି ନାହିଁ: କର୍ନାଟକରେ ଗର୍ଜିଲେ ମୋଦି

ବେଙ୍ଗାଲୁରୁ,୨୯।୪: ସଂରକ୍ଷଣ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। କର୍ନାଟକରେ ଏକ ରାଲିକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri