ଖୁସିଖବର: କର୍ତ୍ତବ୍ୟ ପଥରେ ଗଡ଼ିବ ଓଡ଼ିଶାର ପ୍ରଜ୍ଞାପନ ମେଢ଼

ଭୁବନେଶ୍ୱର,୩୦।୧୨(ସୌମ୍ୟରଞ୍ଜନ ରାଉତ):ଆସନ୍ତା ସାଧାରଣତନ୍ତ୍ର ଦିବସ ଅବସରରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଦର୍ଶନ ହେବ। ସ୍ବଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାମ୍ପ୍ରତିକ ଭାରତକୁ ଆତ୍ମନିର୍ଭର ଭାରତରେ ପରିଣତ କରିବା ଦୃଷ୍ଟିକୋଣକୁ ନେଇ ଚଳିତବର୍ଷ ପ୍ରଜ୍ଞାପନ ମେଢ଼ର ବିଷୟବସ୍ତୁ ‘ସମୃଦ୍ଧିର ମନ୍ତ୍ର ଆତ୍ମନିର୍ଭର ଭାରତ’ ଆଧାରରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ରେ କୃଷିରୁ ସେମିକଣ୍ଡକ୍ଟର ପର୍ଯ୍ୟନ୍ତ ଆତ୍ମନିର୍ଭର ଭାରତ ଗଠନରେ ଓଡ଼ିଶାର ଅବଦାନ ଦେଖିବାକୁ ମିଳିବ। ପ୍ରଜ୍ଞାପନ ମେଢ଼ରେ ଓଡ଼ିଶାର କୃଷି ଓ ସାଂସ୍କୃତିକ ସମୃଦ୍ଧିରୁ ଆଧୁନିକ ଶିଳ୍ପ, ଦକ୍ଷତା ବିକାଶ ଏବଂ ନବସୃଜନ ଓ ପ୍ରଯୁକ୍ତିର ଏକ ସମ୍ମିଳିତ ଦୃଶ୍ୟ ଉପସ୍ଥାପନ କରାଯିବ। ଜାତୀୟ ଦୃଷ୍ଟିକୋଣ ସହ ସମନ୍ବୟ ରଖି ଓଡ଼ିଶା କିପରି ତାହାର ପ୍ରାକୃତିକ ସମ୍ପଦ, ସାଂସ୍କୃତିକ ଐତିହ୍ୟ, ମାନବ ସମ୍ବଳ ଏବଂ ପ୍ରଯୁକ୍ତିବିଦ୍ୟା ଉପଯୋଗରେ ଏକ ଆତ୍ମନିର୍ଭରଶୀଳ ଭାରତ ଗଠନକୁ ଇନ୍ଧନ ପ୍ରଦାନ କରୁଛି, ତାହା ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମାଧ୍ୟମରେ ପ୍ରଦର୍ଶନ ହେବ। ସେହିପରି ଶ୍ରୀଜଗନ୍ନାଥ ରଥର ଭୂମି ଭାବେ ନିର୍ମିତ ପ୍ରଜ୍ଞାପନ ମେଢ଼ର ସମ୍ମୁଖ ଭାଗ ଉପରେ ଲିଙ୍ଗଗତ ସମାନତା ଏବଂ ମହିଳା ସଶକ୍ତୀକରଣ ପ୍ରତି ଓଡ଼ିଶାର ପ୍ରତିବଦ୍ଧତାକୁ ପ୍ରଦର୍ଶନ କରାଯାଇଥିବାବେଳେ ଓଡ଼ିଶାର ଅନନ୍ୟ ସ୍ଥାପତ୍ୟ ଓ କାଳଜୟୀ କଳାତ୍ମକ ଐତିହ୍ୟର ପ୍ରଦର୍ଶନ ସ୍ବରୂପ କୋଣାର୍କ ସୂର୍ଯ୍ୟମନ୍ଦିରର ଏକ ପ୍ରତିରୂପ ସ୍ଥାନ ପାଇବ। ସମ୍ବଲପୁରୀ ବସ୍ତ୍ର ଆଚ୍ଛାଦିତ ପ୍ରଜ୍ଞାପନ ମେଢ଼ର ଉଭୟ ପାର୍ଶ୍ୱରେ ପାରମ୍ପରିକ ଜନଜାତି ଚିତ୍ରକଳା ଉପରେ ରୁପା ତାରକସି କାରୁକାର୍ଯ୍ୟ, ଓଡ଼ିଶାର ଗଭୀର ସାଂସ୍କୃତିକ ପରିଚୟ ଏବଂ ଉତ୍କୃଷ୍ଟ ହସ୍ତଶିଳ୍ପ ପରମ୍ପରାକୁ ପ୍ରତିଫଳନ କରାଯିବ।
ପ୍ରାଚୀନ ଷୋଡ଼ଶ ଶତାବ୍ଦୀରୁ ଅଦ୍ୟାବଧି ଲୋକପ୍ରିୟ ଥିବା ଓଡ଼ିଶାର ଅନ୍ୟତମ ଲୋକନୃତ୍ୟ ଚଇତିଘୋଡ଼ା ଗୀତ ଓ ନୃତ୍ୟ ମାଧ୍ୟମରେ ନୃତ୍ୟଶିଳ୍ପୀମାନେ ଆତ୍ମନିର୍ଭର ଭାରତରେ ଓଡ଼ିଶାର ଭୂମିକାକୁ ପ୍ରଜ୍ଞାପନ ମେଢ଼ର ଉଭୟ ପାର୍ଶ୍ୱରେ ଉପସ୍ଥାପନ କରିବେ। ସୂଚନାଯୋଗ୍ୟ, ନଭେମ୍ବର ୧୧ରୁ ଡିସେମ୍ବର ୨୨ ମଧ୍ୟରେ ୫ଟି ପର୍ଯ୍ୟାୟରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ୱାରା ମନୋନୀତ ବିଶେଷଜ୍ଞ କମିଟି ପର୍ଯ୍ୟାଲୋଚନା କରାଯାଇଥିଲା। ଏହାପରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ଆଗାମୀ ସାଧାରଣତନ୍ତ୍ର ଦିବସରେ ନୂଆଦିଲୀର କର୍ତ୍ତବ୍ୟ ପଥରେ ପ୍ରଦର୍ଶନ ହେବା ନେଇ ସୋମବାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ଏଠାରେ ଉଲ୍ଲେଖ ଥାଉକି, ୨୦୧୮ରୁ ୨୦୨୩ ପର୍ଯ୍ୟନ୍ତ ଦିଲ୍ଲୀରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ସ୍ଥାନ ପାଇ ନ ଥିଲା। ତେବେ ୨୦୨୪ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼ ପ୍ରଥମ ସ୍ଥାନ ଅଧିକାର କରିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri