ଖୁସି ଖବର: ଦେଶରେ କମୁଛି ସଂକ୍ରମଣ ହାର, ଏସବୁ ୭ ରାଜ୍ୟରେ ଏବେ ବି ସ୍ଥିତି ଅସମ୍ଭାଳ

ନୂଆଦିଲ୍ଲୀ, ୨୯।୮: ଦେଶରେ କରୋନା ସଂକ୍ରମଣ ହାର ଗତ ୧୩ ଦିନ ମଧ୍ୟରେ କମିବାରେ ଲାଗିଛି। ଅଗଷ୍ଟ ୧୪ରୁ ୨୭ ମଧ୍ୟରେ ଦେଶରେ କରୋନା ସଂକ୍ରମଣ ହାର ୭.୮୭ ପ୍ରତିଶତ ରହିଛି। ଜୁଲାଇ ୧୫ରୁ ୨୮ ମଧ୍ୟରେ ସଂକ୍ରମଣ ହାର ୧୧.୨୩ ପ୍ରତିଶତ ଥିଲା। ଅଗଷ୍ଟ ୧ରୁ ୧୪ ମଧ୍ୟରେ ଏଥିରେ ହ୍ରାସ ଦେଖିବାକୁ ମିଳିଥିଲା। ଏହି ସମୟ ମଧ୍ୟରେ ସଂକ୍ରମଣ ହାର ୮.୮୪ ପ୍ରତିଶତରେ ପହଞ୍ଚିଥିଲା। ପ୍ରତି ୧୦୦ ଜଣେ ଲୋକଙ୍କୁ ପରୀକ୍ଷା କରାଯାଇ ଏଭଳି ଆକଳନ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମହାରାଷ୍ଟ୍ର, ଆନ୍ଧ୍ର ପ୍ରଦେଶ, କର୍ନାଟକ, ତାମିଲନାଡୁ ପଶ୍ଚିମବଙ୍ଗ, ଦିଲ୍ଲୀ ଏବଂ ଛତିଶଗଡ଼ ଆଦି ୭ ରାଜ୍ୟରେ ଏବେ ବି ସ୍ଥିତି ଅସମ୍ଭାଳ ରହିଛି। ସମଗ୍ର ଦେଶର କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ମହାରାଷ୍ଟ୍ରର ୨୨ ପ୍ରତିଶତ ଲୋକ ରହିଛନ୍ତି। ଏଠାରେ ୧୪ରୁ ୨୭ ଅଗଷ୍ଟ ମଧ୍ୟରେ ସଂକ୍ରମଣ ହାର ୨୦ ପ୍ରତିଶତ ରହିଛି। ଅଗଷ୍ଟ ୧ରୁ ୧୪ ମଧ୍ୟରେ ଏଠାରେ ସଂକ୍ରମଣ ହାର କମି ୧୬.୫ ପ୍ରତିଶତ ଥିଲା। ମାତ୍ର ପରବର୍ତ୍ତୀ ସମୟରେ ପୁଣି ବଢ଼ିଥିଲା। ସେହିପରି ଦିଲ୍ଲୀରେ ସଂକ୍ରମଣ ହାର ପୁଣି ବଢୁଥିବାରୁ ଏହାକୁ ରେଡ୍‌ ଜୋନ୍‌ ଘୋଷଣା କରାଯିବାର ଆଶଙ୍କା ଦେଖାଦେଇଛି। ଅପରପକ୍ଷରେ ଛତିଶଗଡ଼ ନୂଆ କରୋନା ହଟସ୍ପଟ୍‌ ହେବାକୁ ଯାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

ଶାହୀ ମସଜିଦକୁ ନେଇ ଉତ୍ତେଜନା, ପୋଲିସ ଉପରକୁ ପଥରମାଡ଼

ଭୋପାଳ,୨୮ା୯: ସିଂହସ୍ଥ-୨୦୨୮ ପ୍ରସ୍ତୁତି ମଧ୍ୟରେ ମଧ୍ୟପ୍ରଦେଶର ଉଜ୍ଜୟିନୀରେ ଶାହୀ ମସଜିଦର କିଛି ଅଂଶ ହଟାଇବାକୁ ନେଇ ବିବାଦ ତୀବ୍ର ହୋଇଛି । ସୋମବାର ପ୍ରଶାସନ ପକ୍ଷରୁ ପ୍ରଭାବିତ…

ମହିଳା ସାମ୍ବାଦିକାଙ୍କ ପ୍ରଶ୍ନରେ ଅଜବ ଇଙ୍ଗିତ କଲେ ମନ୍ତ୍ରୀ, ଭିଡିଓ ଭାଇରାଲ ପରେ ହଇଚଇ

ନ୍ୟୁୟର୍କ,୨୮ା୯: ଜାତିସଂଘ ସାଧାରଣ ସଭା ଅବସରରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଛି । ଭିଡିଓରେ…

କଳିଙ୍ଗା ଘାଟିରେ ଭୂସ୍ଖଳନ ପରେ ଆସୁନି ଗାଡ଼ିମୋଟର, ଦରଦାମ୍‌ ଉପରେ ପଡୁଛି ଘୋର ପ୍ରଭାବ

ରାଇକିଆ,୨୮ା୯(ପ୍ରଦୀପ ବେହେରା): କଳିଙ୍ଗା ଘାଟିରେ ଭୂସ୍ଖଳନର ପ୍ରଭାବ କନ୍ଧମାଳ ଜିଲାବାସୀଙ୍କ ଉପରେ ପଡ଼ିବା ଆରମ୍ଭ କରିଛି। ବିଶେଷ କରି ରାଇକିଆ, ଜି. ଉଦୟଗିରି ଅଞ୍ଚଳକୁ ନିୟମିତ ବସ…

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?