କେମିତି ଅଛନ୍ତି ସଞ୍ଜୟ

ମୁମ୍ବାଇ: ବଲିଉଡ୍‌ର ମୁନ୍ନାଭାଇ ସଞ୍ଜୟ ଦତ୍ତ ଏବେ କ୍ୟାନସରରେ ପୀଡ଼ିତ ହୋଇ ଚିକିିତ୍ସିତ ହେଉଥିବା ସମସ୍ତେ ଜାଣନ୍ତି । ହେଲେ ଏବେ ସେ କମେିତି ଅଛନ୍ତି ସେ ସମ୍ପର୍କରେ ହୁଏତ ଅନେକ ଜାଣି ନ ଥିବେ । ତେବେ ତାଙ୍କର ଜଣେ ନିକଟ ସମ୍ପର୍କିୟଙ୍କଠାରୁ ମିଳିଥିବା ଖବର ଅନୁଯାୟୀ ଏହା ସଞ୍ଜୟଙ୍କ ପୟଶଂସକଙ୍କୁ ନିଶ୍ଚିତ ଭାବେ ଖୁସି ଦେବ । କାରଣ ତାଙ୍କ ନିକଟ ସମ୍ପର୍କିୟ କହିଛନ୍ତି ସଞ୍ଜୟ ଖୁବ୍‌ଶୀଘ୍ର କ୍ୟାନସରକୁ ହରାଇବାକୁ ଯାଉଛନ୍ତି । ଏବେ ତାଙ୍କର ଯେଉଁ ଚିକିତ୍ସା ଚାଲିଛି ତାହା ତାଙ୍କ ଉପରେ ଭଲ କାମ କରୁଛି । ତେଣୁ ସେ ଖୁବ୍‌ଶୀଘ୍ର ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେବେ । ସୂଚନାଯୋଗ୍ୟ, ଚଳିତ ବର୍ଷ ଅଗଷ୍ଟ ପ୍ରଥମ ସପ୍ତାହରେ ସଞ୍ଜୟ ଲଙ୍ଗସ୍ କ୍ୟାନସରରେ ପୀଡ଼ିତ ଥିବା ଜଣାପଡିଥିଲା । ଏହାପରେ ମୁମ୍ବାଇରେ ତାଙ୍କର ଚିକିତ୍ସା ଆରମ୍ଭ କରାଯାଇଥିଲା । କେମୋଥେରାପି ପରେ ସେ ବିଦେଶରେ ଥିବା ପିଲାମାନଙ୍କ ପାଖକୁ ପ୍ରାୟ ୧୦ ଦିନ ପର୍ଯ୍ୟନ୍ତ ବୁଲିବାକୁ ଯାଇ ଫେରି ଆସିଥିଲେ । ଆଉ ଏବେ ପୁଣିଥରେ ମୁମ୍ବାଇରେ ତାଙ୍କର ଚିକିତ୍ସା ଚାଲିଛି । ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଅନୁଭବ କରୁଛନ୍‌ି ବୋଲି ଜଣାପଡିଛି । ତେଣୁ ମୁନ୍ନାଭାଇ ଯେ ଶୀଘ୍ର ଆରୋଗ୍ୟ ଲାଭ କରନ୍ତୁ ଏହା ଚାହୁଁଛନ୍ତି ତାଙ୍କ ପ୍ରଶଂସକ । ଅବଶ୍ୟ କିଛିଦନ ତଳେ ସଞ୍ଜୟ ଏକ ଭିଡିଓ ମାଧ୍ୟମରେ ଗଣମାଧ୍ୟମକୁ କହିଥିଲେ ଯେ ସେ ସୁସ୍ଥ ଅଛନ୍ତି ତେଣୁ ତାଙ୍କୁ ନେଇ ଏବିତି କିଛି ଖବର ପ୍ରକାଶ ନ କରାଯାଉ ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?