ଖୁସି ଖବର, ଜୁଲାଇରେ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌ …

ନୂଆଦିଲ୍ଲୀ,୨୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସର୍ବାଜନୀକ ଟିକାକରଣ ଅନ୍ତର୍ଗତ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ୍‌ର ୨ ଡୋଜ୍‌ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ପ୍ରଦାନ କରାଯାଉଛି। ସେହିପରି ରୁଷିଆ ଭାକ୍ସିନ୍‌ ସ୍ପୁଟନିକ୍‌-ଭି ଡୋଜ୍‌ ମଧ୍ୟ ପ୍ରଦାନ କରାଯାଉଛି। ତେବେ ଜୁଲାଇରେ ଆମେରିକା କମ୍ପାନୀ ଜନସନ୍‌ ଆଣ୍ଡ୍‌ ଜନସନ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା ଭାକ୍ସିନ୍‌ ଭାରତକୁ ଆସିବ। ଏହା ଏକ ସିଙ୍ଗଲ୍‌ ଡୋଜ୍‌ ଭାକ୍ସିନ୍‌। ଭାରତରେ ଏହାର ଦାମ୍‌ ୧୮,୦୦ ଟଙ୍କା ହେବ। ଦେଶର ପରିବେଶ ଉପଯୋଗୀ ଏହି ଭାକ୍ସିନ୍‌କୁ ନିମ୍ନ ତାପମାତ୍ରାରେ ରେଫ୍ରିଜେଶନ କରିବାର ଆବଶ୍ୟକତା ମଧ୍ୟ ନାହିଁ। ଜନସନ୍‌ ଆଣ୍ଡ୍‌ ଜନସନ୍‌ ପକ୍ଷରୁ ଭାରତରେ ପରୀକ୍ଷା ଲାଗି ଏପ୍ରିଲ୍‌ରେ ଅନୁମତି ଲୋଡ଼ିଥିଲା। ତେବେ ଡିସିଜିଆଇ ନୂଆ ନିୟମ ଅନୁସାରେ ଆମେରିକା ଡ୍ରଗ୍ସ୍‌ ନିୟନ୍ତ୍ରକଙ୍କ ମଞ୍ଜୁରୀ ଆଧାରରେ ଭାରତରେ ଆଉ ଏହି ଭାକ୍ସିନ୍‌ର ଟ୍ରାଏଲ୍‌ କରିବା ଅନାବଶ୍ୟକ। ସାଧାରଣ ଏବଂ ମଧ୍ୟମ ସଂକ୍ରମଣ କ୍ଷେତ୍ରରେ ଏହି ଭାକ୍ସିନ୍‌ ୬୬.୩ ପ୍ରତିଶତ ପ୍ରଭାବଶାଳୀ ହୋଇଥିବାବେଳେ ଗୁରୁତର ଏବଂ ଅତ୍ୟଧିକ ଗୁରୁତର ଆକ୍ରାନ୍ତଙ୍କ କ୍ଷେତ୍ରରେ ୭୬.୩ ପ୍ରତିଶତ ପ୍ରଭାବଶାଳୀ ସାବ୍ୟସ୍ତ ହେବ। ଏହି ଭାକ୍ସିନ୍‌ ନେବାର ୨୮ ଦିନ ପରେ ସଂକ୍ରମଣ ହେଲେ ଆକ୍ରାନ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବାର ଆବଶ୍ୟକତା ପଡ଼ି ନ ଥାଏ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri