ସ୍ବଚ୍ଛ ଭାରତ ମିଶନରେ ଉତ୍ତମ ପ୍ରଦର୍ଶନ: ରାଜ୍ୟସ୍ତରରେ ଚମାଖଣ୍ଡି ପଞ୍ଚାୟତ ସମ୍ମାନିତ

ଛତ୍ରପୁର,୨୭।୯(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ରାଜ୍ୟ ସ୍ତରରେ ଆୟୋଜିତ ସଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲାର ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତକୁ ସ୍ବଚ୍ଛ ଭାରତ ମିଶନ-ଗ୍ରାମୀଣ ଯୋଜନାରେ ଉତ୍ତମ ପ୍ରଦର୍ଶନ କରିଥିବା ଯୋଗୁ ସମ୍ମାନିତ କରାଯାଇଅଛି। ସ୍ବଚ୍ଛ ଭାରତ ମିଶନ ଗ୍ରାମୀଣ ଦିତୀୟ ପର୍ଯ୍ୟାୟ ଅନୁଯାୟୀ ସମସ୍ତ ବର୍ଗରେ ଚମାଖଣ୍ଡି ପଞ୍ଚାୟତ ସଠିକ କାର୍ଯ୍ୟ ସହିତ ପରିଚାଳନା କରିଥିବାରୁ ଏହି ପୁରସ୍କାର ପାଇଛି।

ପୁରୀ ଜିଲା ଅନ୍ତର୍ଗତ ସତ୍ୟବାଦୀ ବ୍ଲକର ବୀରରାମଚନ୍ଦ୍ରପୁର ଗ୍ରାମ ପଞ୍ଚାୟତରେ ଆୟୋଜିତ ରାଜ୍ୟସ୍ତରୀୟ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମରେ ଏହି ସମ୍ମାନିତ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟଅତିଥ ଭାବେ କେନ୍ଦ୍ର ଜଳ ଓ ଶକ୍ତି ମନ୍ତ୍ରୀ ସିଆର ପାଟିଲ ଯୋଗ ଦେଇ ଏହି ସମ୍ମାନ ପ୍ରଦାନ କରିଥିଲେ ଚମାଖଣ୍ଡି ଗ୍ରାମପଞ୍ଚାୟତର ସରପଞ୍ଚ ସିଏଚ ମନୋଜ କୁମାର ରେଡ୍ଡୀ, ପିଇଓ ଦଣ୍ଡପାଣି ପ୍ରଧାନ, ମା’ମଙ୍ଗଳା ଏସଏଚଜି ଗ୍ରୁପର ସଦସ୍ୟା ସୁଷମା ନାୟକ ଓ ସବିତା ନାୟକଏହି ପୁରସ୍କାର ଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ରାଜ୍ୟ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଓ ସ୍ଥାନୀୟ ବିଧାୟକ ଓମପ୍ରକାଶ ମିଶ୍ରଙ୍କ ସମେତ ଅନ୍ୟନ୍ୟ ଅତିଥ ମାନେ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri