Posted inଖେଳ

୪ ବର୍ଷ ହେଲା ଟି୨୦ ଖେଳି ନାହାନ୍ତି ଅଶ୍ୱିନ, ତଥାପି ମିଳିଲା ବିଶ୍ୱକପ୍‌ ଦଳରେ ସ୍ଥାନ

ନୂଆଦିଲ୍ଲୀ,୯।୯: ଆଗାମୀ ଟି୨୦ ବିଶ୍ୱକପ୍‌ ଲାଗି ବୁଧବାର ୧୫ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏହି ଦଳରେ ସ୍ଥାନ ପାଇଛନ୍ତି ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ସେ ଅନ୍ତିମ ଥର ୨୦୧୭ରେ କ୍ରିକେଟର ଛୋଟିଆ ଫର୍ମାଟରେ ଭାରତ ପାଇଁ ଖେଳିଥିଲେ। ୪ ବର୍ଷ ହେଲା ଟି୨୦ କ୍ରିକେଟ ଖେଳି ନ ଥିବା ଅଶ୍ୱିନଙ୍କୁ କାହିଁକି ବିଶ୍ୱକପ୍‌ ଦଳରେ ସ୍ଥାନ ମିଳିଲା? ଏହି ପ୍ରଶ୍ନ ଉଠିବା ସ୍ବାଭାବିକ। କାରଣ ଅଶ୍ୱିନଙ୍କୁ ଦଳରେ ସ୍ଥାନ ମିଳିଥିବା ବେଳେ ବାଦ୍‌ ପଡ଼ିଛନ୍ତି ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ।

ତେବେ ଆଇପିଏଲରେ ଭଲ ପ୍ରଦର୍ଶନ କାରଣରୁ ଅଶ୍ୱିନଙ୍କୁ ଜାତୀୟ ଦଳରେ ସ୍ଥାନ ମିଳିଥିବା କହିଛନ୍ତି ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା ଚେତନ ଶର୍ମା। ‘ଅଶ୍ୱିନ ଆଇପିଏଲରେ ନିୟମିତ ଖେଳୁଛନ୍ତି। ସେଠାରେ ତାଙ୍କ ପ୍ରଦର୍ଶନ ଭଲ ରହୁଛି। ବିଶ୍ୱକପ୍‌ରେ ଦଳକୁ ଅଫ୍‌ ସ୍ପିନର ଦରକାର। କାରଣ ଆଇପିଏଲ ଯୋଗୁ ୟୁଏଇର ସମସ୍ତ ପିଚ୍‌ ଧିମା ହୋଇଯିବ, ଯାହାକି ସିଧାସଳଖ ସ୍ପିନରଙ୍କୁ ଫାଇଦା ଦେବ। ଓ୍ବାଶିଂଟନ ସୁନ୍ଦର ଏବେ ଆହତ ଅଛନ୍ତି। ଆଇପିଏଲରେ ଭଲ ପ୍ରଦର୍ଶନ କାରଣରୁ ଅଶ୍ୱିନଙ୍କୁ ଦଳରେ ଯାଗା ମିଳିଛି’ ବୋଲି ପୂର୍ବତନ କ୍ରିକେଟର ଚେତନ କହିଛନ୍ତି।

ବିଶ୍ୱକପ୍‌ ଲାଗି ଖେଳାଳିଙ୍କ ଚୟନରେ ଆଇପିଏଲର ଭୂମିକା ସମ୍ପର୍କରେ ପଚରାଯିବାରୁ ସେ କହିଥିଲେ, ଆଇପିଏଲ ଏକ ବଡ଼ ଟୁର୍ନାମେଣ୍ଟ। ଏଥିରେ ବିଶ୍ୱର ଶ୍ରେଷ୍ଠ ଖେଳାଳିମାନେ ଖେଳନ୍ତି। ଏଭଳି ଟୁର୍ନାମେଣ୍ଟରେ ଖେଳାଳିଙ୍କ ପ୍ରଦର୍ଶନ ଜଣାପଡ଼େ। ଯଦି କୌଣସି ଖେଳାଳି ଆହତ ହୁଅନ୍ତି, ତେବେ ତାଙ୍କ ସ୍ଥାନରେ ଷ୍ଟାଣ୍ଡବାଇ ଥିବା ଖେଳାଳିଙ୍କୁ ସୁଯୋଗ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri