Posted inଖେଳ

ଜନ୍ମଦିନରେ କ୍ରିକେଟକୁ ବାଏ ବାଏ କହିଲେ ଏହି ଦ୍ରୁତ ବୋଲର

ଚେନ୍ନାଇ,୨୧ା୧୨: ଆଜି ଅର୍ଥାତ୍‌ ଡିସେମ୍ବର ୨୧ରେ ତାମିଲନାଡୁ ତଥା ଚେନ୍ନାଇ ସୁପର କିଙ୍ଗ୍‌ସର ଉଦୀୟମାନ ଦ୍ରୁତ ବୋଲର ୟୋ ମହେଶଙ୍କ ଜନ୍ମଦିନ। ସେ ଆଜି ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କର ପ୍ରକୃତ ନାଁ ହେଉଛି ବିଜୟ କୁମାର ମହେଶ। ମହେଶ ଆଜିର ଏହି ଖୁସି ଦିନରେ କ୍ରିକେଟକୁ ବାଏ ବାଏ କହିବା ସହ ବିସିସିଆଇକୁ ଧନ୍ୟବାଦ ଜଣାଇଛନ୍ତି। ଏନେଇ ସେ ଟୁଇଟ୍‌ କରି କହିଛନ୍ତି, ଭାରତ ପାଇଁ ଅଣ୍ଡର-୧୯ ଓ ତାଲିକା ‘ଏ’ରେ ବିସିସିଆଇ ମୋତେ ଖେଳିବାର ସୁଯୋଗ ଦେଇଥିବାରୁ ଧନ୍ୟବାଦ ଜଣାଉଛି।
ସ୍ମରଣଯୋଗ୍ୟ, ମହେଶ ଆଇପିଏଲରେ ପ୍ରଥମେ ଦିଲ୍ଲୀ ଡେୟାରଡେଭିଲ୍ସ ସହ ଚୁକ୍ତି କରି ଚେନ୍ନାଇ ସୁପର କିଙ୍ଗ୍‌ସ ପାଇଁ ମ୍ୟାଚ୍‌ ଖେଳିଥିଲେ। ୨୦୦୬ରେ ଶ୍ରୀଲଙ୍କାରେ ଅନୁଷ୍ଠିତ ଅଣ୍ଡର-୧୯ ବିଶ୍ୱକପ୍‌ରେ ମଧ୍ୟ ଭାରତୀୟ ଟିମ୍‌ରେ ସାମିଲ ହୋଇଥିଲେ। ସେ ତାମିଲନାଡୁ ପାଇଁ ୪୬ଟି ଟି-୨୦ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?