ବ୍ରିଟିଶ ମ୍ୟୁଜିୟମ୍‌ରେ ସଜାଯିବ ‘ଗୋଲାପୀ ଗ୍ୟାଙ୍ଗ’ର ଜିନିଷ

ଲଣ୍ଡନ/ଲକ୍ଷ୍ନୌ,୧୬।୩: ଉତ୍ତରପ୍ରଦେଶ ବୁନ୍ଦେଲଖଣ୍ଡରୁ ଦେଶ ରାଜ୍ୟ ସହ ବିଶ୍ୱରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ‘ଗୋଲାପୀ ଗ୍ୟାଙ୍ଗ’ର ଜିନିଷ ବର୍ତ୍ତମାନ ଲଣ୍ଡନର ବ୍ରିଟିଶ୍‌ ମ୍ୟୁଜିୟମ୍‌ରେ ରଖାଯିବ। ଗୋଲାପୀ ଗ୍ୟାଙ୍ଗର ପୋଷାକ ଯଥା- ଗୋଲାପୀ ରଙ୍ଗର ଶାଢ଼ୀ, ବ୍ଲାଉଜ୍‌, ସାୟା ଏବଂ ବାଡ଼ି ରଖାଯିବା ପାଇଁ ଦାବି କରାଯାଇଛି। ମ୍ୟୁଜିୟମ୍‌ର ମୁଖ୍ୟ ସମ୍ପତ ପାଲଙ୍କୁ ଯୋଗାଯୋଗ କରି ତାଙ୍କ ପୋଷାକ ପଠାଇବାକୁ କହିଥିଲେ। ତେବେ ଏହାକୁ ନେଇ ଏହି ଗ୍ୟାଙ୍ଗର କମାଣ୍ଡର ସମ୍ପତ ପାଲ ଖୁସିବ୍ୟକ୍ତ କରିଛନ୍ତି। ସମ୍ପତ ମହିଳାଙ୍କ ଅଧିକାର ପାଇଁ ଗାଁରୁ ସହର ପର୍ଯ୍ୟନ୍ତ ଅନେକ ଆନ୍ଦୋଳନ କରିଛନ୍ତି। ଏହି ସଂଗଠନ କେତେକ ମହିଳାଙ୍କୁ ନେଇ ଗଠିତ ହୋଇଥିବା ବେଳେ ଏମାନଙ୍କର ବେଶଭୁଷା ଗୋଲାପୀ ରହିଛି। ଲୋକଙ୍କ ମୌଳିକ ସମସ୍ୟାର ସମାଧାନ ପାଇଁ ସମ୍ପତ ସବୁବେଳେ ଆଗରେ ରୁହନ୍ତି। ଏହି ଆନ୍ଦୋଳନରେ ଲଗାତର ସଫଳତା ପରେ ସମ୍ପତଙ୍କ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ତାଙ୍କର ନାମ ଦେଶରୁ ବିଦେଶ ପର୍ଯ୍ୟନ୍ତ ଚର୍ଚ୍ଚା ସାଉଁଟିଥିଲା। ବିଶେଷକରି ଗୋଲାପୀ ଗ୍ୟାଙ୍ଗର ପ୍ରଭାବ ବୁନ୍ଦେଲଖଣ୍ଡ ଅଞ୍ଚଳରେ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri