ମାଲ୍‌ବାହୀ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୨୫ ବଗି, ଟନେଲ୍‌ରେ ଫସି…

କୋରାପୁଟ,୨୮ା୫(ଅମିତାଭ ବେହେରା): ବୁଧବାର ଅପରାହ୍ନରେ ଆନ୍ଧ୍ରର ଚିମିଡ଼ିପାଲି ରେଳ ଷ୍ଟେଶନ ନିକଟରେ ଏକ ଟନେଲ ଭିତରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ମାଲବାହୀର ୨୫ରୁ ଊଦ୍ଧର୍‌ବ ବଗି ଲାଇନଚ୍ୟୁତ ହୋଇଛି। ଏହି ଟନେଲ ମଧ୍ୟରେ ରହିଛି ଟ୍ରେନ୍‌ର ଅଧା ବଗି। କେକେ ଲାଇନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଆରୁକୁ କୋତଓ୍ବାଲାସା ମଧ୍ୟ ଚିମିଡ଼ିପାଲି ଷ୍ଟେଶନ ନିକଟରେ ଘଟିଛି ଦୁର୍ଘଟଣା। କିରୁଣ୍ଡୁଲରୁ ଲୁହାପଥର ବୋଝେଇ କରି ବିଜୟଓ୍ବାଡ଼ା ଅଭିମୁଖେ ଯାଉଥିଲା ମାଲବାହୀ ଟ୍ରେନ୍‌। ତେବେ ବିଶାଖାପାଟଣାରୁ କିରୁଣ୍ଡୁଲକୁ ଟ୍ରେନ ଚଳାଚଳ ବନ୍ଦ ରହିଛି। ବିଶାଖାପାଟଣାରୁ କିରୁଣ୍ଡୁଲକୁ ରାୟଗଡ଼ା ଦେଇ ଦିନ ବେଳା ଓ ରାତ୍ରିକାଳୀନ ଗାଡ଼ି ଚଳାଚଳ କରିବ ବୋଲି ରେଳ ବିଭାଗ ସୂତ୍ରରୁ ସୂଚନା ମିଳିଛି। କେଓକେଜି ନାମକ ମାଲ୍‌ବାହୀ ଟ୍ରେନ୍‌ଟିରେ ପ୍ରାୟ ୫୯ଟିରୁ ଊଦ୍ଧର୍‌ବ ବଗି ଲାଗିଥିଲା। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ଏହି ରୁଟ୍‌ରେ ସମସ୍ତ ଟ୍ରେନ ଚଳାଚଳଳ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri