ମାଲ୍‌ବାହୀ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୨୫ ବଗି, ଟନେଲ୍‌ରେ ଫସି…

କୋରାପୁଟ,୨୮ା୫(ଅମିତାଭ ବେହେରା): ବୁଧବାର ଅପରାହ୍ନରେ ଆନ୍ଧ୍ରର ଚିମିଡ଼ିପାଲି ରେଳ ଷ୍ଟେଶନ ନିକଟରେ ଏକ ଟନେଲ ଭିତରେ ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି। ଏଥିରେ ମାଲବାହୀର ୨୫ରୁ ଊଦ୍ଧର୍‌ବ ବଗି ଲାଇନଚ୍ୟୁତ ହୋଇଛି। ଏହି ଟନେଲ ମଧ୍ୟରେ ରହିଛି ଟ୍ରେନ୍‌ର ଅଧା ବଗି। କେକେ ଲାଇନରେ ଗାଡ଼ି ଚଳାଚଳ ବନ୍ଦ ରହିଛି। ଆରୁକୁ କୋତଓ୍ବାଲାସା ମଧ୍ୟ ଚିମିଡ଼ିପାଲି ଷ୍ଟେଶନ ନିକଟରେ ଘଟିଛି ଦୁର୍ଘଟଣା। କିରୁଣ୍ଡୁଲରୁ ଲୁହାପଥର ବୋଝେଇ କରି ବିଜୟଓ୍ବାଡ଼ା ଅଭିମୁଖେ ଯାଉଥିଲା ମାଲବାହୀ ଟ୍ରେନ୍‌। ତେବେ ବିଶାଖାପାଟଣାରୁ କିରୁଣ୍ଡୁଲକୁ ଟ୍ରେନ ଚଳାଚଳ ବନ୍ଦ ରହିଛି। ବିଶାଖାପାଟଣାରୁ କିରୁଣ୍ଡୁଲକୁ ରାୟଗଡ଼ା ଦେଇ ଦିନ ବେଳା ଓ ରାତ୍ରିକାଳୀନ ଗାଡ଼ି ଚଳାଚଳ କରିବ ବୋଲି ରେଳ ବିଭାଗ ସୂତ୍ରରୁ ସୂଚନା ମିଳିଛି। କେଓକେଜି ନାମକ ମାଲ୍‌ବାହୀ ଟ୍ରେନ୍‌ଟିରେ ପ୍ରାୟ ୫୯ଟିରୁ ଊଦ୍ଧର୍‌ବ ବଗି ଲାଗିଥିଲା। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏଥିଯୋଗୁ ଏହି ରୁଟ୍‌ରେ ସମସ୍ତ ଟ୍ରେନ ଚଳାଚଳଳ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ଗୁଡାରିରୁ ଭୁବନେଶ୍ୱର ବସ୍‌ ସେବା ପାଇଁ ସ୍ବର ଉଠାଇଲେ ଭୃଗୁ: ଦାବି ପୂରଣ ନ ହେଲେ…

ଗୁଡାରି,୨୦।୭,(ପ୍ରମୋଦ କୁମାର ପତି ) : ଭୁବନେଶ୍ୱରରେ ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଚିନ୍ତନ ବୈଠକ ସଭାପତି ଭୃଗୁ ବକ୍ସିପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ…

ବଡ଼ଧରଣର ଚଢ଼ାଉ: ୧୦ ଲକ୍ଷରୁ ଅଧିକ ମହୁଲ ପୋଚ ନଷ୍ଟ ; ପୋଲିସ, ଅବକାରୀ ଟିମ୍‌କୁ ଦେଖି ମାଫିଆ…

ପାଟଣା ,୨୦।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଅବକାରୀ ସୁପରିଟେଣ୍ଡେଟ୍‌ ତେଜରାତ ଯାନିଙ୍କ ନିର୍ଦ୍ଦେଶରେ ସୋମବାର ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ପଞ୍ଚାୟତ ହୀରାପଶି ଗ୍ରାମରେ ବେଆଇନ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଅଧ୍ୟକ୍ଷ ଦାୟିତ୍ୱ ନେଲେ ଦିଲ୍ଲୀପ: କଲେଜର ଉନ୍ନତି ପ୍ରତି ଦିଆଯିବ ଧ୍ୟାନ

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷ ଭାବେ ଡଃ ଦିଲ୍ଲୀପ କୁମାର ପ୍ରଧାନ ସୋମବାର ଦାୟିତ୍ୱ ନେଇଛନ୍ତି। ସେ ବାଲିପଦର…

ରାୟଗଡ଼ାରେ ବଡ଼ ଧରଣର ଡକାୟତି, ଗ୍ରିଲ୍‌ ଭାଙ୍ଗି ନେଇଗଲେ ୧୫ ଭରି ସୁନା ଅଳଙ୍କାର

ରାୟଗଡ଼ା,୨୦।୭(କୈଳାଶ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଏବେ ଲୁଟେରାଙ୍କ ଆଡ୍ଡାସ୍ଥଳୀ ପାଲଟିଛି l ଅଞ୍ଚଳରେ ଚୋରି, ଡକାୟତି, ରାହାଜନୀ, ଲୁଯ୍‌ ଭଳି ଘଟଣା ଦିନକୁ ଦିନ ବଢ଼ିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri