ଭୁଲ ତଥ୍ୟ ଦେବାରୁ ଗୁଗୁଲ୍ ଉପରେ ୫୦ମିଲିୟନ୍ ଡଲାର ଜରିମାନା ଲଗାଇଲେ କୋର୍ଟ

ନୂଆଦିଲ୍ଲୀ, ୨୦ା୧୨: ଋଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଭୁଲ ପ୍ରସାର କରିବା ତଥ୍ୟ କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ ତଥାକଥିତ “ନକଲି” ତଥ୍ୟ ଡିଲିଟ କରିବାରେ ବିଫଳ ହେବାରୁ ଋଷର ଏକ କୋର୍ଟ ବୁଧବାର ଗୁଗୁଲ ଉପରେ ୪.୬ ବିଲିୟନ ରୁବେଲ (୫୦.୮୪ ନିୟୁତ ଡଲାର) ଜରିମାନା ଲଗାଇଛନ୍ତି।

ଫେବୃଆରୀ ୨୦୨୨ ରେ ଋଷ ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ, ବିଷୟବସ୍ତୁ, ସେନ୍ସରସିପ୍, ତଥ୍ୟ ଏବଂ ସ୍ଥାନୀୟ ପ୍ରତିନିଧିତ୍ୱକୁ ନେଇ ଋଷ ବିଦେଶୀ ଟେକ୍ନୋଲୋଜି କମ୍ପାନୀଗୁଡିକ ସହିତ ବିବାଦ ଘେରକୁ ଆସିଛି।

ଋଷର ସ୍ଥାନୀୟ ଗଣମାଧ୍ୟମ ସୂଚନା ଅନୁଯାୟୀ, ଋଷ ବିରୋଧରେ ପ୍ରଚାର କରାଯାଉଥିବା ଭ୍ରମାତ୍ମକ ଖବର ଏବଂ ବିଭ୍ରାନ୍ତକାରୀ ବିଷୟବସ୍ତୁ ଡିଲିଟ କରିବାରେ ଗୁଗୁଲ୍ ବିଫଳ ହେବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଗୁଗୁଲ୍ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଆଲଫାବେଟର ୟୁଟ୍ୟୁବ୍ କିଛି ଦିନ ହେବ ରୁଷିଆର ଟାର୍ଗେଟରେ ରହିଛି କିନ୍ତୁ ଟ୍ୱିଟର ଏବଂ ମେଟା ପ୍ଲାଟଫର୍ମର ଫେସବୁକ୍ ଏବଂ ଇନଷ୍ଟାଗ୍ରାମ ପରି ଏହାକୁ ବ୍ଲକ କରାଯାଇ ନାହିଁ। ଋଷରେ ଗୁଗୁଲର ବାର୍ଷିକ କାରବାରର ଅଂଶ ଭାବରେ ଏହି ଜରିମାନା ହିସାବ କରାଜୋଚିଛି। କମ୍ପାନୀକୁ ୨୦୨୧ ଶେଷରେ ୭.୨ ବିଲିୟନ ରୁବଲ୍ ଏବଂ ଅଗଷ୍ଟ ୨୦୨୨ ରେ ୨୧.୧ ବିଲିୟନ ରୁବଲ୍ ସମାନ କାରବାର ଭିତ୍ତିକ ଜୋରିମାନା କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

ଅଦ୍ଭୁତ ସ୍ଥିତି

ହ୍ୱାଟ୍ସଆପ୍‌ରେ ଏସ୍‌ଆଇଆର୍‌ ନୋଟିସ ଆସିଥିଲା, ‘ଶୁଣାଣିରେ ଉପସ୍ଥିତ ରହିବା ବାଧ୍ୟତାମୂଳକ। ଦୟାକରି ଏହାକୁ ଜରୁରୀ ମନେକରନ୍ତୁ ଏବଂ କୌଣସି ପରିସ୍ଥିତିରେ ଅନୁପସ୍ଥିତ ନ ରହିବା ପାଇଁ ବ୍ୟବସ୍ଥା…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?