ଭୁଲ ତଥ୍ୟ ଦେବାରୁ ଗୁଗୁଲ୍ ଉପରେ ୫୦ମିଲିୟନ୍ ଡଲାର ଜରିମାନା ଲଗାଇଲେ କୋର୍ଟ

ନୂଆଦିଲ୍ଲୀ, ୨୦ା୧୨: ଋଷ-ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଭୁଲ ପ୍ରସାର କରିବା ତଥ୍ୟ କିମ୍ବା ଅନ୍ୟାନ୍ୟ ପ୍ରସଙ୍ଗରେ ତଥାକଥିତ “ନକଲି” ତଥ୍ୟ ଡିଲିଟ କରିବାରେ ବିଫଳ ହେବାରୁ ଋଷର ଏକ କୋର୍ଟ ବୁଧବାର ଗୁଗୁଲ ଉପରେ ୪.୬ ବିଲିୟନ ରୁବେଲ (୫୦.୮୪ ନିୟୁତ ଡଲାର) ଜରିମାନା ଲଗାଇଛନ୍ତି।

ଫେବୃଆରୀ ୨୦୨୨ ରେ ଋଷ ୟୁକ୍ରେନ ଉପରେ ଆକ୍ରମଣ କରିବା ପରେ ଦୁଇ ଦେଶ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦ, ବିଷୟବସ୍ତୁ, ସେନ୍ସରସିପ୍, ତଥ୍ୟ ଏବଂ ସ୍ଥାନୀୟ ପ୍ରତିନିଧିତ୍ୱକୁ ନେଇ ଋଷ ବିଦେଶୀ ଟେକ୍ନୋଲୋଜି କମ୍ପାନୀଗୁଡିକ ସହିତ ବିବାଦ ଘେରକୁ ଆସିଛି।

ଋଷର ସ୍ଥାନୀୟ ଗଣମାଧ୍ୟମ ସୂଚନା ଅନୁଯାୟୀ, ଋଷ ବିରୋଧରେ ପ୍ରଚାର କରାଯାଉଥିବା ଭ୍ରମାତ୍ମକ ଖବର ଏବଂ ବିଭ୍ରାନ୍ତକାରୀ ବିଷୟବସ୍ତୁ ଡିଲିଟ କରିବାରେ ଗୁଗୁଲ୍ ବିଫଳ ହେବାରୁ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ଏହି ମାମଲାରେ ଗୁଗୁଲ୍ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।

ଆଲଫାବେଟର ୟୁଟ୍ୟୁବ୍ କିଛି ଦିନ ହେବ ରୁଷିଆର ଟାର୍ଗେଟରେ ରହିଛି କିନ୍ତୁ ଟ୍ୱିଟର ଏବଂ ମେଟା ପ୍ଲାଟଫର୍ମର ଫେସବୁକ୍ ଏବଂ ଇନଷ୍ଟାଗ୍ରାମ ପରି ଏହାକୁ ବ୍ଲକ କରାଯାଇ ନାହିଁ। ଋଷରେ ଗୁଗୁଲର ବାର୍ଷିକ କାରବାରର ଅଂଶ ଭାବରେ ଏହି ଜରିମାନା ହିସାବ କରାଜୋଚିଛି। କମ୍ପାନୀକୁ ୨୦୨୧ ଶେଷରେ ୭.୨ ବିଲିୟନ ରୁବଲ୍ ଏବଂ ଅଗଷ୍ଟ ୨୦୨୨ ରେ ୨୧.୧ ବିଲିୟନ ରୁବଲ୍ ସମାନ କାରବାର ଭିତ୍ତିକ ଜୋରିମାନା କରାଯାଇଥିଲା।

 

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ପାକିସ୍ତାନରେ ହଇଚଇ: ଶେହବାଜ ମେଡିକାଲରେ ଭର୍ତ୍ତି, ପ୍ରେସକିପଶନରୁ ମିଳିଲା ସାଂଘାତିକ ତଥ୍ୟ!

ଇସଲାମାବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ଟ୍ରମ୍ପ ବିରୋଧୀ ମାର୍କ କାର୍ନିଙ୍କ ଜବରଦସ୍ତ ବିଜୟ: ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୯।୪: କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ଲିବରାଲ ପାର୍ଟି ଜିତିବାରେ ସଫଳ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଏକ୍ସରେ ପୋଷ୍ଟ କରି ମାର୍କ କାର୍ନି ଅଭିନନ୍ଦନ ଜଣାଇଛନ୍ତି।...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

ନାଳ ଭିତରକୁ ପଶିଗଲା ଲକ୍ଷ୍ମୀ ବସ୍‌

ଜୟପୁର,୨୯।୪(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁର ବ୍ଲକ ଗଡପଦର ନିକଟରେ ମଙ୍ଗଳବାର ଏକ ଲକ୍ଷ୍ମୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ହଠାତ୍‌ ଗାଡି ଚାଳକଙ୍କ ସ୍ବାସ୍ଥ୍ୟ ଖରାପ...

ରାସ୍ତାକଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ପୋଲିସ ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ବାହାଡାଗୁଡ଼ା ଗ୍ରାମ ବୁଲାଣି ରାସ୍ତାକଡରୁ ମଙ୍ଗଳବାର ସକାଳେ ପାଟପୁର ପୋଲିସ ଜଣେ ଯୁବକଙ୍କ...

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀଙ୍କ ଉପରେ ଭାରତର ବଡ଼ ଆକ୍ସନ! ଦେଉଥିଲେ ପରମାଣୁ ବୋମାର ଧମକ

ନୂଆଦିଲ୍ଲୀ,୨୯।୪: ୨୨ ଏପ୍ରିଲରେ ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଏହି...

ଦନ୍ତା ହାତୀର ମୃତ୍ୟୁକୁ ନେଇ ଗ୍ରାମବାସୀଙ୍କ ସନ୍ଦେହ

ଆନନ୍ଦପୁର,୨୯।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ସୀମାନ୍ତ ମୟୂରଭଞ୍ଜ ଜିଲା ଶାଳଚୁଆ ଫୁଟବଲ ପଡ଼ିଆ ପାଖ ଜଙ୍ଗଲରେ ମଙ୍ଗଳବାର ଏକ ଦନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri