Posted inଜାତୀୟ

ଗୁଗୁଲର ଭାରତକୁ ଉପହାର: ଏହି ସହରରେ ଖୋଲିବ ଗ୍ଲୋବାଲ ଫିଣ୍ଟେକ ଅପରେଶନ ସେଣ୍ଟର

ନୂଆଦିଲ୍ଲୀ,୨୪।୬: ବହୁରାଷ୍ଟ୍ରୀୟ ଟେକ୍ନୋଲୋଜି କମ୍ପାନୀ ଗୁଗୁଲ ଗୁଜରାଟର ଅନ୍ତର୍ଜାତୀୟ ଫାଇନାନ୍ସ ଟେକ(ଗିଫ୍ଟ) ସିଟିରେ ଏହାର ଗ୍ଲୋବାଲ ଫିଣ୍ଟେକ ଅପରେଶନ ସେଣ୍ଟର ପ୍ରତିଷ୍ଠା କରିବ। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ଗୁଗୁଲର ସିଇଓ ସୁନ୍ଦର ପିଚାଇ ଏହି ଘୋଷଣା କରିଛନ୍ତି। ପିଚାଇ କହିଛନ୍ତି ଯେ, ଆମେ ଗୁଜରାଟର ଗିଫ୍ଟ ସିଟିରେ ଆମର ଗ୍ଲୋବାଲ ଫିଣ୍ଟେକ ଅପରେଶନ ସେଣ୍ଟର ଖୋଲିବାକୁ ଘୋଷଣା କରୁଛୁ। ଏହା ଭାରତର ଫିଣ୍ଟେକ ନେତୃତ୍ୱକୁ ମଜବୁତ କରିବ, ଯେଉଁଥିରେ ୟୁପିଏ ଏବଂ ଆଧାରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମେ ସେହି ଭିତ୍ତିଭୂମି ଉପରେ ନିର୍ମାଣ କରି ଏହାକୁ ବିଶ୍ୱ ସ୍ତରରେ ନେଇଯିବା। ଗୁଗୁଲ ଖବର ଅନୁଯାୟୀ, ପିଚାଇ ଏହା ମଧ୍ୟ କହିଛନ୍ତି ଯେ, ତାଙ୍କ କମ୍ପାନୀ ୧୦ ବିଲିୟନ ଆମେରିକୀୟ ଡଲାରର ଇଣ୍ଡିଆ ଡିଜିଟାଇଜେଶନ ପାଣ୍ଠି ମାଧ୍ୟମରେ ଭାରତରେ ପୁଞ୍ଜି ବିନିଯୋଗ ଜାରି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

ଜନ୍ତର-ମନ୍ତରରେ ଆନ୍ଦୋଳନ ପରେ ଆଗକୁ କ’ଣ କରିବ କକ୍ରୋଚ ପାର୍ଟି? ଅଭିଜିତଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୬: ଶିକ୍ଷା ବ୍ୟବସ୍ଥାରେ ହୋଇଥିବା କଥିତ ଅନିୟମିତତା ବିରୋଧରେ ଦିଲ୍ଲୀର ଜନ୍ତର-ମନ୍ତରଠାରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନର ଦିନକ ପରେ ‘କକ୍ରୋଚ ଜନତା ପାର୍ଟି’ (CJP)ର ସଂସ୍ଥାପକ ଅଭିଜିତ…

ଆଳି ମର୍ଡର କେସ୍‌: ସିନ୍‌ ରିକ୍ରିଏଶନ କଲା ପୋଲିସ, ଘଟଣାସ୍ଥଳରୁ ଲୁହାରଡ୍‌ ସହ ୩ ଅଭିଯୁକ୍ତ ଦେଖାଇଲେ…

ଆଳି,୭ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ମହାଦେଇପାଟଣା ଗ୍ରାମର ଗୌରାଙ୍ଗ ହତ୍ୟାକାଣ୍ଡ ଘଟଣାରେ ଗିରଫ ହୋଇଥିବା ଅଭିଯୁକ୍ତଙ୍କୁ ନେଇ ପୋଲିସର ତନାଘନା ଆରମ୍ଭ ହୋଇଛି। ଜିଲା ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri