ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ବଡ଼ ଘୋଷଣା କରିଛି। ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କ ସୂଚନା ଅନୁସାରେ, ଆସନ୍ତା ୫ ବର୍ଷ ମଧ୍ୟରେ କମ୍ପାନୀ ଭାରତରେ ପ୍ରାୟ ୧୫ ବିଲିୟନ ଡଲାର (୧,୩୬୦ ଅରବ ଟଙ୍କା) ନିବେଶ କରିବ।

ଭାରତ ଓ ଆମେରିକା ମଧ୍ୟରେ AI ସଂଯୋଗକୁ ସୁଦୃଢ଼ କରିବା ପାଇଁ ‘ଇଣ୍ଡିଆ-ଆମେରିକା କନେକ୍ଟ ଇନିସିଏଟିଭ୍’ ଅଧୀନରେ ସମୁଦ୍ର ତଳେ ହାଇ-ସ୍ପିଡ୍ କେବୁଲ୍ ବିଛାଯିବ। ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଏକ ମେଗା AI ଡାଟା ସେଣ୍ଟର ନିର୍ମାଣ କରାଯିବ, ଯାହା ଭାରତକୁ ବିଶ୍ୱସ୍ତରୀୟ AI କେନ୍ଦ୍ରରେ ପରିଣତ କରିବ। ଦେଶର ୮୦୦ଟି ଜିଲାରେ ପ୍ରାୟ ୨ କୋଟି ସରକାରୀ କର୍ମଚାରୀଙ୍କୁ ଗୁଗଲ୍ କ୍ଲାଉଡ୍ ଇନଫ୍ରାଷ୍ଟ୍ରକ୍ଚର ପ୍ରଦାନ କରାଯିବ।

ଏଥିସହିତ ‘ଅଟଳ ଟିଙ୍କରିଂ ଲ୍ୟାବ୍ସ’ ସହ ମିଶି ୧୦,୦୦୦ ସ୍କୁଲର ୧.୧ କୋଟି ଛାତ୍ରଛାତ୍ରୀଙ୍କୁ AI, ରୋବୋଟିକ୍ସ ଏବଂ କୋଡିଂ ଶିକ୍ଷା ଦିଆଯିବ। ଏଥିସହ ହିନ୍ଦୀ ଓ ଇଂରାଜୀରେ ‘ଗୁଗଲ୍ AI ପ୍ରଫେସନାଲ୍ ସାର୍ଟିଫିକେଟ୍’ ପ୍ରୋଗ୍ରାମ ମଧ୍ୟ ଆରମ୍ଭ ହେବ। ଗୁଗଲ୍ ରିସର୍ଚ୍ଚକୁ ପ୍ରୋତ୍ସାହନ ଦେବା ପାଇଁ ୩ କୋଟି ଡଲାରର ‘AI ଫର୍ ସାଇନ୍ସ ଇମ୍ପାକ୍ଟ ଚ୍ୟାଲେଞ୍ଜ’ ଘୋଷଣା କରିଛି।

ଏହି ଅବସରରେ ଗୁଗଲ୍ ସିଇଓ ସୁନ୍ଦର ପିଚାଇ କହିଛନ୍ତି, “ଭାରତରେ ଏଭଳି ପରିବର୍ତ୍ତନ ହେଉଛି, ଯାହାଫଳରେ ପରବର୍ତ୍ତୀ ବିଶ୍ୱସ୍ତରୀୟ AI କମ୍ପାନୀ ଭାରତରୁ ହିଁ ବାହାରିବ।”


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?