ଗୁଗଲ ଦେବ ଲୋନ

ନୂଆଦିଲ୍ଲୀ,୨୨।୧୦: ଦୁନିଆର ସବୁଠୁ ବଡ ସର୍ଚ୍ଚ ଇଞ୍ଜିନ ଗୁଗଲ ବର୍ତ୍ତମାନ ଭାରତୀୟଙ୍କ ପାଇଁ ଏକ ସ୍ବତନ୍ତ୍ର ସେବା ଆରମ୍ଭ କରିବାକୁ ଯାଉଛି। ବ୍ୟାଙ୍କ୍‌ମାନଙ୍କ ପରି ଗୁଗଲ ଆପଣଙ୍କୁ ଲୋନ ଦେବାରେ ସାହାର୍ଯ୍ୟ କରିବ। ଏହି ସେବା ଏହାର ଲୋକପ୍ରିୟ ପେମେଣ୍ଟ ଆପ ‘ଗୁଗଲ-ପେ’ ଦ୍ୱାରା ଏହି ସେବା ଉପଲବ୍ଧ ହେବ। ତେବେ ଗୁଗଲର ଏହି ଫିଚର୍ସ ଫୋନ-ପେ ଓ ଭାରତ ପେ ପାଇଁ ଆହ୍ବନ ହୋଇପାରେ। ଗୁଗଲ ଏଥିପାଇଁ ଏହାର ଗୁଗୁଲ ପେ ଡାଟାବେସକୁ ବ୍ୟବହାର କରିବାକୁ ଯାଉଛି।

ପୂର୍ବରୁ ଗୁଗଲ ଭାରତରେ ସ୍ବତନ୍ତ୍ର ଦେୟ ନେଣଦେଣ ସେବା ‘ତେଜ’ ଆରମ୍ଭ କରିଥିଲା। ପରେ ଏହା ‘ଗୁଗଲ ପେ’ ବା ‘ଜି-ପେ’ ଭାବରେ ଜଣାଶୁଣା। ଏହି ପ୍ଲାଟଫର୍ମ ମାଧ୍ୟମରେ ଦେଶର କୋଟି କୋଟି ଲୋକ ୟୁପିଆଇ ଟ୍ରାଞ୍ଜାକ୍ସନ କରିଥାନ୍ତି। ଭାରତରେ ସମୁଦାୟ ୟୁପିଆଇ ଟ୍ରାଞ୍ଜାକ୍ସନର ୩୦ପ୍ରତିଶତ କେବଳ ଗୁଗଲ ପେ ମାଧ୍ୟମରେ ହୋଇଥାଏ। ବର୍ତ୍ତମାନ କମ୍ପାନୀ ଏହି ଡାଟାବେସ ବ୍ୟବହାର କରି ପେଟିଏମ ଏବଂ ଭାରତପେ ଭଳି କମ୍ପାନୀ ସହିତ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛି।

ଏହି ସେବା ଗୁଗଲରେ ପଞ୍ଜୀକୃତ ବ୍ୟବସାୟୀ ଏବଂ ଗ୍ରାହକଙ୍କୁ ମିଳିବାକୁ ଯାଉଛି। କମ୍ପାନୀ ‘ଗୁଗଲ ପେ’ ଡାଟାବେସ ଏବଂ ଏଆଇ ବ୍ୟବହାର କରି ଲୋକଙ୍କୁ ସେମାନଙ୍କର ଆବଶ୍ୟକତା ଅନୁଯାୟୀ ଋଣ ଦେବ। ଏଥିପାଇଁ ଗୁଗୁଲ ଅନେକ ବ୍ୟାଙ୍କ ଏବଂ NBFC (ଅଣ ବ୍ୟାଙ୍କିଙ୍ଗ ଫାଇନାନ୍ସ କମ୍ପାନୀ) ସହିତ ଟାଏ-ଅପ କରିଛି। ଏହି ସେବାରେ ଲୋକମାନେ ୧୫ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ପାଇପାରିବେ। ପ୍ରତି ମାସରେ ସର୍ବନିମ୍ନ ୧୧୧ ଟଙ୍କା ଦେଇ ନିଜର ଋଣ ପରିଶୋଧ କରିପାରିବେ।ବ୍ୟବସାୟ ହେଉ କି ଘରୋଇ ଲୋନ ଗୁଗଲ ସମସ୍ତଙ୍କୁ ଏହି ସେବା ଯୋଗାଇଦେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ ସେତୁ ୨.୦ ଆପ୍‌ର ଶୁଭାରମ୍ଭ କଲେ ଜେ.ପି. ନଡ୍ଡା

ନୂଆଦିଲ୍ଲୀ,୨୯ା୬: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ସୋମବାର ଆରୋଗ୍ୟ ସେତୁ ୨.୦ ଆପ୍‌ ଏବଂ ୟୁନିଫାଏଡ୍‌ ହେଲ୍‌ଥ ଇଣ୍ଟରଫେସ୍‌ (ୟୁଏଚ୍‌ଆଇ) ଲଞ୍ଚ୍‌ କରିଛନ୍ତି। କୋଭିଡ୍‌ ସମୟରୁ ଆରମ୍ଭ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ନେଲେ ବଡ଼ ନିଷ୍ପତ୍ତି: ଖେମୁଣ୍ଡି ଲୋକ ମହୋତ୍ସବ ପାଇଁ ପ୍ରସ୍ତୁତି ଜୋରଦାର

ଦିଗପହଣ୍ଡି, ୨୯।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ସୋମବାର ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ଏକ ପ୍ରସ୍ତୁତି…

ମା’ ମଝିଘରିଆଣୀ ମନ୍ଦିରରୁ ରେକର୍ଡ ଆୟ: ୧.୨୬ କୋଟିରୁ ଅଧିକ ଟଙ୍କା ସହ ୩୨ ଗ୍ରାମ୍‌ ମିଳିଲା ସୁନା

ରାୟଗଡ଼ା,୨୯।୬(କୈଳସ ଚନ୍ଦ୍ର ପୃଷ୍ଟି ): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ଦାନହୁଣ୍ଡି ସୋମବାର ସକାଳେ କଡ଼ା ସୁରକ୍ଷା ମଧ୍ୟରେ ଖୋଲାଯାଇଛି। ମାଜିଷ୍ଟ୍ରେଟ୍‌,…

ମିଳିନି ଧାନ ବିକ୍ରି ଟୋକନ: ଆତ୍ମାହୁତି ଧମକ ଦେଲେ ଚାଷୀ

ବରଗଡ,୨୯।୬(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲାରେ ଧାନ ବିକ୍ରିରେ ଟୋକନ ସମସ୍ୟାକୁ ନେଇ ଦିନକୁ ଦିନ ସ୍ଥିତି ସଙ୍ଗିନ ହେବାରେ ଲାଗିଛି । ବରଗଡ ଜିଲା ବିଜେପୁର ବ୍ଲକ…

ସାଧାରଣ ଲେକଙ୍କୁ ବଡ଼ ଆଶ୍ୱସ୍ତି: ସରକାର କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୯।୬:ସରକାର ପେଟ୍ରୋଲ ଏବଂ ଡିଜେଲ ସମ୍ପର୍କରେ ଜନସାଧାରଣଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲର ବିକ୍ରୟ ଏବଂ ବଣ୍ଟନ ଉପରେ ଅସ୍ଥାୟୀ…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

ସରକାର ନେଲେ ବଡ଼ ନିଷ୍ପତ୍ତି; ୧ ଜୁଲାଇରୁ ପେଟ୍ରୋଲ-ଡିଜେଲ…

ନୂଆଦିଲ୍ଲୀ,୨୯।୬: ୧ ଜୁଲାଇରୁ ପେଟ୍ରୋଲ ଏବଂ ଡିଜେଲ କିଣିବାକୁ ନେଇ ସରକାର ଏକ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସରକାର ପ୍ରତି ବ୍ୟକ୍ତି ଏବଂ ପ୍ରତି ଗାଡ଼ି…

ଭାଜପା ଯୁବମୋର୍ଚ୍ଚା କର୍ମକର୍ତ୍ତା ଘୋଷଣା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲାର ନୁତନ ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କ ନାମ ସୋମବାର ଘୋଷଣା ହୋଇଛି। ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri