ଏମ୍‌ଜିଏନ୍‌ଆର୍‌ଇଜିଏସ୍‌: ରାଜ୍ୟରେ ଗୋପ ବ୍ଲକ ପ୍ରଥମ

ଗୋପ,୭।୫(ଡି.ଏନ୍‌.ଏ.): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ରାଜ୍ୟରେ ପୁରୀ ଜିଲାର ଗୋପ ବ୍ଲକ ପ୍ରଥମ ସ୍ଥାନ ଅଧିକାର କରିଛି। ଏଥିଯୋଗୁ ଗୁରୁବାର ବିଡିିଓ ଦୀପ୍ତିରାଣୀ ଦାସ, କନିଷ୍ଠ ଯନ୍ତ୍ରୀ ପ୍ରଦୀପ ବେଶ୍ରା, ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ମୋନାଲିସା ଶତପଥୀ, ଅଚ୍ୟୁତପୁର ପଞ୍ଚାୟତର ଗ୍ରାମ ରୋଜଗାର ସେବକ ଶୁଭସ୍ମିିତା ବିଶ୍ବାଳ ଏବଂ ବଡତରା ପଞ୍ଚାୟତର ଗ୍ରାମ ରୋଜଗାର ସେବକ ଚିନ୍ମୟୀ ପଣ୍ଡାଙ୍କୁୁ ଶିଲ୍ଡ ସହ ମାନପତ୍ର ଦେଇ ବ୍ଲକ ଅଧ୍ୟକ୍ଷ ପ୍ରକାଶ ଚନ୍ଦ୍ର ପରିଡ଼ା ସମ୍ମାନିତ କରିଛନ୍ତି। କୋଭିଡ୍‌ କଟକଣା ମାନି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ସୂଚନାଯୋଗ୍ୟ, କରୋନାର ପ୍ରଥମ ଲହର ସମୟରେ ବିଭିନ୍ନ ରାଜ୍ୟରେ ଥିବା ଗୋପ ବ୍ଲକର ଅନେକ ଲୋକ ନିଜ ଗାଁ ମାଟିକୁ ଫେରି ଆସିଥିଲେ। ସେମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ଏମ୍‌ଜିଏନ୍‌ଇଜିଏସ୍‌ରେ କାର୍ଯ୍ୟ ଯୋଗାଇ ଦିଆଯାଇଥିଲା। ବିଡିଓ ଦୀପ୍ତିରାଣୀ ଦାସ, ବ୍ଲକ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ମୋନାଲିସା ଶତପଥୀଙ୍କ ଉଦ୍ୟମ ଯୋଗୁ ଶ୍ରମିକମାନଙ୍କ ବ୍ୟାଙ୍କ ଜମାଖାତାକୁ ଅର୍ଥ ପଠାଯାଇଥିଲା। ଏ ନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ରାଜ୍ୟ ସରକାର ଅବଗତ ହୋଇଥିଲେ। ଗୋପ ବ୍ଲକରେ ୨୦୦୮ରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଆରମ୍ଭ ହୋଇଥିଲା। ଅଦ୍ୟାବଧି ୩୧ ପଞ୍ଚାୟତରେ ପୋଖରୀ ଖୋଳା, ଶ୍ମଶାନ ରାସ୍ତା, ଗାଁ ରାସ୍ତା ସହିତ ଅନ୍ୟାନ୍ୟ କାର୍ଯ୍ୟରେ ୨୫ କୋଟିରୁ ଊଦ୍ଧର୍‌ବ ଅର୍ଥ ଖର୍ଚ୍ଚ ହୋଇଛି। ଅଚ୍ୟୁତପୁର, ନାଗପୁର, ଗଣେଶ୍ୱରପୁର, ବଣିଆସାହି, ଏରବଙ୍ଗ, ବୀରତୁଙ୍ଗ ଆଦି ପଞ୍ଚାୟତରେ ଏହି ଯୋଜନାରେ ବ୍ୟାପକ ଅର୍ଥ ଖର୍ଚ୍ଚ କରାଯାଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ୨ଲକ୍ଷ ୯୩ହଜାର ୪୫୭ ଶ୍ରମିକଙ୍କୁ କାମ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri