ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଏକୀକୃତ ବୀମା ଯୋଜନାରେ..

ଭୁବନେଶ୍ୱର,୧୯ା୩: ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାରେ ସମ୍ପ୍ରତି ଆବେଦନ କରିଥିବା ସାମ୍ବାଦିକମାନଙ୍କୁ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରା ନ ଯିବା ନେଇ ଚିନ୍ତାର ସମାଧାନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ସେମାନଙ୍କୁ ଏକୀକୃତ ବୀମା ଯୋଜନାରେ ସାମିଲ କରିବା ପାଇଁ ପ୍ରୟାସ ଚାଲିଛି।

ଓଡ଼ିଶା ବିଧାନସଭାରେ ବ୍ରହ୍ମଗିରିର ଭାଜପା ବିଧାୟିକା ଉପାସନା ମହାପାତ୍ରଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସାମ୍ବାଦିକମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ତଥ୍ୟକୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଡାଟାବେସ୍‌ ସହିତ କ୍ରସ୍‌-ଭେରିଫାଏ କରାଯାଉଛି। ସେହି ଅନୁଯାୟୀ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ସେ ଆଶ୍ୱାସନା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି ସୂଚନା ଦେଇଛନ୍ତି ଯେ, ଜୁନ୍‌ ୨୦୨୪ରୁ ଫେବୃଆରୀ ୨୦୨୫ ମଧ୍ୟରେ ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାରେ ପଞ୍ଜୀକରଣ ପାଇଁ ୮୦୪ ଜଣ ସାମ୍ବାଦିକ ଆବେଦନ କରିଛନ୍ତି।

ମହାପାତ୍ର ଏହି ଆବେଦନକାରୀଙ୍କ ସ୍ଥିତି ବିଷୟରେ ମଧ୍ୟ ପଚାରି ବୁଝିଥିଲେ ଏବଂ ସେମାନଙ୍କ ଆବେଦନ ପ୍ରତ୍ୟାଖ୍ୟାନର କାରଣ ବିଷୟରେ ସ୍ପଷ୍ଟୀକରଣ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri