ଗୋପାଳଙ୍କୁ ନିର୍ମମ ହତ୍ୟା: ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ରୋଡ଼ରୁ ମିଳିଲା ଜୁଡ଼ୁବୁଡ଼ୁ ମୃତଦେହ

ସମ୍ବଲପୁର,୧୨।୮(ପ୍ରମୋଦ ବହିଦାର): ଟାଉନ ଥାନା ଅନ୍ତର୍ଗତ ମାଁ ପାଟଣେଶ୍ୱରୀ ମନ୍ଦିର ପଛପଟ ଫିସେରୀ ରୋଡ଼ରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଖବର ମିଳିଛି। ମୃତକ ଜଣକ କ୍ଷେତରାଜପୁର ଥାନା ଅନ୍ତର୍ଗତ ତିୱାରିଗଳିର ଗୋପାଳ ବଂଶଲ (ଚିଣ୍ଟୁ) ବୋଲି ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି। ବିଳମ୍ବିତ ରାତି ପ୍ରାୟ ୨ଟାରୁ ୩ଟା ମଧ୍ୟରେ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ କିଛି ଦୁର୍ବୃତ୍ତ ଉକ୍ତ ଯୁବକଙ୍କୁ ଲୁଟ କରିବାକୁ ଉଦ୍ୟମ କରି ବିଫଳ ହେବାରୁ ସେମାନେ ନିର୍ମମ ଭାବେ ତାଙ୍କୁ ହତ୍ୟା କରିଥିବା ପୋଲିସ ଅନୁମାନ କରୁଛି।
ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହା ସହିତ ହତ୍ୟାକାଣ୍ଡର ସଠିକ କାରଣ ନିଶ୍ଚିତ କରିବା ପାଇଁ ପୋଲିସ ତଦନ୍ତ ଜାରି ରଖିଛି। ଏହି ମାମଲାରେ ସନ୍ଦେହରେ ପୋଲିସ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ପଚରାଉଚରା ଚଳାଇଥିବା ଜଣା ପଡ଼ିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ନିଖୋଜ ଦାଦନ ଶ୍ରମିକଙ୍କ ମିଳିଲା ପତ୍ତା: କେରଳରେ…

ଥୁଆମୂଳ ରାମପୁର, ୧୨ା୮ (ଦୁର୍ଗା କୀର୍ତ୍ତି):ଶେଷରେ ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀ (୩୦)ଙ୍କୁ ନେଇ ସୃଷ୍ଟିହୋଇଥିବା ଆଶଙ୍କା ଦୂରହୋଇଛି। କେରଳରେ ଦିଗହରା ହୋଇ ବୁଲୁଥିବା କଳାହାଣ୍ଡି…

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

ହୀରାପୁର ଛକରେ ହେବ ଇଞ୍ଜିନିୟରିଂ କଲେଜ: ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର

ଲୋଇସିଂହା,୧୨।୮(ସୁଶାନ୍ତ ବାରିକ):ସ୍ବାଧୀନତା ଦିବସ ପୂର୍ବରୁ ବଲାଙ୍ଗୀର ଜିଲା ଲୋଇସିଂହା ଅଞ୍ଚଳବାସୀଙ୍କ ପାଇଁ ବଡ ଖୁସି ଖବର ଆସିଛି। ଲୋଇସିଂହା ଥାନା ହୀରାପୁର ଛକ ଅଞ୍ଚଳରେ ଚିହ୍ନଟ ଜାଗାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri