ଦିବ୍ୟାଙ୍ଗ ଗୋପାଳଙ୍କୁ ମିଳିଲା ନାହିଁ ଘର

ମହାକାଳପଡ଼ା,୧୧ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଜାତି ଓ ଜନଜାତିଙ୍କ ବିକାଶ ପାଇଁ ତୃଣମୂଳସ୍ତରରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ ଅଦ୍ୟାବଧି ଉପରୋକ୍ତ ଯୋଜନା ଦିବ୍ୟାଙ୍ଗ ଗୋପାଳଙ୍କ ପାଖରେ ପହଞ୍ଚି ପାରୁନି ବୋଲି ଅଭିଯୋଗ ହୋଇଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ ଗ୍ରାମର ଫେରିଘାଟ କୂଳରେ ଛୋଟ ପାନ ଦୋକାନ କରି ପେଟ ପୋଷୁଛନ୍ତି ଗୋପାଳ ଚନ୍ଦ୍ର ବେହେରା(୪୪) । ଦିନ ସାରା ଗ୍ରାହକଙ୍କୁ ପାନ ଭାଙ୍ଗି ଦେବା ପରେ ମାତ୍ର ୩ଶହ ଟଙ୍କା ରୋଜଗାର କରିଥାଆନ୍ତି ସେ। ସେଥିରେ ତାଙ୍କ ଘର ଚଳେ। ବିଭିନ୍ନ ସାମଗ୍ରୀର ଅହେତୁକ ମୂଲ୍ୟ ଯୋଗୁ ମାସିକ ଭତ୍ତା, ଚାଉଳ ମୁଠେରେ କିପରି ସଂସାର ଚଳିବ ବୋଲି ଗୋପାଳ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆମମାନଙ୍କ ଦୁଃଖ ବୁଝିବେ ବୋଲି କହିଥିଲେ। ସେଥିପାଇଁ ଗୋପାଳ ଗତ ଜୁଲାଇ ୧୯ରେ ଆଣ୍ଠେଇ ଆଣ୍ଠେଇ ମୁଖ୍ୟମନ୍ତ୍ରଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନିଜର ଦୁଃଖ ଜଣାଇବା ଯାଇଥିଲେ। ହେଲେ ଦାୟିତ୍ୱରେ ଥିବା ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବାକୁ ଛାଡି ନ ଥିଲେ। ସେମାନେ ଏକ ଟୁକନ୍‌ ଧରାଇ ଦେଇ ଗୋପାଳଙ୍କୁ କହିଥିଲେ ତୁମେ ଘରକୁ ଯାଅ। ଆମେ ପଞ୍ଚାୟତକୁ ମେସେଜ ପଠାଇବୁ। ଜୁଲାଇ ୨୭ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରୁ ରାମନଗର ପଞ୍ଚାୟତ କାର୍ଯ୍ୟାଳୟକୁ ଏକ ମେସେଜ ଆସିଥିଲା। ସେଥିରେ ନିର୍ଦ୍ଦେଶ ଥିଲା ଅଭିଯୋଗ ପତ୍ର ତଦନ୍ତ କରି ତୁରନ୍ତ କାର୍ଯ୍ୟକାରୀ କର। ହେଲେ ସେହି ନିର୍ଦ୍ଦେଶ ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇନାହିଁ। ଆବାସ ଯୋଜନା ଘର ନ ମିଳିଲେ ବାଧ୍ୟ ହୋଇ ସେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅନଶନ କରିବେ ବୋଲି ଚେତାବନୀ ଦେଇଛନ୍ତି। ଏ ସଂକ୍ରାନ୍ତରେ ବିଡ଼ିଓ ସାଗର କୁମାର ନନ୍ଦଙ୍କୁ ପଚାରିବାରୁ ସୋମବାର ଅଭିଯୋଗ ପତ୍ର ତଦନ୍ତ କରାଯାଇ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri