ଗୋପାଳ ମାନସିକ ରୋଗୀ

କଟକ ଅଫିସ,୨୧ା୨:ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଜଣେ ମାନସିକ ରୋଗୀ। ତାଙ୍କର ଦୀର୍ଘଦିନ ଧରି ମାନସିକ ଅସୁସ୍ଥତାର ଇତିହାସ ରହିଛି। ଗୋପାଳଙ୍କ ମାନସିକ ଅସୁସ୍ଥତାର ସ୍ଥିତି ପରୀକ୍ଷା ପାଇଁ ଗଠିତ ସ୍ବତନ୍ତ୍ର ମେଡିକାଲ ବୋର୍ଡର ୪ଜଣିଆ ମାନସିକ ରୋଗ ବିଶେଷଜ୍ଞ କ୍ରାଇମ୍‌ବ୍ରାଞ୍ଚକୁ ଏଭଳି ରିପୋର୍ଟ ପ୍ରଦାନ କରିଛନ୍ତି। ଏଥିସହ ଅଭିଯୁକ୍ତଙ୍କ ମାନସିକ ଅସୁସ୍ଥତା ସମ୍ପର୍କିତ ନିର୍ଦ୍ଦିଷ୍ଟ ସିଦ୍ଧାନ୍ତରେ ପହଞ୍ଚତ୍ବା ପାଇଁ ଆହୁରି ଟିକିନିଖି ପରୀକ୍ଷାର ଆବଶ୍ୟକତା ରହିଛି ବୋଲି ବିଶେଷଜ୍ଞ କମିଟି ମତ ଦେଇଛନ୍ତି। ମେଡିକାଲ ବୋର୍ଡର ଏହି ରିପୋର୍ଟ ଉପରେ କ୍ରାଇମ୍‌ବ୍ରାଞ୍ଚ କର୍ନାଟକର ବେଙ୍ଗାଲୁରୁସ୍ଥିତ ନିମହାନ୍ସଠାରେ ଅଭିଯୁକ୍ତଙ୍କ ମାନସିକ ସ୍ଥିତି ସଂକ୍ରାନ୍ତୀୟ ମୂଲ୍ୟାୟନ ପାଇଁ ଅନୁମତି ଦେବାକୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି-୧ କୋର୍ଟରେ ଆବେଦନ କରିଥିଲା। ୪ଜଣିଆ ମେଡିକାଲ ବୋର୍ଡର ସଦସ୍ୟମାନେ ପୂର୍ବରୁ ଗୋପାଳଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିବା ପରେ ଉଚ୍ଚତର ପରୀକ୍ଷା ପାଇଁ ସୁପାରିସ୍‌ କରିଥିବା ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ କ୍ରାଇମ୍‌ବ୍ରାଞ୍ଚର ଏହି ଆବେଦନକୁ ଝାରସୁଗୁଡ଼ା ଜେଏମ୍‌ଏଫ୍‌ସି ଖାରଜ କରିଦେଇଛନ୍ତି। କ୍ରାଇମ୍‌ବ୍ରାଞ୍ଚ ଗୋପାଳଙ୍କ ମାନସିକ ଅସୁସ୍ଥତାର ପରୀକ୍ଷା ନିମନ୍ତେ ଅଦାଲତ ଅନୁମତି ଦେବାକୁ ଉଚ୍ଚତର ଫୋରମରେ ଆବେଦନ କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri