Posted inଜାତୀୟ

ହାର୍ଦ୍ଦିକଙ୍କୁ ଖୋଲା ନିମନ୍ତ୍ରଣ: ସମୟ ନଷ୍ଟ ନ କରି ‘ଆପ୍‌’ରେ ଯୋଗ ଦିଅନ୍ତୁ

ଗାନ୍ଧିନଗର,୧୫।୪: ଚଳିତ ବର୍ଷ ଶେଷ ଆଡ଼କୁ ଗୁଜରାଟରେ ବିଧାନସଭା ନିର୍ବାଚନ ହେବ। ମିଶନ୍‌ ପଞ୍ଜାବ ପରେ ଏବେ ଏହି ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌) ସଂକ୍ରିୟ ଅଂଶଗ୍ରହଣ କରିବାକୁ ଯାଉଛି। ତେଣୁ ଆପ୍‌ ଲାଗି ନିର୍ବାଚନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଉଛି। ଅପରପକ୍ଷେ ରାଜ୍ୟରେ ଆପ୍‌ର ଉତ୍ଥାନ କଂଗ୍ରେସକୁ କ୍ଷତି ପହଞ୍ଚାଇବ ବୋଲି ଏବେଠୁ ଆଶଙ୍କା ସୃଷ୍ଟି ହୋଇଛି।

ନିକଟରେ ଗୁଜରାଟ କଂଗ୍ରେସର କାର୍ଯ୍ୟକାରୀ ଅଧ୍ୟକ୍ଷ ହାର୍ଦ୍ଦିକ ପଟେଲ ଦଳ ଉପରେ ଖପ୍ପା ଥିବା ଖବର ପ୍ରକାଶ ପାଇଥିଲା। ଏପରିକି ସେ ଦଳ ଛାଡ଼ିବେ ବୋଲି କୁହାଯାଉଥିଲା। ହେଲେ ଏହାକୁ ଗୁଜବ ବୋଲି ହାର୍ଦ୍ଦିକ ପରେ କହିଥିଲେ। ଏହାର ଗୋଟିଏ ଦିନ ପରେ ଶୁକ୍ରବାର ଆପ୍‌ର ଗୁଜରାଟ ମୁଖ୍ୟ ଗୋପାଳ ଇଟାଲିଆ ହାର୍ଦ୍ଦିକଙ୍କୁ ସମୟ ବରବାଦ ନ କରି ତାଙ୍କ ଦଳରେ ଯୋଗଦେବାକୁ ପରାମର୍ଶ ଦେଇଛନ୍ତି।

ଗୋପାଳ ଖୋଲା ନିମନ୍ତ୍ରଣ ଦେଇ କହିଛନ୍ତି, ଯଦି ହାର୍ଦ୍ଦିକଙ୍କୁ କଂଗ୍ରେସରେ ପସନ୍ଦ କରାଯାଉନାହିଁ ତେବେ ସେ ସମାନ ବିଚାରଧାରା ଥିବା ଦଳରେ ଯୋଗ ଦେବା ଉଚିତ। ଅଭିଯୋଗ କରିବା କିମ୍ବା ସମୟ ନଷ୍ଟ କରିବା ପରିବର୍ତ୍ତେ ସେ ଆପ୍‌ରେ ଯୋଗ ଦିଅନ୍ତୁ। କଂଗ୍ରେସ ଭଳି ଦଳ ତାଙ୍କ ପାଇଁ ନୁହେଁ। ଉତ୍ସର୍ଗୀକୃତ ଲୋକଙ୍କ ପାଇଁ କଂଗ୍ରେସରେ କୌଣସି ସ୍ଥାନ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri