ପ୍ରସ୍ତୁତି ଚୂଡ଼ାନ୍ତ: ଜାନୁୟାରୀ ୨୨ରୁ ଗୋପାଳପୁର ବେଳାଭୂମି ମହୋତ୍ସବ

ଛତ୍ରପୁର,୩।୧(ଦିଲ୍ଲୀପ ସାମଲ): ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ପ୍ରଦକ୍ଷଣ ସମ୍ମିଳନୀ ଗୃହରେ ବାଣିଜ୍ୟ, ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ, ଗଞ୍ଜାମ ଜିଲାପାଳ ୱିକୀର୍ତ୍ତି ୱାସନ, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼ ସର୍ବଣ ବିବେକ ଏମ୍‌, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିର୍କେ, ବ୍ରହ୍ମପୁର ଉପଜିଲାପାଳ ଅବିନାଶ କୁମାର ପ୍ରମୁଖ ଉପସ୍ଥିତ ଥିଲେ l

ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମହୋତ୍ସବ ୫ଦିନ ପାଳିତ ହେବ । ଆସନ୍ତା ୨୨ ତାରିଖରୁ ୨୬ତାରିଖ ପର୍ଯ୍ୟନ୍ତ ଉତ୍ସବ ଗୋପାଳପୁର ବେଳାଭୂମିରେ ପାଳନ କରାଯିବ। ଏହି ଅବସରରେ ଝୋଟି, ଆଲୋଚନା ଚକ୍ର, କବିତା ପାଠୋତ୍ସବ, ଭଲିବଲ, ଫୁଟବଲ, ବୋଟ ରେସିଂ ଆଦି ବିଭିନ୍ନ ପ୍ରତିଯୋଗିତା ଆୟୋଜିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଏପରିକି ଶାମୁକା ସ୍ମରଣିକା ଉନ୍ମୋଚନ କରାଯିବ । ପ୍ରଥମେ ଗଞ୍ଜାମ ଜିଲାର କଳା ସଂସ୍କୃତି ପ୍ରାଥମିକତା ଦିଆଯିବ ସହିତ ବିଭିନ୍ନ ଜିଲା, ରାଜ୍ୟ ଓ ଦେଶର ନୃତ୍ୟ ଓ ସଙ୍ଗୀତ ପରିବେଷଣ କରାଯିବ। ଓଡିଆ, ତେଲୁଗୁ ଓ ହିନ୍ଦୀ କଣ୍ଠ ଶିଳ୍ପୀ ସଙ୍ଗୀତ ପରିବେଷଣ କରିବାର କାର୍ଯ୍ୟକ୍ରମ ରହିଛି ।

ପଲ୍ଲୀଶ୍ରୀ ମେଳା, ଖାଦ୍ୟ ମେଳା ଏବଂ ବିଭିନ୍ନ ଅନୁଷ୍ଠାନର ମେଳା ପ୍ରଦର୍ଶିତ ହେବ l ଉତ୍ସବରେ ଅତିଥି ଭାବେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କୁ ଅନୁରୋଧ କରାଯିବ ବୋଲି ବୈଠକରେ କୁହାଯାଇଛି।

ଗଞ୍ଜାମ ଜିଲାର ବିଭିନ୍ନ ଶକ୍ତିପୀଠରୁ ମଶାଲ ଶୋଭାଯାତ୍ରା, ପଦଯାତ୍ରା ଓ ସମୁଦ୍ରରେ ଲେଜର ଶୋ ଆୟୋଜନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଉତ୍ସବକୁ କିପରି ସୂଚାରୁ ରୂପେ ପାଳନ କରାଯିବ ସେନେଇ ବିଭିନ୍ନ କମିଟି ଗଠନ କରାଯିବ।

ଚଳିତ ବର୍ଷ ଗୋପାଳପୁର ବେଳାଭୂମି ମହୋତ୍ସବକୁ କିଛି ନୂଆ ରୂପରେ ପାଳନ କରିବା ସହ ଲୋକଙ୍କ ନିମନ୍ତେ ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ସ୍ଥଳ, ଆଇନ ଶୃଙ୍ଖଳା ଇତ୍ୟାଦି ବିଷୟରେ ଆଲୋଚନା କରାଯାଇଥିଲା l ୩୦୦ ଷ୍ଟଲ କରିବା ନିମନ୍ତେ ବୈଠକରେ କୁହାଯାଇଛି। ବୈଠକରେ ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଅନୁଷ୍ଠାନ ସଭ୍ୟା ସଭ୍ୟ ଓ ହୋଟେଲ ସଙ୍ଘର ସଭାପତି ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri