ପାଖେଇ ଆସୁଛି ଗୋପାଳପୁର ବେଳାଭୂମି ମହୋତ୍ସବ: ସମ୍ପୂର୍ଣ୍ଣ ହୋଇନି ରାସ୍ତା,ଆଲୋକୀକରଣ କାର୍ଯ୍ୟ

ଗୋପାଳପୁର,୧୭।୧୨,(ଡି.ଏନ୍‌.ଏ.): ଗୋପାଳପୁର ବେଳାଭୂମିକୁ ଅଧିକ ଆକର୍ଷଣୀୟ କରିବା ନିମନ୍ତେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟ ବରାଦ କରି ସୌନ୍ଦର୍ଯ୍ୟକରଣ କରାଯାଉଛି। ବିଗତ ଦୁଇ ବର୍ଷ ହେବ କରୋନା ମହାମାରୀ କାରଣରୁ ଗୋପାଳପୁର ବେଳାଭୂମିକୁ ପର୍ଯ୍ୟଟକଙ୍କ ଆଗମନ ଉପରେ ରୋକ ଲାଗିଥିଲା। କରୋନା ନିୟନ୍ତ୍ରଣାଧୀନ ହେବା ସହ ଚଳିତ ବର୍ଷ ଡିସେମ୍ବର ଶେଷ ସପ୍ତାହରେ ଏଠାରେ ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଏଥି ନିମନ୍ତେ ଗଞ୍ଜାମ ଜିଲା ପ୍ରଶାସନ, ପୋଲିସ ପ୍ରଶାସନ ମିଳିତ ସହଯୋଗରେ ବ୍ୟାପକ ପ୍ରସ୍ତୁତି ଚାଲିଛି। କିନ୍ତୁ ଦୁଃଖର ବିଷୟ ହେଉଛି, ଗୋପାଳପୁରଠାରୁ ବ୍ରହ୍ମପୁର ପର୍ଯ୍ୟନ୍ତ ମୁଖ୍ୟରାସ୍ତାରେ ଆଲୋକ ବ୍ୟବସ୍ଥା ନ ଥିବାରୁ ଗମନାଗମନାରେ ଅସୁବିଧା ସୃଷ୍ଟି ହେଉଛି। ଉକ୍ତ ରାସ୍ତା ଦେଇ ନିୟମିତ ସାଂସଦ, ବିଧାୟକ, ସ୍ଥାନୀୟ ଜନପ୍ରତିନିଧି, ଓ ପ୍ରଶାସନିକ ଅଧିକାରୀମାନେ ଯାତାୟତ କରୁଥିଲେ ମଧ୍ୟ ଏହି ରାସ୍ତା ଉପରେ ଦୃଷ୍ଟି ନ ପଡ଼ିବା ସମସ୍ତଙ୍କୁ ଆଚମ୍ବିତ କରିଛି। ସେହିପରି ଦୀର୍ଘ ଦୀନ ଧରି ଧରି ପୁର୍ତ୍ତ ବିଭାଗ ପକ୍ଷରୁ ରାମଚନ୍ଦ୍ରପୁରଠାରୁ ଗୋପାଳପୁର ଜଙ୍କସନ ପର୍ଯ୍ୟନ୍ତ ରାସ୍ତା ମରାମତି କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ଅନ୍ୟପଟେ ରାସ୍ତାସାରା ଷ୍ଟ୍ରିଟ ଲାଇଟ ଲଗାଯାଇଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ସେଗୁଡ଼ିକ ଜଳିନାହିଁ। ପୂର୍ବରୁ ବହୁବାର ସ୍ଥାନୀୟ ଲୋକେ ପ୍ରଶାସନ ନିକଟରେ ରାସ୍ତା ମରାମତି ଓ ଆଲୋକୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ନେଇ ଦାବି କରିଆସୁଛନ୍ତି। ଆଗକୁ ବେଳାଭୂମି ମହୋତ୍ସବ ଥିବାରୁ ଜାତୀୟ ତଥା ଅନ୍ତର୍ଜାତୀୟସ୍ତରର ବହୁ କଳାକାରଙ୍କ ଆଗମନ ହେବ। ଏପରି କ୍ଷେତ୍ରରେ ରାସ୍ତା ମରାମତି ଓ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ନ ହେବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?