ଆଜିଠୁ ଗୋପାଳପୁର ବେଳାଭୂମୀ ମହୋତ୍ସବ: କୁଲାଡ଼ରୁ ଗଲା ମଶାଲ ଶୋଭାଯାତ୍ରା…

ଭଞ୍ଜନଗର,୨୭।୧(ବାବୁଲା ପ୍ରଧାନ)- ମଙ୍ଗଳବାରଠାରୁ ଗୋପାଳପୁର ବେଳାଭୂମି ମହୋତ୍ସବ ଆରମ୍ଭ ହୋଇଛି। ତେଣୁ ଚଳିତ ବର୍ଷ ଏନେଇ ବ୍ୟାପକ ଆୟୋଜନ ହୋଇଥିବା ବେଳେ ମହୋତ୍ସବକୁ ଲୋକାଭିମୁଖୀ କରିବା ସହ ଏହାର ସଫଳତା ପାଇଁ ବିଭିନ୍ନ ଆଧ୍ୟାତ୍ମିକ ପୀଠରୁ ମଶାଲ ଶୋଭଯାତ୍ରାରେ ଜ୍ୟୋତି ଗୋପାଳପୁରକୁ ପଠାଯାଇଛି। ଏହି ପରିପ୍ରେକ୍ଷୀରେ ଆଜି ଘୁମୁସରର ଅଧିଷ୍ଠାତ୍ରୀ ଦେବୀ କୁଲାଡ ମା’ ବ୍ୟାଘ୍ରଦେବୀଙ୍କ ପୀଠରୁ ମଧ୍ୟ ମଶାଲ ଯାଇଛି। ଭୋର ସମୟରେ ମନ୍ଦିର ପ୍ରାଙ୍ଗଣରେ ପ୍ରଥମେ ୧୦୮ ଆଳତୀ ଓ ପୂଜାର୍ଚ୍ଚନା ହେବା ପରେ ଜ୍ୟୋତିକୁ ମନ୍ଦିର ବେଢା ପରିକ୍ରମା କରାଯାଇଥିଲା। ଏହାପରେ ଏକ ସ୍ବତନ୍ତ୍ର ଗାଡିରେ ମଶାଲକୁ ଶୋଭାଯାତ୍ରାରେ ଗୋପାଳପୁର ଅଭିମୁଖେ ନିଆଯାଇଥିଲା। ଏହି ସମୟରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ, ଉପଜିଲାପାଳ ଉମା ଶଙ୍କର ବେହେରା, ଅତିରିକ୍ତ ଏସ୍ପି ରଞ୍ଜନ ଦେ,ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଭାଜପା ଭଞ୍ଜନଗର ସାଂଗଠନିକ ଜିଲ୍ଲା ସଭାପତି ନୀଳମାଧବ ପାତ୍ର,ସରପଞ୍ଚ ଭି.ସଂଯୁକ୍ତ ରାଜ,ରାଜୀବ ଲୋଚନ ରାଜୁ, ସଞ୍ଜୟ ପ୍ରଧାନ, ବ୍ରହ୍ମାନନ୍ଦ ଦାସ, ସୁରେଶ ସାହୁ, ଶିବ ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ରହି ମଶାଲ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଏହି ଅବସରରେ ରାସ୍ତାରେ ମଶାଲ ଶୋଭାଯାତ୍ରାକୁ ବିପୁଳ ସ୍ବାଗତ କରାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ସୁନାମି ଆସିବା ୪୫ ମିନିଟ୍‌ ପୂର୍ବରୁ ମିଳିବ ସତର୍କ ସୂଚନା, ମହାକାଳପଡ଼ାର ୧୮ ଗାଁରେ ଆଲର୍ଟ ଟାୱାର

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ୧୮ ଗାଁରେ ସ୍ଥାପନ ହୋଇଛି ସୁନାମି ଆଲର୍ଟ ଟାୱାର । ବ୍ଲକର ତନ୍ତିଆପାଳ, ଶାସନ,…

ଗୁଣ୍ଡିରିବାଡିରେ ହାତୀ ଆତଙ୍କ; ଗୋଦାମ ଭାଙ୍ଗି ଚାଉଳ ଖାଇଲା; ଭୟରେ ଗ୍ରାମବାସୀ

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜର ଗୁଣ୍ଡିରିବାଡି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଟିଏ ହାତୀ ପଶି ଆତଙ୍କ…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?