ଗୋପାଳପୁର ବିଜେଡି ବିଧାୟକ ଅଛି: ପ୍ରଦୀପ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨୪ା୬: ଦଳରୁ ବହିଷ୍କୃତ ବିଷୟ ଗଣମାଧ୍ୟମରେ ପ୍ରସାରଣ ହୋଇଛି ଓ ନିଜେ ଶୁଣିଛି। ତେବେ ଏବେ ମଧ୍ୟ ମୁଁ ବିଜେଡିର ବିଧାୟକ ଅଛି। ବିଧାନସଭା ୱେବ୍‌ସାଇଟରେ ଶାସକ ଦଳ ତଥା ଟ୍ରେଜେରି ବେଞ୍ଚରେ ୨୬ନଂ. ସିଟ୍‌ ମୋ ପାଇଁ ଉଦ୍ଦିଷ୍ଟ ଅଛି। ଏହା କହିଛନ୍ତି, ଗୋପାଳପୁର ବିଧାୟକ ଡ. ପ୍ରଦୀପ ପାଣିଗ୍ରାହୀ। ଦୀର୍ଘଦିନ ପରେ ସେ ନିଜ ନିର୍ବାଚନମଣ୍ଡଳୀର ସିନ୍ଧିଗାଁକୁ ଗୁରୁବାର ଆସି ନୂତନ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଇଥିଲେ। ଏହି ଅବସରରେ ଖବରଦାତାଙ୍କ ସହ ଆଲୋଚନା ପ୍ରସଙ୍ଗରେ ଉପରୋକ୍ତ ସୂଚନା ଦେଇଥିଲେ।
ପ୍ରଦୀପ ଆହୁରି କହିଥିଲେ, ବିଭିନ୍ନ କାରଣରୁ ସେ ନିର୍ବାଚନମଣ୍ଡଳୀକୁ ଆସିପାରି ନ ଥିଲେ। ହନୁମାନ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମରେ ଯୋଗଦେଇ ଖୁସି ଲାଗୁଛି। ଆଗାମୀ ଦିନରେ ରାଜନୀତି କି ମୋଡ଼ ନେବ ତାହା ଆପଣମାନେ ଜାଣିପାରିବେ। ଗଞ୍ଜାମ ଜିଲା ଓ ଗୋପାଳପୁର ଅଞ୍ଚଳର ବିକାଶ ସମେତ ସମସ୍ତ କାର୍ଯ୍ୟକ୍ରମରେ ସାମିଲ ହେବେ। ତାଙ୍କ ଅଭିଯୋଗ ଅନୁସାରେ ବ୍ଲକ, ଏନ୍‌ଏସି ଓ ଅନ୍ୟ ସରକାରୀ କାର୍ଯ୍ୟକ୍ରମ ସମ୍ପର୍କରେ ଅବଗତ କରାଯାଉ ନ ଥିବାରୁ ଆସିପାରୁ ନାହାନ୍ତି। ଏଣିକି ରୀତିମତ ଆସିବାକୁ ପାଣିଗ୍ରାହୀ ସ୍ପଷ୍ଟ କରିଛନ୍ତି। ବିଜେଡି ବା ଦଳର କୌଣସି ନେତାଙ୍କ ବିରୋଧରେ ସେ ଟିପ୍ପଣୀ ନ ଦେଇ ଚତୁରତାର ସହିତ ବୟାନ ଦେଇଛନ୍ତି।
ବିଧାୟକ ପାଣିଗ୍ରାହୀ ଭୁବନେଶ୍ୱରରୁ ଆସି ଜଗନ୍ନାଥପୁର ଛକରେ ପହଞ୍ଚତ୍ଥିଲେ। ସେଠାରୁ ବହୁ ସଂଖ୍ୟକ ଲୋକ ତାଙ୍କୁ ଶୋଭାଯାତ୍ରାରେ ସିନ୍ଧିଗାଁ ମନ୍ଦିର ପର୍ଯ୍ୟନ୍ତ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ବଣଭୋଜି ବେଳେ କାଳବୈଶାଖୀର କୋପ: ଗଛ ଡାଳ ପଡ଼ି ଆଖି ବୁଜିଲେ ମହିଳା, ସ୍ତବ୍ଧ ପରିବାର

କୋରାପୁଟ,୧୦।୬ (ଅମିତାଭ ବେହେରା): କୋରାପୁଟରେ ବଣଭୋଜି ବେଳେ ଏକ ଦୁଃଖଦ ଅଘଟଣ ଘଟିଛି। କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ବହିବା ସମୟରେ ଗଛର ଏକ ବଡ଼ ଡାଳ…

ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା: ୩ ଘର ଭାଙ୍ଗିଲା, ୭ ସ୍ଥାନରେ ଗଛ ଉପୁଡ଼ି ଯାତାୟାତ ଠପ୍

ନନ୍ଦପୁର, ୧୦।୬(ତୁଷାର କାନ୍ତ ମହାନ୍ତି): ନନ୍ଦପୁରରେ କାଳବୈଶାଖୀର ତାଣ୍ଡବଲୀଳା ଦେଖିବାକୁ ମିଳିଛି। ବୁଧବାର ଅପରାହ୍ନରେ ପ୍ରାୟ ଘଣ୍ଟାଏ ଧରି ଚାଲିଥିବା ପ୍ରବଳ ବର୍ଷା ଓ ପବନ ଯୋଗୁ…

ତଦନ୍ତ କମିଶନ ଫାଇଲ ଗାଏବ, କ୍ୟାପିଟାଲ ଥାନାରେ FIR ଦେଲେ…

ଭୁବନେଶ୍ବର,୧୦।୬:  ତଦନ୍ତ କମିଶନ ଫାଇଲ ଗାଏବକୁ ନେଇ ବର୍ତ୍ତମାନ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏନେଇ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି । ଗୃହ ବିଭାଗ…

ଦିଗପହଣ୍ଡି ସହରର ବିକାଶ-ଡ୍ରେନେଜ୍‌ ବ୍ୟବସ୍ଥା: ୫୦ ବର୍ଷର ମାଷ୍ଟର ପ୍ଲାନ୍‌ ପାଇଁ ବ୍ରହ୍ମପୁର MPଙ୍କ ନିର୍ଦ୍ଦେଶ, ଗଠନ ହେଲା…

ଦିଗପହଣ୍ଡି, ୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଆଗାମୀ ୫୦ ବର୍ଷର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏକ ସୁଚିନ୍ତିତ ମାଷ୍ଟର ପ୍ଲାନ୍ ଓ ସୁଦୃଢ଼…

ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଖବର: ବଢ଼ିଲା ସ୍ନାତକ ନାମଲେଖା ଅବଧି, ୨୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା

ଭୁବନେଶ୍ବର,୧୦।୬: ସ୍ନାତକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆବେଦନ ସମୟସୀମା ବୃଦ୍ଧି ପାଇଛି । ଜୁନ୍‌ ୧୬ ତାରିଖ ଯାଏଁ ସାମ୍ସ ପୋର୍ଟାଲରେ ଆବେଦନ କରିପାରିବେ ଛାତ୍ରୀଛାତ୍ର ।…

ଜୁନ୍ ୩୦ରୁ ବନ୍ଦ ହେବକି କାଗଜ ନୋଟ୍? ଆସିଲା କେନ୍ଦ୍ର ସରକାରଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ସମ୍ପର୍କରେ ବିଭିନ୍ନ ରିପୋର୍ଟ ଭାଇରାଲ ହେଉଛି । ଏପରି ଏକ ରିପୋର୍ଟରେ ଦାବି କରାଯାଇଛି ଯେ RBI…

ଦିଗପହଣ୍ଡିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ପ୍ରସ୍ତୁତି ବୈଠକ: ବାର୍ଷିକ ସମ୍ମିଳନୀ ପାଇଁ ଗଠନ ହେଲା ୧୫ ଜଣିଆ କମିଟି

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଂଘର ବାର୍ଷିକ ସମ୍ମିଳନୀ ପାଇଁ ପ୍ରସ୍ତୁତି ସଭା ବୁଧବାର ଅନୁଷ୍ଠିତ ହୋଇଥିଲା। ସଂଘର…

ସଂଘାପଶି ଗ୍ରାମରେ ହାତୀ ଆତଙ୍କ: ଯୁବକଙ୍କୁ ମାରିବା ପରେ ମୃତଦେହ ଜଗି ରହିଛନ୍ତି ୧୮ ହାତୀ !

ରିଆମାଳ, ୧୦ା୬ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ଅନ୍ତର୍ଗତ କୁଣ୍ଢେଇଗୋଳା ସେକ୍ସନ ସଂଘାପଶି ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହାତୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri