ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ବାହାନଗା, ୨୬ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବହେଳିତ ହୋଇ ରହିଛି। ବିଶେଷଜ୍ଞ ଡାକ୍ତର ନ ଥିବାରୁ ଏଠାକାର ମହିଳା ଓ ପ୍ରସୂତି ବିଭାଗ ଅବ୍ୟବସ୍ଥାରେ ଚାଲିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ୧୯୩୦ରେ ପ୍ରଥମେ ଏକ ଆୟୁର୍ବେଦିକ ଉପଚାର କେନ୍ଦ୍ର ଥିଲା। ୭ ବର୍ଷ ପରେ ତାହା ଡିସପେନ୍‌ସରୀ(ଏଲୋପାଥିକ୍‌) ନାମରେ କାର୍ଯ୍ୟ ଆରମ୍ଭ କରିଥିଲା। ୧୯୪୫ରେ ଏହା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ପ୍ରଦାନ ପାଇଥିଲା। ତେବେ ଦୀର୍ଘ ୯୨ବର୍ଷ ପରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହୋଇଥିଲେ ମଧ୍ୟ ଅଧ୍ୟାବଧି ବାହାନଗା ବ୍ଲକ ଅଞ୍ଚଳର ଜନସାଧାରଣ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରି ଆସୁଛନ୍ତି। ସାଧାରଣ ଗରିବ ପରିବାରର ଗର୍ଭବତୀ ମହିଳାମାନେ ସ୍ବାସ୍ଥ୍ୟପରୀକ୍ଷା ପାଇଁ ଏଠାରୁ ୩୦ରୁ ୫୦ କି.ମି. ଦୂର ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଯାଉଛନ୍ତି। ଏଠାରେ ମହିଳା ଓ ପ୍ରସୂତି ବିଭାଗର ବିଷେଷଜ୍ଞ ଡାକ୍ତର ନ ଥିବାରୁ ଅଞ୍ଚଳବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ୨୦୧୭ରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ମହିଳା ଓ ପ୍ରସୂତି ବିଭାଗ ଡାକ୍ତରଙ୍କୁ ଅନ୍ୟତ୍ର ବଦଳି କରାଯିବା ପରେ ଅଦ୍ୟାବଧି କେହି ମହିଳା ଓ ପ୍ରସୂତି ବିଭାଗର ଡାକ୍ତର ଆସିନାହାନ୍ତି।
ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ହୋଇଥିବା ବେଳେ ଏଠାରେ ସାଧାରଣତଃ ଗରିବ ଓ ଖଟିଖିଆ ଲୋକେ ଅଧିକ ବସବାସ କରୁଛନ୍ତି। ଦୀର୍ଘ ୫ ବର୍ଷ ହେଲା ସେମାନେ ଅଧିକ ଖର୍ଚ୍ଚାନ୍ତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଦୌଡ଼ୁଛନ୍ତି। ୧୦ ବର୍ଷ ହେଲା ଏହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ପାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି କେନ୍ଦ୍ରଟି ଏଫଆରୟୁ(ଫାଷ୍ଟ ରେଫ୍‌ରାଲ ୟୁନିଟି)ଭାବେ ପରିଗଣିତ ହେଉଛି। ଫଳରେ ଏଠାକୁ କୌଣସି ବିଶେଷଜ୍ଞ ଡାକ୍ତର ଦିଆଯାଉ ନ ଥିବା ଜଣାପଡ଼ିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପ୍ରତି ଜିଲା ପ୍ରଶାସନ ଅବହେଳା ପ୍ରଦର୍ଶନ କରୁଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଏଥିପ୍ରତି ଗୁରୁତ୍ୱ ଦେଇ ତୁରନ୍ତ ଜଣେ ମହିଳା ଓ ପ୍ରସୂତି ବିଭାଗର ବିଶେଷଜ୍ଞ ଡାକ୍ତର ନିଯୁକ୍ତି କରିବାକୁ ଦାବିହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?