ଅବ୍ୟବସ୍ଥାରେ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର

ବାହାନଗା, ୨୬ା୯(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଧୀନ ଗୋପାଳପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବେ ଅବହେଳିତ ହୋଇ ରହିଛି। ବିଶେଷଜ୍ଞ ଡାକ୍ତର ନ ଥିବାରୁ ଏଠାକାର ମହିଳା ଓ ପ୍ରସୂତି ବିଭାଗ ଅବ୍ୟବସ୍ଥାରେ ଚାଲିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ୧୯୩୦ରେ ପ୍ରଥମେ ଏକ ଆୟୁର୍ବେଦିକ ଉପଚାର କେନ୍ଦ୍ର ଥିଲା। ୭ ବର୍ଷ ପରେ ତାହା ଡିସପେନ୍‌ସରୀ(ଏଲୋପାଥିକ୍‌) ନାମରେ କାର୍ଯ୍ୟ ଆରମ୍ଭ କରିଥିଲା। ୧୯୪୫ରେ ଏହା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ପ୍ରଦାନ ପାଇଥିଲା। ତେବେ ଦୀର୍ଘ ୯୨ବର୍ଷ ପରେ ଏହି ସ୍ବାସ୍ଥ୍ୟକେନ୍ଦ୍ରଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ ହୋଇଥିଲେ ମଧ୍ୟ ଅଧ୍ୟାବଧି ବାହାନଗା ବ୍ଲକ ଅଞ୍ଚଳର ଜନସାଧାରଣ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟ ଉପରେ ନିର୍ଭର କରି ଆସୁଛନ୍ତି। ସାଧାରଣ ଗରିବ ପରିବାରର ଗର୍ଭବତୀ ମହିଳାମାନେ ସ୍ବାସ୍ଥ୍ୟପରୀକ୍ଷା ପାଇଁ ଏଠାରୁ ୩୦ରୁ ୫୦ କି.ମି. ଦୂର ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଯାଉଛନ୍ତି। ଏଠାରେ ମହିଳା ଓ ପ୍ରସୂତି ବିଭାଗର ବିଷେଷଜ୍ଞ ଡାକ୍ତର ନ ଥିବାରୁ ଅଞ୍ଚଳବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। ୨୦୧୭ରେ ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ମହିଳା ଓ ପ୍ରସୂତି ବିଭାଗ ଡାକ୍ତରଙ୍କୁ ଅନ୍ୟତ୍ର ବଦଳି କରାଯିବା ପରେ ଅଦ୍ୟାବଧି କେହି ମହିଳା ଓ ପ୍ରସୂତି ବିଭାଗର ଡାକ୍ତର ଆସିନାହାନ୍ତି।
ବାହାନଗା ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ ହୋଇଥିବା ବେଳେ ଏଠାରେ ସାଧାରଣତଃ ଗରିବ ଓ ଖଟିଖିଆ ଲୋକେ ଅଧିକ ବସବାସ କରୁଛନ୍ତି। ଦୀର୍ଘ ୫ ବର୍ଷ ହେଲା ସେମାନେ ଅଧିକ ଖର୍ଚ୍ଚାନ୍ତ ହୋଇ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଦୌଡ଼ୁଛନ୍ତି। ୧୦ ବର୍ଷ ହେଲା ଏହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ମାନ୍ୟତା ପାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି କେନ୍ଦ୍ରଟି ଏଫଆରୟୁ(ଫାଷ୍ଟ ରେଫ୍‌ରାଲ ୟୁନିଟି)ଭାବେ ପରିଗଣିତ ହେଉଛି। ଫଳରେ ଏଠାକୁ କୌଣସି ବିଶେଷଜ୍ଞ ଡାକ୍ତର ଦିଆଯାଉ ନ ଥିବା ଜଣାପଡ଼ିଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ପ୍ରତି ଜିଲା ପ୍ରଶାସନ ଅବହେଳା ପ୍ରଦର୍ଶନ କରୁଥିବାରୁ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଜିଲା ସ୍ବାସ୍ଥ୍ୟ ଅଧିକାରୀ ଏଥିପ୍ରତି ଗୁରୁତ୍ୱ ଦେଇ ତୁରନ୍ତ ଜଣେ ମହିଳା ଓ ପ୍ରସୂତି ବିଭାଗର ବିଶେଷଜ୍ଞ ଡାକ୍ତର ନିଯୁକ୍ତି କରିବାକୁ ଦାବିହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri