ଗୋପାଳପୁର ଗଣବଳାତ୍କାର: ଚିହ୍ନାଇଦେଲେ ପୀଡ଼ିତା, କିଏ ସେ ରାକ୍ଷାସ

ବ୍ରହ୍ମପୁର,୨୧।୬(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ଚାଲିଛି। ଏହି ଘଟଣାରେ ଗିରଫ ହୋଇ ବ୍ରହ୍ମପୁର ଜେଲରେ ଥିବା ଅଭିଯୁକ୍ତମାନଙ୍କୁ ଶୁକ୍ରବାର ଟିଆଇ ପରେଡ୍‌ରେ ପୀଡ଼ିତା ଚିହ୍ନଟ କରିଛନ୍ତି। ଘଟଣାଟି ଅତ୍ୟନ୍ତ ସମ୍ବେଦନଶୀଳ ହୋଇଥିବାରୁ କ୍ରାଇମ୍‌ବ୍ରାଞ୍ଚ ଏ ନେଇ ଅଧିକ ତଥ୍ୟ ଦେବାକୁ ମନା କରିଛି। ପୀଡ଼ିତା ଓ ତାଙ୍କ ପରିବାରବର୍ଗଙ୍କୁ ସୁରକ୍ଷା ଯୋଗାଇ ଦିଆଯାଉଛି। ପୀଡ଼ିତାଙ୍କ ମନୋବଳ ବଢାଇବା ପାଇଁ ତାଙ୍କର କାଉନସେଲିଂ କରାଯାଉଥିବା ଜଣାପଡିଛି।
ବେଳାଭୂମିରେ ଗତ ୧୫ ତାରିଖରେ ଛାତ୍ରୀଙ୍କୁ ତାଙ୍କ ପୁରୁଷ ବନ୍ଧୁଙ୍କ ଆଗରେ ଗଣବଳାତ୍କାର କରାଯାଇଥିଲା। ଗୋପାଳପୁର ଥାନାରେ ପୀଡ଼ିତାଙ୍କ ଅଭିଯୋଗ ପ୍ରକାରେ ପୋଲିସ ୧୭ ତାରିଖରେ ୬ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ୪ ନାବାଳକଙ୍କୁ ଜେଜେବିରେ ହାଜର କରିଥିଲା। ୧୮ ତାରିଖରୁ କ୍ରାଇମବ୍ରାଞ୍ଚ ଉକ୍ତ ମାମଲାର ତଦନ୍ତ କରୁଛି। ଜେଲରେ ଥିବା ଅଭିଯୁକ୍ତମାନଙ୍କୁ ଚିହ୍ନଟ ପାଇଁ କ୍ରାଇମବ୍ରାଞ୍ଚ ବ୍ରହ୍ମପୁରସ୍ଥିତ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ (ଏଲ୍‌ଆର୍‌ ଆଣ୍ଡ ଏଲ୍‌ଟିଭି) ଅନ୍ବେଷା ଦାଶଙ୍କ କୋର୍ଟରେ ଆବେଦନ କରିଥିବା ବେଳେ ତାହା ମଞ୍ଜୁର ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶରେ ଟିଆଇ ପରେଡ୍‌ ପାଇଁ ଶୁକ୍ରବାର ଜେଲ ପରିସରରେ ଥିବା ଏକ ନିର୍ଦ୍ଦିଷ୍ଟ ସ୍ଥାନରେ ଅଭିଯୁକ୍ତମାନଙ୍କୁ ହାଜର କରାଯାଇଥିଲା। ପୀଡ଼ିତା ସେଠାରେ ପହଞ୍ଚି ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଛନ୍ତି। ଅନ୍ୟପଟେ ଘଟଣା ପରେ ପୋଲିସ ଜବତ କରିଥିବା ବିଭିନ୍ନ ସାମଗ୍ରୀ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରିଥିବା ବେଳେ ଉକ୍ତ ଟିମ ସେଗୁଡିକ ସିଏସ୍‌ଆଇ ପୋଲିସ ଜରିଆରେ ଶୁକ୍ରବାର କୋର୍ଟରେ ଦାଖଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri