କୋଭିଡ୍‌ ନିୟମ ଉଲ୍ଲଂଘନ କରି ବାହାଘର: ଗୋପାଳପୁର ମେ ଫେୟାର ହୋଟେଲ ସିଲ୍‌

ବ୍ରହ୍ମପୁର ଅଫିସ/ଗୋପାଳପୁର,୪ା୭- ଗଞ୍ଜାମ ଜିଲାରେ ଭୟଙ୍କର ରୂପ ନେଉଛି କରୋନା। ଏହାର ମୁକାବିଲା ପାଇଁ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ମାତ୍ର ସବୁ ନିୟମକୁ ଫୁ’ କରି ଗୋପାଳପୁର ଥାନା ଇଲାକାରେ ବ୍ରହ୍ମପୁର ସହରର ଜଣେ ପ୍ରତିଷ୍ଠିତ ହୋଟେଲ ମାଲିକଙ୍କ ପୁଅ ବାହାଘର ଗତ ୨ ତାରିଖରେ ହୋଇଥିଲା। ଶୋଭାଯାତ୍ରାରେ ବରଯାତ୍ରୀମାନେ ସାମାଜିକ ଦୂରତା ନମାନି ବିନା ମାସ୍କରେ ଯାଉଥିବାର ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଭିଡିଓଟି ଜିଲାପାଳଙ୍କ ଦୃଷ୍ଟିକୁ ଆସିବାପରେ ବର ଓ ବରପିତାଙ୍କ ସମେତ ୫ ଜଣଙ୍କୁ ଗିରଫ କରାଯିବା ସହ ଗୋପାଳପୁରରେ ଥିବା ହୋଟେଲ ମେ’ ଫେୟାରକୁ ୭ଦିନ ପାଇଁ ଜିଲାପାଳ ସିଲ୍‌ କରିଛନ୍ତି। ଏନେଇ ଜିଲାପାଳ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗିରଫମାନେ ହେଲେ ବର ଦୀପକ କୁମାର ସାହୁ, ବାପା ହୋଟେଲ ନନ୍ଦନ ଇଣ୍ଟରନ୍ୟାଶନାଲ ମାଲିକ କୃଷ୍ଣ ସାହୁ, ବଡବାପା ଶିବ ସାହୁ, ବିନୋଦ ସାହୁ ଓ ସନ୍ତୋଷ ସାହୁଙ୍କୁ ଗିରଫ କରିଛି। ଶୋଭାଯାତ୍ରାରେ ବ୍ୟବହାର ହୋଇଥିବା ୨ଟି କାର୍‌ ମଧ୍ୟ ଜବତ ହୋଇଥିବା ବ୍ରହ୍ମପୁର ସଦର ଏସ୍‌ଡିପି ଜୟନ୍ତ ମହାପାତ୍ର ସୂଚନା ଦେଇଛନ୍ତି।

ଗତ ୨ ତାରିଖରେ ହୋଟେଲ ନନ୍ଦନ ଇଣ୍ଟରନ୍ୟାଶନାଲ ମାଲିକଙ୍କ ପୁଅ ବାହାଘର ଗୋପାଳପୁର ମେ’ ଫେୟାର ହୋଟେଲରେ ହୋଇଥିଲା। ବାହାଘରରେ ବରଯାତ୍ରୀ କୋଭିଡ୍‌ ନିୟମ ଉଲ୍ଲଂଘନ କରି ଯାଉଥିବା ଭିଡିଓ ଶନିବାର ଭାଇରାଲ ହୋଇଥିଲା। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିକଟରେ ଏହି ଭିଡିଓଟି ପହଞ୍ଚତ୍ଥିଲା। ତାଙ୍କ ନିର୍ଦ୍ଦେଶକ୍ରମେ କନିଷି ତହସିଲଦାର ଦାୟିତ୍ୱରେ ଥିବା ଅତିରିକ୍ତ ତହସିଲଦାର ଦେବେନ୍ଦ୍ର ସାହୁ ଶନିବାର ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ। ନଂ.୯୫/୨୦ରେ ମାମଲା ରୁଜ କରି ପୋଲିସ ତଦନ୍ତ ଚଳାଇଥିଲା। ବାହାଘର ଆୟୋଜନ ହୋଇଥିବା ହୋଟେଲ ମେ’ ଫେୟାର ମାଲିକଙ୍କ ଠାରୁ ୫୦ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଥିବା ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri