ଗୋପାଳପୁର ରାଜନୀତିରେ ବଢୁଛି ଉଷ୍ମତା

ଗୋପାଳପୁର,୨।୧୧(ଡି.ଏନ.ଏ.)ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ନେଇ ଗତ କିଛି ଦିନ ହେଲା ରାଜ୍ୟ ରାଜନୀତିରେ ଉଷ୍ଣତା ବଢ଼ିଚାଲିଛି। ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାସ ଏହି ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିଛନ୍ତି। ଜନସମ୍ପର୍କ ପଦଯାତ୍ରା କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିଭଳି ଲୋକଙ୍କ ପାଖରେ ପହଞ୍ଚତ୍ବ ସେ ନେଇ ଘନଘନ ଗସ୍ତ କରୁଛନ୍ତି। ଅନ୍ୟପଟେ ଗୋପାଳପୁର ବିଧାୟକ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମଧ୍ୟ ନିଜ ସଙ୍ଗଠନକୁ ମଜବୁତ କରିବା ସହ ଲୋକଙ୍କ ନିକଟତର ହେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଏହି ନିର୍ବାଚନ ମଣ୍ଡଳୀର ନୂଆଗୋଳାବନ୍ଧ, ହାତୀପାଦ, ନୂଆକମଳାପୁର, କମଳାପୁର ଠାରେ ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ। ବିଏମ୍‌ସି ଡ଼େପୁଟି ମେୟର ଇ.ବିବେକ ରେଡ୍ଡୀ, ବ୍ଲକ ଅଧ୍ୟକ୍ଷା ସିଏଚ.ଉଷାରାଣୀ, ଉପାଧ୍ୟକ୍ଷ ଅନୀତା ମହାଙ୍କୁଡ଼, ଜିଲାପରିଷଦ ଉପସଭାନେତ୍ରୀ ଏସ.ରାଜେଶ୍ୱରୀ ଦୋରା, ଜିଲା ମହିଳା ଉପସଭାନେତ୍ରୀ ବିଷ୍ଣୁପ୍ରିୟା ନାୟକ, ଅଜିତ କୁମାର ରାଉଳଙ୍କ ସମେତ ବହୁ ବିଜେଡି ନେତା ଓ କର୍ମୀ ସାମିଲ ହୋଇଥିଲେ। ଗୋଳାବନ୍ଧ ଧବଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସଭାରେ ବ୍ଲକ ସଭାପତି ଅଜିତ କୁମାର ଦାସ ସଭାପତିତ୍ୱ କରିଥିଲେ। ଏଥିରେ ଡ଼.ଦାସ ଯୋଗଦେଇ ନିଜେ ମୁଖ୍ୟମନ୍ତ୍ରୀ ଏହି ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ନେଇଛନ୍ତି ବୋଲି କହିଥିଲେ। ଜିଲା ପରିଷଦ ଦୀପକ କୁମାର ସାମଲ, ସମାଜିକ କର୍ମୀ ରାମହରି ପାତ୍ର, ପୂର୍ବତନ ଜିଲାପରିଷଦ ଶଶିଭୁଷଣ ମହାନ୍ତିି, ଗୋପାଳପୁର ଏନଏସି ଅଧ୍ୟକ୍ଷ ଜାନୀକୀ ରାମଙ୍କ ସମେତ ଯୁବ ନେତାମାନେ, ସରପଞ୍ଚ ଓ ସମିତି ସଭ୍ୟଙ୍କ ସହ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଅନ୍ୟପଟେ ବିଧାୟକ ପାଣିଗ୍ରାହୀ ମଧ୍ୟ ତୁଳୁ, ହନ୍ତୁଳୁ, ରେଡ଼ତୁଳୁ, ଇନ୍ଦ୍ରାକ୍ଷୀ ପଞ୍ଚାୟତରେ ପଦଯାତ୍ରା କରିବା ସହ ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଥିବା ଅଭିଯୋଗ କରିଥିଲେ। ଅନ୍ୟ ଜିଲାରେ ଏୟାରପୋର୍ଟ ହେଉଛି, ଗଞ୍ଜାମରେ କାହିଁକି କରାଯାଉନାହିଁ ବୋଲି ପ୍ରଶ୍ନ କରିବା ସହ ଜାଣିଶୁଣି ଜିଲାକୁ ଅବହେଳା କରାଯାଉଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାରିପଦାରେ ଲଜ୍ଜା: ୫ ବର୍ଷର ଶିଶୁ କନ୍ୟାକୁ ବିସ୍କୁଟ୍ ଲୋଭ ଦେଖାଇ ବଳାତ୍କାର

ବାରିପଦାରେ,୧୭।୧୨: ମୟୂରଭଞ୍ଜ ଜିଲା ବାରିପଦା ସହରରେ ଏକ ଅମାନବୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ କରାଯାଇଥିବା ନେଇ ସାଂଘାତିକ...

ଗାଁ ମଝିରେ ଛିଡ଼ିଲା ବିଦ୍ୟୁତ ତାର: ଅଳ୍ପକେ ବର୍ତ୍ତିଲେ ଜେଜେ ମା’-ନାତି

ଗଞ୍ଜାମ,୧୭।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଲକ୍ଷ୍ମୀପୁର ଗାଁରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଗାଁ ମଝିରେ ରାସ୍ତା...

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲା ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri