ଗୋପାଳପୁର ରାଜନୀତିରେ ବଢୁଛି ଉଷ୍ମତା

ଗୋପାଳପୁର,୨।୧୧(ଡି.ଏନ.ଏ.)ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ନେଇ ଗତ କିଛି ଦିନ ହେଲା ରାଜ୍ୟ ରାଜନୀତିରେ ଉଷ୍ଣତା ବଢ଼ିଚାଲିଛି। ବିଜେଡ଼ି ପାଇଁ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡ.ଗୋପବନ୍ଧୁ ଦାସ ଏହି ନିର୍ବାଚନ ମଣ୍ଡଳୀର ମଙ୍ଗ ଧରିଛନ୍ତି। ଜନସମ୍ପର୍କ ପଦଯାତ୍ରା କରି ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା କିଭଳି ଲୋକଙ୍କ ପାଖରେ ପହଞ୍ଚତ୍ବ ସେ ନେଇ ଘନଘନ ଗସ୍ତ କରୁଛନ୍ତି। ଅନ୍ୟପଟେ ଗୋପାଳପୁର ବିଧାୟକ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମଧ୍ୟ ନିଜ ସଙ୍ଗଠନକୁ ମଜବୁତ କରିବା ସହ ଲୋକଙ୍କ ନିକଟତର ହେବା ପାଇଁ ପ୍ରୟାସ ଜାରି ରଖିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଏହି ନିର୍ବାଚନ ମଣ୍ଡଳୀର ନୂଆଗୋଳାବନ୍ଧ, ହାତୀପାଦ, ନୂଆକମଳାପୁର, କମଳାପୁର ଠାରେ ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇଥିଲେ। ବିଏମ୍‌ସି ଡ଼େପୁଟି ମେୟର ଇ.ବିବେକ ରେଡ୍ଡୀ, ବ୍ଲକ ଅଧ୍ୟକ୍ଷା ସିଏଚ.ଉଷାରାଣୀ, ଉପାଧ୍ୟକ୍ଷ ଅନୀତା ମହାଙ୍କୁଡ଼, ଜିଲାପରିଷଦ ଉପସଭାନେତ୍ରୀ ଏସ.ରାଜେଶ୍ୱରୀ ଦୋରା, ଜିଲା ମହିଳା ଉପସଭାନେତ୍ରୀ ବିଷ୍ଣୁପ୍ରିୟା ନାୟକ, ଅଜିତ କୁମାର ରାଉଳଙ୍କ ସମେତ ବହୁ ବିଜେଡି ନେତା ଓ କର୍ମୀ ସାମିଲ ହୋଇଥିଲେ। ଗୋଳାବନ୍ଧ ଧବଳେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଆୟୋଜିତ ସଭାରେ ବ୍ଲକ ସଭାପତି ଅଜିତ କୁମାର ଦାସ ସଭାପତିତ୍ୱ କରିଥିଲେ। ଏଥିରେ ଡ଼.ଦାସ ଯୋଗଦେଇ ନିଜେ ମୁଖ୍ୟମନ୍ତ୍ରୀ ଏହି ନିର୍ବାଚନ ମଣ୍ଡଳୀର ଦାୟିତ୍ୱ ନେଇଛନ୍ତି ବୋଲି କହିଥିଲେ। ଜିଲା ପରିଷଦ ଦୀପକ କୁମାର ସାମଲ, ସମାଜିକ କର୍ମୀ ରାମହରି ପାତ୍ର, ପୂର୍ବତନ ଜିଲାପରିଷଦ ଶଶିଭୁଷଣ ମହାନ୍ତିି, ଗୋପାଳପୁର ଏନଏସି ଅଧ୍ୟକ୍ଷ ଜାନୀକୀ ରାମଙ୍କ ସମେତ ଯୁବ ନେତାମାନେ, ସରପଞ୍ଚ ଓ ସମିତି ସଭ୍ୟଙ୍କ ସହ ଶତାଧିକ କର୍ମୀ ଉପସ୍ଥିତ ଥିଲେ। ଅନ୍ୟପଟେ ବିଧାୟକ ପାଣିଗ୍ରାହୀ ମଧ୍ୟ ତୁଳୁ, ହନ୍ତୁଳୁ, ରେଡ଼ତୁଳୁ, ଇନ୍ଦ୍ରାକ୍ଷୀ ପଞ୍ଚାୟତରେ ପଦଯାତ୍ରା କରିବା ସହ ଜିଲାରେ ଉନ୍ନୟନମୂଳକ କାର୍ଯ୍ୟ ଠପ୍‌ ହୋଇଯାଇଥିବା ଅଭିଯୋଗ କରିଥିଲେ। ଅନ୍ୟ ଜିଲାରେ ଏୟାରପୋର୍ଟ ହେଉଛି, ଗଞ୍ଜାମରେ କାହିଁକି କରାଯାଉନାହିଁ ବୋଲି ପ୍ରଶ୍ନ କରିବା ସହ ଜାଣିଶୁଣି ଜିଲାକୁ ଅବହେଳା କରାଯାଉଥିବା ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

ଦୀର୍ଘ ୨୫ ବର୍ଷର ଅଗ୍ନି ପରୀକ୍ଷାରେ ଲାଗିଲା ବିରାମ: ଆଖି ବୁଜିଲେ ଅଗ୍ନି ଭୈରବ ଦେବଙ୍କ ପୂଜକ ଅନିରୁଦ୍ଧ

ଥୁଆମୂଳ ରାମପୁର, ୬।୧୦(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମା ସ୍ଥିତ ଜଗନ୍ନାଥ କଲୋନୀ ପଡ଼ାର ଜଣେ ପରିଚିତ, ଧର୍ମପରାୟଣ, ହାସ୍ୟ କଳାକାର…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?