ଗୋପାଳପୁର ଗଣବଳାତ୍କାର: ରିପୋର୍ଟ ମାଗିଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୧୮ା୬(ସତ୍ୟଜିତ୍‌ ରାଉତ/ସୁନିତ୍‌ ମିଶ୍ର): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ସୋମବାର ସନ୍ଧ୍ୟାରେ ଜଣେ ୨୦ବର୍ଷୀୟା କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ଜାତୀୟ ମହିଳା କମିଶନ(ଏନ୍‌ସିଡବ୍ଲ୍ୟୁ)। କମିଶନ ନିଜ ଆଡ଼ୁ ମାମଲା ରୁଜୁ କରି ଓଡ଼ିଶା ସରକାରଙ୍କଠାରୁ ରିପୋର୍ଟ ତଲବ କରିଛନ୍ତି। ୩ଦିନ ମଧ୍ୟରେ ଏହାର ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି। ଏନ୍‌ସିଡବ୍ଲ୍ୟୁ ଅଧ୍ୟକ୍ଷା ବିଜୟା ରାହତକର ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଓ୍ବା.ବି.ଖୁରାନିଆଙ୍କୁ ଏନେଇ ଚିଠି ଲେଖିବା ସହ ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ସହ ତଦନ୍ତ ପ୍ରକ୍ରିୟାକୁ ତ୍ୱରିତ କରିବାକୁ କହିଛନ୍ତି। ପୀଡ଼ିତାଙ୍କୁ ମାଗଣା ଚିକିତ୍ସା ସହ ମନସ୍ତାତ୍ତ୍ୱିକ ସହାୟତା ପ୍ରଦାନ ଉପରେ ମଧ୍ୟ ଗୁରୁତ୍ୱ ଦେଇଛନ୍ତି। ଏଥିସହ ପୀଡ଼ିତାଙ୍କୁ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନ୍‌ଏସ୍‌ଏସ୍‌)ର ଧାରା ୩୯୬ ଅନୁସାରେ ଉଚିତ କ୍ଷତିପୂରଣ ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କୁ କୁହାଯାଇଛି।
ଅନ୍ୟପକ୍ଷେ ଏହି ଘଟଣାରେ ଅପରାଧୀମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୋଧରେ ଏକ ଅପରାଧ। ଏଥିରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡ଼ାଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। ମୁଖ୍ୟମନ୍ତ୍ରୀ ପୋଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଫଳପ୍ରଦ ଆଣ୍ଟିବାୟୋଟିକ୍‌ ପଦାର୍ଥର ବିକାଶ

ବ୍ୟାକ୍ଟେରିଓଫେଜ୍‌ ଭାଇରସ୍‌ ବ୍ୟାକ୍ଟେରିଆର ପ୍ରତିରକ୍ଷା ବ୍ୟବସ୍ଥା ଭେଦ କରେ କିପରି। ବ୍ୟାକ୍ଟେରିଓଫେଜ୍‌ ହେଉଛି ବ୍ୟାକ୍ଟେରିଆକୁ ସଂକ୍ରମିତ କରୁଥିବା ଏକ ଭାଇରସ୍‌। ବଞ୍ଚତ୍ବା ପାଇଁ ସେମାନଙ୍କୁ ଏକ ବ୍ୟାକ୍ଟେରିଆ…

ଲହଡ଼ିରେ ଭାସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପୁରୀ,୩୦।୩(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ସୋମବାର ପୁଣି ଏକ ଅଘଟଣ ଘଟିଛି। ଡିପ୍‌ କରେଣ୍ଟ ଯୋଗୁ ସମୁଦ୍ରରେ ଗାଧୋଇବା ବେଳେ ୨ଜଣ ପର୍ଯ୍ୟଟକ ଭାସିଯାଇ ମୃତ୍ୟୁବରଣ…

ଆସ ଷ୍ଟେଶନରେ ଛାଡିଦେବୁ କହି ମହିଳାଙ୍କୁ ଗଣବଳାତ୍କାର

ଭୁବନେଶ୍ୱର,୩୦।୩: ରାଜଧାନୀରେ ଚାଞ୍ଚଲ୍ୟ। ମହିଳାଙ୍କୁ ଷ୍ଟେଶନରେ ଛାଡିଦେବାକୁ କହି ଗଣବଳାତ୍କାର କଲେ ୨ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି ତମାଣ୍ଡୋ ଥାନା ଅଞ୍ଚଳରେ। ପୀଡ଼ିତା ଜଣଙ୍କ ପଶ୍ଚିମବଙ୍ଗର…

ରୋହିତ ଶର୍ମାଙ୍କ ବିସ୍ଫୋରକ ଇନିଂସ ଦେଖି ଏମିତି ବୟାନ ଦେଲେ ଯୁବରାଜ ସିଂହ, ହେଉଛି ଖୁବ ଭାଇରାଲ

ନୂଆଦିଲ୍ଲୀ,୩୦।୩: IPL 2026 ର ଦ୍ୱିତୀୟ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଏକ ଧମାକାଦାର ଇନିଂସ ଖେଳି ରୋହିତ ଶର୍ମା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ରୋହିତଙ୍କ…

ଯୁଦ୍ଧ ନୁହେଁ ମହାଯୁଦ୍ଧର ପ୍ରସ୍ତୁତି, ଆମେରିକା କରୁଛି ଏହି ବଡ଼ ଯୋଜନା

ଓ୍ବାଶିଂଟନ,୩୦।୩:ପଶ୍ଚିମ ଏସିଆରେ ସଂଘର୍ଷ ଆରମ୍ଭ ହେବାର ୩୧ଦିନ ବିତିଗଲାଣି, ତଥାପି ଏହାର ଗତିପଥ ଅନିର୍ଦ୍ଦିଷ୍ଟ ରହିଛି । ଏହି ସମୟରେ, ଇରାନ ଉପରେ ଆମେରିକାର ସମ୍ଭାବ୍ୟ ସ୍ଥଳ…

ଏ କେଉଁ ପ୍ରକାର ସଙ୍କେତ? ଶ୍ରୀମନ୍ଦିର ନୀଳଚକ୍ର ଉପରେ ପୁଣି ବସିଲା ଚିଲ

ପୁରୀ,୩୦।୩( ଅଜିତ୍ କୁମାର ମହାନ୍ତି)ଶ୍ରୀମନ୍ଦିର ନୀଳଚକ୍ର ଉପରେ ଲଗାତାର ଚିଲ ବସୁଥିବା ଦେଖିବାକୁ ମିଳୁଛି ।  ସୋମବାର ସକାଳୁ ଚିଲ ବସିଥିବା ଦେଖିବାକୁ ମିଳିଛି । ଏକ…

ଶୁଣୁନି ପ୍ରଶାସନ: ରାଶନ କାର୍ଡ, ଭତ୍ତାରୁ ବଞ୍ଚିତ ମହିଳା

ନନ୍ଦପୁର/ପାଡୁଆ, ୩୦।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ)-କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ପାଡୁଆ ପଞ୍ଚାୟତ ସଦର ମହକୁମା ଉପରସାହିର ଲକ୍ଷ୍ମୀ ଖରା(୬୬) ସରକାରଙ୍କ ରାଶନ କାର୍ଡ, ଭତ୍ତା ଆଦି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri