ଗୋପାଳପୁରରେ ହେବ ବୃହତ୍‌ ଔଷଧୀୟ ପାର୍କ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୋପାଳପୁର ସ୍ଥିତ ଟାଟା ସ୍ବତନ୍ତ୍ର ଅର୍ଥନୈତି ଜୋନ(ଏସଇଜେଡ୍‌)ରେ ବୃହତ ଔଷଧୀୟ ପାର୍କ ପ୍ରତିଷ୍ଠା ହେବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ପାର୍କରେ ଭିତ୍ତିଭୁମି ବିକାଶ ପାଇଁ ପ୍ରାୟ ୧୫୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଏଥିନିମେନ୍ତ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଆର୍ଥିକ ସହଯୋଗ ଯୋଗାଇ ଦେବେ।
ଏହି ପାର୍କର ବିକାଶ ପାଇଁ ଇଡ୍‌କୋ ଏବଂ ଟାଟା ମଧ୍ୟମରେ ଏକ ଏସପିଭି (ସ୍ବେଶାଲ ପର୍ପସ ଭେହିକିଲ) ଗଠନ କରିବାକୁ ନିଷ୍ପତ୍ତି ହୋଇଛି। ଏଥିରେ ଇଡ୍‌କୋ ପ୍ରମୁଖ ଅଂଶିଦାର ରହିବ। ଏହି ପାର୍କରେ ପ୍ରାୟ ୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇ ପାରିବ ବୋଲି ବୈଠକରେ ସୂଚନା ଦିଆଯାଇଛି। ୧୫ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ପ୍ରକଳ୍ପର ରିପୋର୍ଟ ପ୍ରସ୍ତୁତ କରି ଆସନ୍ତା ୨୫ ତାରିଖରେ କେନ୍ଦ୍ର ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଇବାକୁ ମୁଖ୍ୟ ଶାସନ ସଚିବ ଶିଳ୍ପ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।
ପାର୍କ ପାଇଁ ଗୋପାଳପୁର ଟାଟା ଏସ୍‌ଇଜେଡ୍‌ରେ ୧ ହଜାର ଏକର ଜମି ରହିଛି। ଏହି ସ୍ଥାନକୁ ବନ୍ଦର, ରେଳ ଏବଂ ଜାତୀୟ ରାଜପଥ ସଂଯୁକ୍ତ ରହିଛି। ଗୋପାଳପୁରରେ ମଧ୍ୟ ଏକ ଏୟାର ଷ୍ଟ୍ରିପ ରହିଛି। ଭୁବନେଶ୍ୱର ବିମାନ ବନ୍ଦରରୁ ମାତ୍ର ଦୁଇ ଘଣ୍ଟାରୁ କମ ସମୟରେ ଗୋପାଳପୁରରେ ପହଞ୍ଚି ହେବ। ଏସବୁ ଦୃଷ୍ଟିରେ ରଖି ସେଠାରେ ଔଷଧୀୟ ପାର୍କ କରିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି।
ଏଠାରେ ସାଧାରଣ ବର୍ଜ୍ୟବସ୍ତୁ ପରିଳାଚନା ପ୍ଲାଣ୍ଟ, କଠିନ ବଜ୍ୟବସ୍ତୁ ପରିଚାଳନା ପ୍ଲାଣ୍ଟ, ମାଲଗୋଦାମ, ସ୍ବତନ୍ତ୍ର ବିଦ୍ୟୁତ ବିତରଣର ବ୍ୟବସ୍ଥା, ସାଧାରଣ ବାଷ୍ପ ସୃଷ୍ଟି ଓ ବଣ୍ଟନ ପ୍ଲାଣ୍ଟ, ଆଧୁନିକ ପରୀକ୍ଷାଗାର, ବୈଷୟିକ ଇନକ୍ୟୁବେଟର, ବୌଦ୍ଧିକ ସମ୍ପତ୍ତି ସମ୍ବନ୍ଧିତ ସେବା ଆଦି ଏହି ସାଧାରଣ ଭିତ୍ତିଭୁମିର ମୁଖ୍ୟ ଅଂଶ ହେବ। ଏହି ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ସଚିବ ଅଶୋକ ମୀନା, ରାଜସ୍ବ ବିଭାଗ ସଚିବ ବିଷ୍ଣୁପଦ ସେଠୀ, ଶିଳ୍ପ ସଚିବ ହେମନ୍ତ ଶର୍ମା, ଇପିକଲର ପରିଚାଳନା ନିର୍ଦ୍ଦେଶକ ନୀତୀନ ଭାନୁଦାସ ଜଓ୍ବାଲେ ପ୍ରମୁଖ ଯୋଗ ଦେଇଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri