ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌ ସ୍ମୃତି ସମଗ୍ର ବିଶ୍ବ ଦେଖିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବାହ୍ନ ୧୧ଟାରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସୁଆଣ୍ଡୋରେ ପହଞ୍ଚି ନୂଆ ରୂପରେ ସଜେଇ ହୋଇଥିବା ଉତ୍କଳମଣିଙ୍କ ଷଠିଘର ସମ୍ମୁଖରେ ରହିଥିବା ଫଳକ ଉନ୍ମୋଚନ କରି ଷଠିଘର ବୁଲି ଦେଖିଥିଲେ।

ପ୍ରମୋଦ ଉଦ୍ୟାନରେ ସ୍ଥାନିତ ଉତ୍କଳମଣି ଗୋପବନ୍ଧୁଙ୍କ ସର୍ବବୃହତ୍‌ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ରିମୋଟ୍‌ ଦବାଇ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁ ସଂଗ୍ରହାଳୟର ଉନ୍ମୋଚନ କରିଥିଲେ। ରାଜ୍ୟ ଖଣି ନିଗମ ଅନୁଦାନକ୍ରମେ ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ରୂପାନ୍ତରିତ ସୁଆଣ୍ଡୋ ଐତିହ୍ୟ ଏବଂ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପରେ ନବନିର୍ମିତ ସଂଗ୍ରହାଳୟ, ଗୋପବନ୍ଧୁଙ୍କ ସ୍ବାଧୀନତା ଆନ୍ଦୋଳନ, ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା, ଆଦର୍ଶ ଶିକ୍ଷାପଦ୍ଧତି ପ୍ରଚଳନ, ଉତ୍ସର୍ଗୀକୃତ ସେବା ଏବଂ ମାନବିକ ମୂଲ୍ୟବୋଧର ବାର୍ତ୍ତା ପ୍ରଚାର କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ ବିଶାଳ ଜନସଭାରେ ଉଦ୍‌ବୋଧନ ଦେଇଥିଲେ।

ସଭାରେ ରାଜ୍ୟ ଭାଷା, ସାହିତ୍ୟ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୁରୀ ଏମ୍‌ପି ପିନାକୀ ମିଶ୍ର, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଲୋକସେବକ ମଣ୍ଡଳ ଉପାଧ୍ୟକ୍ଷ ନିରଞ୍ଜନ ରଥ, ଗୋପବନ୍ଧୁଙ୍କ ଆତ୍ମୀୟ ଧୀରେନ୍ଦ୍ର ନାଥ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। ଜଗତ୍‌ସିଂହପୁର ଏମ୍‌ପି ଡ. ରାଜଶ୍ରୀ ମଲ୍ଲିକ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ପୁରୀ ଜିଲାପାଳ ସମର୍ଥ ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକଳ୍ପ କାର୍ଯ୍ୟ ୨ବର୍ଷ ମଧ୍ୟରେ ଶେଷ ହୋଇଛି। ଗୋପବନ୍ଧୁଙ୍କ ଷଠିଘର ସମେତ ପୈତୃକ ବାସଭବନର ପୁନରୁଦ୍ଧାର, ସଂରକ୍ଷଣ ଏବଂ ସୌନ୍ଦର୍ଯ୍ୟକରଣ କରାଯାଇଛି। ପ୍ରାୟ ୭ ଏକର ଜମିରେ ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ ଏବଂ ଶିଶୁ ପ୍ରମୋଦ ଉଦ୍ୟାନ ନିର୍ମାଣ କରାଯାଇଛି । ଏପରି କି ସେଠାରେ ଥିବା ପ୍ରାଚୀନ ପୁଷ୍କରିଣୀର ପୁନରୁଦ୍ଧାର କରାଯାଇଛି। ଲୋକେଶ୍ୱର ମହାଦେବଙ୍କ ମନ୍ଦିର ପୁନଃ ନିର୍ମାଣ ହୋଇଛି। ପ୍ରାୟ ୧୦ ଫୁଟ ଉଚ୍ଚର ପିଣ୍ଡି ଉପରେ ୧୫ ଫୁଟ ଉଚ୍ଚତାର ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହି ଅବସରରେ ଗୋପବନ୍ଧୁଙ୍କ ଆତ୍ମୀୟମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri