ଗୋପବନ୍ଧୁ ଆମ ପାଇଁ ପ୍ରେରଣାଦାୟୀ: ମୁଖ୍ୟମନ୍ତ୍ରୀ

ସାକ୍ଷୀଗୋପାଳ,୨୩।୨(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଅଞ୍ଚଳର ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଥିବା ଆକର୍ଷଣୀୟ ଐତିହ୍ୟ ବିକାଶ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକାର୍ପଣ କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତ୍ୟାଗ ଓ ବଳିଦାନର ଅମ୍ଳାନ୍‌ ସ୍ମୃତି ସମଗ୍ର ବିଶ୍ବ ଦେଖିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବାହ୍ନ ୧୧ଟାରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ସୁଆଣ୍ଡୋରେ ପହଞ୍ଚି ନୂଆ ରୂପରେ ସଜେଇ ହୋଇଥିବା ଉତ୍କଳମଣିଙ୍କ ଷଠିଘର ସମ୍ମୁଖରେ ରହିଥିବା ଫଳକ ଉନ୍ମୋଚନ କରି ଷଠିଘର ବୁଲି ଦେଖିଥିଲେ।

ପ୍ରମୋଦ ଉଦ୍ୟାନରେ ସ୍ଥାନିତ ଉତ୍କଳମଣି ଗୋପବନ୍ଧୁଙ୍କ ସର୍ବବୃହତ୍‌ ବ୍ରୋଞ୍ଜ ପ୍ରତିମୂର୍ତ୍ତିକୁ ରିମୋଟ୍‌ ଦବାଇ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁ ସଂଗ୍ରହାଳୟର ଉନ୍ମୋଚନ କରିଥିଲେ। ରାଜ୍ୟ ଖଣି ନିଗମ ଅନୁଦାନକ୍ରମେ ପ୍ରାୟ ୨୫ କୋଟି ଟଙ୍କା ବ୍ୟୟରେ ରୂପାନ୍ତରିତ ସୁଆଣ୍ଡୋ ଐତିହ୍ୟ ଏବଂ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପରେ ନବନିର୍ମିତ ସଂଗ୍ରହାଳୟ, ଗୋପବନ୍ଧୁଙ୍କ ସ୍ବାଧୀନତା ଆନ୍ଦୋଳନ, ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା, ଆଦର୍ଶ ଶିକ୍ଷାପଦ୍ଧତି ପ୍ରଚଳନ, ଉତ୍ସର୍ଗୀକୃତ ସେବା ଏବଂ ମାନବିକ ମୂଲ୍ୟବୋଧର ବାର୍ତ୍ତା ପ୍ରଚାର କରୁଛି ବୋଲି ମୁଖ୍ୟମନ୍ତ୍ରୀ ଏକ ବିଶାଳ ଜନସଭାରେ ଉଦ୍‌ବୋଧନ ଦେଇଥିଲେ।

ସଭାରେ ରାଜ୍ୟ ଭାଷା, ସାହିତ୍ୟ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ପୁରୀ ଏମ୍‌ପି ପିନାକୀ ମିଶ୍ର, ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଲୋକସେବକ ମଣ୍ଡଳ ଉପାଧ୍ୟକ୍ଷ ନିରଞ୍ଜନ ରଥ, ଗୋପବନ୍ଧୁଙ୍କ ଆତ୍ମୀୟ ଧୀରେନ୍ଦ୍ର ନାଥ ଦାସ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ। ସଂସ୍କୃତି ବିଭାଗ ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। ଜଗତ୍‌ସିଂହପୁର ଏମ୍‌ପି ଡ. ରାଜଶ୍ରୀ ମଲ୍ଲିକ, ୫-ଟି ସଚିବ ଭି.କେ. ପାଣ୍ଡିଆନ, ପିପିଲି ବିଧାୟକ ରୁଦ୍ରପ୍ରତାପ ମହାରଥୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ପୁରୀ ଜିଲାପାଳ ସମର୍ଥ ବର୍ମା ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରକଳ୍ପ କାର୍ଯ୍ୟ ୨ବର୍ଷ ମଧ୍ୟରେ ଶେଷ ହୋଇଛି। ଗୋପବନ୍ଧୁଙ୍କ ଷଠିଘର ସମେତ ପୈତୃକ ବାସଭବନର ପୁନରୁଦ୍ଧାର, ସଂରକ୍ଷଣ ଏବଂ ସୌନ୍ଦର୍ଯ୍ୟକରଣ କରାଯାଇଛି। ପ୍ରାୟ ୭ ଏକର ଜମିରେ ଗୋପବନ୍ଧୁ ସ୍ମୃତି ସଂଗ୍ରହାଳୟ ଏବଂ ଶିଶୁ ପ୍ରମୋଦ ଉଦ୍ୟାନ ନିର୍ମାଣ କରାଯାଇଛି । ଏପରି କି ସେଠାରେ ଥିବା ପ୍ରାଚୀନ ପୁଷ୍କରିଣୀର ପୁନରୁଦ୍ଧାର କରାଯାଇଛି। ଲୋକେଶ୍ୱର ମହାଦେବଙ୍କ ମନ୍ଦିର ପୁନଃ ନିର୍ମାଣ ହୋଇଛି। ପ୍ରାୟ ୧୦ ଫୁଟ ଉଚ୍ଚର ପିଣ୍ଡି ଉପରେ ୧୫ ଫୁଟ ଉଚ୍ଚତାର ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ପ୍ରତିଷ୍ଠା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସୁଆଣ୍ଡୋ ଗସ୍ତକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା। ଏହି ଅବସରରେ ଗୋପବନ୍ଧୁଙ୍କ ଆତ୍ମୀୟମାନଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

ବିରାଟ କୋହଲିଙ୍କ କ୍ରେଜ ଦେଖିଛନ୍ତି? ମାତ୍ର ୨୪ ଘଣ୍ଟା ମଧ୍ୟରେ ବିକ୍ରି ହୋଇଯାଇଥିଲା ପ୍ରଥମ ଦିନିକିଆ ମ୍ୟାଚ ପାଇଁ ୫୦,୦୦୦ ଟିକେଟ

ନୂଆଦିଲ୍ଲୀ,୧୯।୯: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ ତିନୋଟି ODI (ଏକଦିବସୀୟ) ଏବଂ ପାଞ୍ଚୋଟି T20I ମ୍ୟାଚ ବିଶିଷ୍ଟ ସିରିଜ ପାଇଁ ଭାରତ ଗସ୍ତ କରୁଛି। ଏହି ଗସ୍ତ ସେପ୍ଟେମ୍ବର…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

ବିଧାୟକ ନିରଞ୍ଜନ ପୂଜାରୀଙ୍କ କାର୍‌କୁ ଅଣ୍ଡାମାଡ଼

ସୋନପୁର,୧୯ା୯(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କାର୍‌ ଉପରକୁ ଶୁକ୍ରବାର ସନ୍ଧ୍ୟାରେ ଅଣ୍ଡାମାଡ଼ ହୋଇଛି। ପ୍ରଥମେ ତରଭା ବ୍ଲକର ଦେଉଳପଦର ଛକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?