ଗୋପିକା ବର୍ମା ପାଇଲେ ‘ମାହାରୀ ସମ୍ମାନ’

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଗୁରୁ ପଙ୍କଜ ଚରଣ ଓଡ଼ିଶୀ ପ୍ରତିଷ୍ଠାନ ପକ୍ଷରୁ ରବୀନ୍ଦ୍ର ମଣ୍ଡପରେ ୩ଦିନ ଧରି ଚାଲିଥିବା ‘ଗୁରୁ ପଙ୍କଜ ଉତ୍ସବ’ ରବିବାର ଶେଷ ହୋଇଛି। ଉଦ୍‌ଯାପନୀ ସାରେ ମୋହିନୀ ଆଟ୍ଟମ୍‌ ନୃତ୍ୟାଙ୍ଗନା ଗୋପିକା ବର୍ମାଙ୍କୁ ଚଳିତ ବର୍ଷର ‘ମାହାରୀ ସମ୍ମାନ’ରେ ସମ୍ମାନିତ କରାଯାଇଛି। ଅତିଥି ଭାବେ ଏସ୍‌ବିଆଇର ମହାପ୍ରବନ୍ଧକ ଉତ୍ତମ ହାଜରା ଚୌଧୁରୀ ଓ ସଂସ୍କୃତି ପୃଷ୍ଠପୋଷକ ଅଶୋକ କୁମାର ତ୍ରିପାଠୀ ଯୋଗ ଦେଇ ଏହି ମର୍ଯ୍ୟାଦାଜନକ ସମ୍ମାନ ପ୍ରଦାନ କରିଥିଲେ। ଅନୁଷ୍ଠାନର ନିର୍ଦ୍ଦେଶକ ଶରତ ଦାସ ସ୍ବାଗତ ଭାଷଣ ଓ ସଭାପତି ବଟକୃଷ୍ଣ ତ୍ରିପାଠୀ ଧନ୍ୟବାଦ ଦେଇଥିଲେ।
ନୃତ୍ୟାଙ୍ଗନା ବର୍ମାଙ୍କ ସତ୍ୟାଭାମା ନୃତ୍ୟାଭିନୟରୁ ସାର ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପରେ ଶିଳ୍ପୀ ଶୁଭ୍ରା ମାଇଟି ଘୋଷ ଶୁଦ୍ଧ ନୃତ୍ୟ ପଲ୍ଲବୀ ଉପସ୍ଥାପନ କରିଥିଲେ। ଓଡ଼ିଶୀ ନୃତ୍ୟରେ ଶିଳ୍ପୀ ପୂଜା କାଲେଙ୍କର ଶଙ୍କରାଭରଣ ପଲ୍ଲବୀ ଓ ଅଭିନୟରେ ଲୀଳାନିଧି ହେ..ବେଶ ମନଛୁଆଁ ଥିଲା। ଶିଳ୍ପୀ ଡ. ଶୁଭଶ୍ରୀ ପଟ୍ଟନାୟକଙ୍କ ପରିବେଷିତ ଅଭିନୟ ଶ୍ୟାମହେ ସତ କୁହ.. ଭାବ ଓ ଆବେଗକୁ ପରଷି ଦେଇଥିଲା। ଶିଳ୍ପୀ ସୋନାଲି ମହାନ୍ତିଙ୍କ ରାଗଶ୍ରୀ ପଲ୍ଲବୀ ସାର ଅନ୍ତିମ କାର୍ଯ୍ୟକ୍ରମ ଥିଲା। କାର୍ଯ୍ୟକ୍ରମକୁ ଡ. ମୃତ୍ୟୁଞ୍ଜୟ ରଥ ସଂଯୋଜନା କରିଥିବାବେଳେ ସୁହାଗ ନଳିନୀ ଦାସ ଓ ବିନୋଦିନୀ ଦାସ, ଚିରାଗ ଚିରଞ୍ଜିବୀ ଓ ସିଦ୍ଧାନ୍ତ ଦାସ ପରିଚାଳନାରେ ସହାୟତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri