୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ମେଘପୁର ଗାଁର ୮୨ ବର୍ଷୀୟ ଗୋପୀନାଥ ବିଶ୍ୱାଳ। ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ଦୂର ନିରନ୍ତର ଶିକ୍ଷା ମାଧ୍ୟମରେ ଗୋପୀନାଥ ଓଡ଼ିଆ ଭାଷା ସାହିତ୍ୟରେ ପ୍ରଥମ ଶ୍ରେଣୀରେ ଏମ୍‌ଏ ପାସ୍‌ କରିଛନ୍ତି। ଆଗକୁ ଓଡ଼ିଆ ବିଷୟରେ ପିଏଚଚ୍‌ଡି (ଗବେଷଣା) କରିବାକୁ ଲକ୍ଷ୍ୟ ରଖିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ ଅଞ୍ଚଳର ଶିକ୍ଷାବିତ୍‌, ବୁଦ୍ଧିଜୀବୀ ତଥା ବୟସ୍କଙ୍କ ମହଲରେ ଉଦାହରଣ ସାଜିଛନ୍ତି। ସବୁବର୍ଗଙ୍କ ପାଇଁ ପାଠ ପଢ଼ିବାର ବୟସ ସୀମା ନ ଥାଏ ବୋଲି ଗୋପୀନାଥ କହିଛନ୍ତି।
ଗୋପୀନାଥ ଆୟତନ ଏମ୍‌.ଇ. ବିଦ୍ୟାଳୟରୁ ୭ମ ପାସ୍‌ ପରେ ଘରୋଇ ଭାବେ ମାଟ୍ରିକ, ଯୁକ୍ତ ୨, ବି.ଏ. ବିଇଡି ଓ ଶେଷରେ ବୃତ୍ତିରୁ ଅବସର ନେବା ପରେ ଏବେ ଏମ୍‌ଏ ପାସ୍‌ କରିଛନ୍ତି। ଗୋପୀନାଥ ୭ମ ଶ୍ରେଣୀ ପାସ ପରେ ଡେଙ୍ଗସର୍ଗୀ ଆଶ୍ରମ ପ୍ରାଥମିକ ବିଦ୍ୟାଳୟ ସମ୍ବଲପୁରରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ପରେ ରାଜକନିକା କୂଳସାହି ସେବାଶ୍ରମ ହାଇସ୍କୁଲ, କେନ୍ଦ୍ରାପଡ଼ାରୁ ପ୍ରଧାନ ଶିକ୍ଷକ ପଦବୀରୁ ୨୦୦୦ ମସିହାରେ ଅବସର ଗ୍ରହଣ କରିଛନ୍ତି। ବର୍ତ୍ତମାନ ସେ ରାଜକନିକାର ବିଭିନ୍ନ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସହ ସକ୍ରିୟ ଭାବେ ଯୋଡ଼ି ହୋଇରହିଛନ୍ତି। ବୟସର ଅପରାହ୍ଣରେ ପହଞ୍ଚି ମଧ୍ୟ ତାଙ୍କର ଏହି ଦୃଢ଼ ଇଚ୍ଛାଶକ୍ତିକୁ ରାଜକନିକାବାସୀ ପ୍ରଶଂସା କରିଛନ୍ତି। ତାଙ୍କର କୃତିିତ୍ୱକୁ ନେଇ ପ୍ରାଧ୍ୟାପକ ବୈକୁଣ୍ଠ ନାଥ ପରିଡ଼ା, ପ୍ରାଧ୍ୟାପକ ସୁରେଶ ଚନ୍ଦ୍ର ମିଶ୍ର, ପ୍ରାଧ୍ୟାପକ ହଳଧର ବେହେରା, ଲକ୍ଷ୍ମୀଧର ବିଶ୍ୱାଳ, ଉତ୍କଳ ଆର୍ଟ ପ୍ରେସ୍‌ର ପ୍ରତିଷ୍ଠାତା ନରହରି ଦାଶ, ଇଂ. ବିପିନ୍‌ ବିହାରୀ ରାଉତ, ବିଧାନ ଦାସ, ଅବସରପ୍ରାପ୍ତ ଶିକ୍ଷକ କାଳୀପ୍ରସାଦ ନାୟକ, ପରିବେଶବିତ୍‌ ଗୋପୀନାଥ ଦାଶ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri