୮୨ ବର୍ଷରେ ଓଡ଼ିଆରେ ଏମ୍‌ଏ ପାସ୍‌ କଲେ ଗୋପୀନାଥ

ରାଜକନିକା,୩୦ା୧୦(ସଞ୍ଜୟ କୁମାର ଦାଶ)ପାଠ ପଢ଼ିବାର ବୟସସୀମା ନ ଥାଏ। ସେଥିପାଇଁ ଦୃଢ଼ ଇଚ୍ଛାଶକ୍ତି ଓ ମନୋବଳର ଆବଶ୍ୟକତା ଅଛି। ବୟସ ଯେତେ ବି ହେଉ କୌଣସି ପ୍ରତିବନ୍ଧକ ସୃଷ୍ଟି କରି ପାରେନାହିଁ ବୋଲି ପ୍ରମାଣିତ କରିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ମେଘପୁର ଗାଁର ୮୨ ବର୍ଷୀୟ ଗୋପୀନାଥ ବିଶ୍ୱାଳ। ସମ୍ବଲପୁର ବିଶ୍ୱବିଦ୍ୟାଳୟରୁ ଦୂର ନିରନ୍ତର ଶିକ୍ଷା ମାଧ୍ୟମରେ ଗୋପୀନାଥ ଓଡ଼ିଆ ଭାଷା ସାହିତ୍ୟରେ ପ୍ରଥମ ଶ୍ରେଣୀରେ ଏମ୍‌ଏ ପାସ୍‌ କରିଛନ୍ତି। ଆଗକୁ ଓଡ଼ିଆ ବିଷୟରେ ପିଏଚଚ୍‌ଡି (ଗବେଷଣା) କରିବାକୁ ଲକ୍ଷ୍ୟ ରଖିଛନ୍ତି। ତାଙ୍କର ଏହି କୃତିତ୍ୱ ପାଇଁ ଅଞ୍ଚଳର ଶିକ୍ଷାବିତ୍‌, ବୁଦ୍ଧିଜୀବୀ ତଥା ବୟସ୍କଙ୍କ ମହଲରେ ଉଦାହରଣ ସାଜିଛନ୍ତି। ସବୁବର୍ଗଙ୍କ ପାଇଁ ପାଠ ପଢ଼ିବାର ବୟସ ସୀମା ନ ଥାଏ ବୋଲି ଗୋପୀନାଥ କହିଛନ୍ତି।
ଗୋପୀନାଥ ଆୟତନ ଏମ୍‌.ଇ. ବିଦ୍ୟାଳୟରୁ ୭ମ ପାସ୍‌ ପରେ ଘରୋଇ ଭାବେ ମାଟ୍ରିକ, ଯୁକ୍ତ ୨, ବି.ଏ. ବିଇଡି ଓ ଶେଷରେ ବୃତ୍ତିରୁ ଅବସର ନେବା ପରେ ଏବେ ଏମ୍‌ଏ ପାସ୍‌ କରିଛନ୍ତି। ଗୋପୀନାଥ ୭ମ ଶ୍ରେଣୀ ପାସ ପରେ ଡେଙ୍ଗସର୍ଗୀ ଆଶ୍ରମ ପ୍ରାଥମିକ ବିଦ୍ୟାଳୟ ସମ୍ବଲପୁରରେ ଶିକ୍ଷକତା ଜୀବନ ଆରମ୍ଭ କରିଥିଲେ। ପରେ ରାଜକନିକା କୂଳସାହି ସେବାଶ୍ରମ ହାଇସ୍କୁଲ, କେନ୍ଦ୍ରାପଡ଼ାରୁ ପ୍ରଧାନ ଶିକ୍ଷକ ପଦବୀରୁ ୨୦୦୦ ମସିହାରେ ଅବସର ଗ୍ରହଣ କରିଛନ୍ତି। ବର୍ତ୍ତମାନ ସେ ରାଜକନିକାର ବିଭିନ୍ନ ସାମାଜିକ ତଥା ସାଂସ୍କୃତିକ ଅନୁଷ୍ଠାନ ସହ ସକ୍ରିୟ ଭାବେ ଯୋଡ଼ି ହୋଇରହିଛନ୍ତି। ବୟସର ଅପରାହ୍ଣରେ ପହଞ୍ଚି ମଧ୍ୟ ତାଙ୍କର ଏହି ଦୃଢ଼ ଇଚ୍ଛାଶକ୍ତିକୁ ରାଜକନିକାବାସୀ ପ୍ରଶଂସା କରିଛନ୍ତି। ତାଙ୍କର କୃତିିତ୍ୱକୁ ନେଇ ପ୍ରାଧ୍ୟାପକ ବୈକୁଣ୍ଠ ନାଥ ପରିଡ଼ା, ପ୍ରାଧ୍ୟାପକ ସୁରେଶ ଚନ୍ଦ୍ର ମିଶ୍ର, ପ୍ରାଧ୍ୟାପକ ହଳଧର ବେହେରା, ଲକ୍ଷ୍ମୀଧର ବିଶ୍ୱାଳ, ଉତ୍କଳ ଆର୍ଟ ପ୍ରେସ୍‌ର ପ୍ରତିଷ୍ଠାତା ନରହରି ଦାଶ, ଇଂ. ବିପିନ୍‌ ବିହାରୀ ରାଉତ, ବିଧାନ ଦାସ, ଅବସରପ୍ରାପ୍ତ ଶିକ୍ଷକ କାଳୀପ୍ରସାଦ ନାୟକ, ପରିବେଶବିତ୍‌ ଗୋପୀନାଥ ଦାଶ ପ୍ରମୁଖ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?