ଭୁବନେଶ୍ୱର, ୩୧।୧(ସୁନିତ୍ ମିଶ୍ର): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ରେଳ ମନ୍ତ୍ରଣାଳୟ ‘ଗୋରଖପୁର ହଟିଆ -ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ’ ଚଳାଚଳକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରିଛି। ଏହି ପଦକ୍ଷେପ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ସମେତ ଆଖପାଖ ଜିଲାର ଯାତ୍ରୀ ସୁବିଧାକୁ ସୁଗମ କରିବ ବୋଲି ଧର୍ମେନ୍ଦ୍ର କହିଛନ୍ତି। ଧର୍ମେନ୍ଦ୍ର ଏହି ଅଞ୍ଚଳର ଜନସାଧାରଣଙ୍କ ଯାତାୟତକୁ ଦୃଷ୍ଟିରେ ରଖି ଗତ ଡିସେମ୍ବର ୯, ୨୦୨୨ ଓ ଚଳିତ ଜାନୁଆରୀ ୦୩, ୨୦୨୪ରେ ଚିଠି ଲେଖି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଟ୍ରେନର ଚଳାଚଳକୁ ସମ୍ବଲପୁର ସମ୍ପ୍ରସାରଣ ନେଇ ଅନୁରୋଧ କରିଥିଲେ। ୨ଟି ଚିଠିରେ କେନ୍ଦ୍ରମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ବିହାର ଏବଂ ପୂର୍ବ ଉତ୍ତରପ୍ରଦେଶର ପ୍ରାୟ ୪ ଲକ୍ଷ ଲୋକ ପଶ୍ଚିମ ଓଡ଼ିଶାରେ ବସବାସ କରନ୍ତି। ସମ୍ବଲପୁର ଜିଲାରେ ପ୍ରାୟ ୧.୫ ଲକ୍ଷ ଲୋକ ରହୁଛନ୍ତି। ନିଜ ବାସସ୍ଥାନକୁ ଯିବା ପାଇଁ ସିଧାସଳଖ ଟ୍ରେନ ନ ଥିବା ଯୋଗୁ ସେମାନେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଚିଠିର ଉତ୍ତରରେ ଦକ୍ଷିଣ ପୂର୍ବ ରେଳବାଇ ବିଭାଗ ଏକ ବିଜ୍ଞପ୍ତି ଜାରି କରି ଧର୍ମେନ୍ଦ୍ରଙ୍କ ପ୍ରସ୍ତାବକ୍ରମେ ଗୋରଖପୁର ହାଟିଆ-ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସକୁ ସମ୍ବଲପୁର ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯାଇଥିବା ଦର୍ଶାଇଛି। ଏହି ଟ୍ରେନ ହାଟିଆରୁ ବାହାରି ରାଉରକେଲା, ଝାରସୁଗୁଡ଼ା ଓ ସମ୍ବଲପୁର ଷ୍ଟେସନରେ ରହଣି ନେଇ ନିଷ୍ପତ୍ତି ନିଆଯାଇଥିବା ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ରମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହି ପରିପ୍ରେକ୍ଷୀରେ ଲୋକଙ୍କ ଦାବିକୁ ପୂରଣ କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳ ମନ୍ତ୍ରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି।
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
ନମ୍ବର ସେଭ୍ ନ କରି କରିପାରିବେ WhatsAppରେ ଚାଟ୍, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…
Archives

