Posted inଜାତୀୟ

ଗୋରଖପୁର ଆକ୍ରମଣରେ ଆହତ ପୋଲିସକର୍ମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଗୋରଖପୁରରେ ପହଞ୍ଚିଛନ୍ତି। ଗୋରଖପୁରରେ ପହଞ୍ଚିବା ପରେ ବିଆର୍‌ଡି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଯାଇ ଆହତ ପୋଲିସ କର୍ମୀଙ୍କୁ ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିଛନ୍ତି। ସୂଚନାଯୋଗ୍ୟ, ଗୋରଖନାଥ ମନ୍ଦିର ବାହାରେ ଆତଙ୍କବାଦୀ ଘଟଣା ଘଟାଇବା ପାଇଁ ଆକ୍ରମଣକାରୀ ମନ୍ଦିର ପରିସରରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ଯାହାକୁ ପିଏସି ଏବଂ ପୋଲିସ କର୍ମଚାରୀ ସଫଳ ହେବାକୁ ଦେଇ ନ ଥିଲେ। ତେବେ ଉକ୍ତ ଘଟଣାରେ ୨ଜଣ ପିଏସି କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି ବୋଲି ଅଧିକାରୀ କହିଛନ୍ତି। ଏହି ଆକ୍ରମଣ ଘଟଣାରେ ଏଟିଏସ୍‌ ଏବଂ ଏସ୍‌ଟିଏଫ ମିଳିତ ଭାବେ ଯାଞ୍ଚ କରୁଥିବା ଜଣାପଡ଼ିଛି। ଇତିମଧ୍ୟରେ ଅଭିଯୁକ୍ତ ଅହମ୍ମଦ ମୁର୍ତଜାଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୧୪ ଦିନିଆ ନ୍ୟାୟିକ ରିମାଣ୍ଡରେ ପଠାଇଛନ୍ତି। ଏହି ଆକ୍ରମଣ ଏକ ଗୁରୁତର ଷଡ଼ଯନ୍ତ୍ରର ଏକ ଅଂଶ। ତେବେ ଉପଲବ୍ଧ ତଥ୍ୟକୁ ଆଧାର କରି ଏହା ଏକ ଆତଙ୍କବାଦୀ ଘଟଣା ବୋଲି ଲକ୍ଷ୍ନୌରେ ଅତିରିକ୍ତ ମୁଖ୍ୟ ସଚିବ ଗୃହ ଅବନୀଶ ଅୱସ୍ତି ଏବଂ ପୋଲିସର ଅତିରିକ୍ତ ମହାନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପିଏସି ଗୋପାଳ ଗୌଡ ଓ ଅନିଲ ପାସୱାନ ତଥା ନାଗରିକ ପୋଲିସ କର୍ମୀ ଅନୁରାଗ ରାଜପୁତଙ୍କୁ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri