Posted inଜାତୀୟ

ଗୋରଖପୁର ଆକ୍ରମଣରେ ଆହତ ପୋଲିସକର୍ମୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋମବାର ଗୋରଖପୁରରେ ପହଞ୍ଚିଛନ୍ତି। ଗୋରଖପୁରରେ ପହଞ୍ଚିବା ପରେ ବିଆର୍‌ଡି ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଯାଇ ଆହତ ପୋଲିସ କର୍ମୀଙ୍କୁ ଭେଟିଛନ୍ତି। ଏଥିସହ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିଛନ୍ତି। ସୂଚନାଯୋଗ୍ୟ, ଗୋରଖନାଥ ମନ୍ଦିର ବାହାରେ ଆତଙ୍କବାଦୀ ଘଟଣା ଘଟାଇବା ପାଇଁ ଆକ୍ରମଣକାରୀ ମନ୍ଦିର ପରିସରରେ ପ୍ରବେଶ କରିବାକୁ ଉଦ୍ୟମ କରୁଥିଲେ। ଯାହାକୁ ପିଏସି ଏବଂ ପୋଲିସ କର୍ମଚାରୀ ସଫଳ ହେବାକୁ ଦେଇ ନ ଥିଲେ। ତେବେ ଉକ୍ତ ଘଟଣାରେ ୨ଜଣ ପିଏସି କର୍ମଚାରୀ ଗୁରୁତର ଭାବେ ଆହତ ହୋଇଛନ୍ତି ବୋଲି ଅଧିକାରୀ କହିଛନ୍ତି। ଏହି ଆକ୍ରମଣ ଘଟଣାରେ ଏଟିଏସ୍‌ ଏବଂ ଏସ୍‌ଟିଏଫ ମିଳିତ ଭାବେ ଯାଞ୍ଚ କରୁଥିବା ଜଣାପଡ଼ିଛି। ଇତିମଧ୍ୟରେ ଅଭିଯୁକ୍ତ ଅହମ୍ମଦ ମୁର୍ତଜାଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କୋର୍ଟ ତାଙ୍କୁ ୧୪ ଦିନିଆ ନ୍ୟାୟିକ ରିମାଣ୍ଡରେ ପଠାଇଛନ୍ତି। ଏହି ଆକ୍ରମଣ ଏକ ଗୁରୁତର ଷଡ଼ଯନ୍ତ୍ରର ଏକ ଅଂଶ। ତେବେ ଉପଲବ୍ଧ ତଥ୍ୟକୁ ଆଧାର କରି ଏହା ଏକ ଆତଙ୍କବାଦୀ ଘଟଣା ବୋଲି ଲକ୍ଷ୍ନୌରେ ଅତିରିକ୍ତ ମୁଖ୍ୟ ସଚିବ ଗୃହ ଅବନୀଶ ଅୱସ୍ତି ଏବଂ ପୋଲିସର ଅତିରିକ୍ତ ମହାନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି। ଅନ୍ୟପଟେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପିଏସି ଗୋପାଳ ଗୌଡ ଓ ଅନିଲ ପାସୱାନ ତଥା ନାଗରିକ ପୋଲିସ କର୍ମୀ ଅନୁରାଗ ରାଜପୁତଙ୍କୁ ୫ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ମଦନପୁର କଲେଜ ଛାତ୍ର ସଂସଦ ନିର୍ବାଚନ ବାତିଲ

ରାଜନଗର, ୧୧।୧୦ (ଭାସ୍କର ରାଉତରାୟ): ସ୍ଥାନୀୟ ୟୁ. କେ. ମହାବୀର ମହାବିଦ୍ୟାଳୟରେ ଶନିବାର ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଗଣ୍ଡଗୋଳ ଓ ମାରପିଟ ଘଟିଥିବା ଅଭିଯୋଗ…

ଏଇ ଭାରତରେ

ନିଶା ବିନାଶର କାରଣ- ଏହିି କଥାକୁ ଭଲ ଭାବେ ହୃଦୟଙ୍ଗମ କରିଛନ୍ତି ହିମାଚଳପ୍ରଦେଶର ଲତା ଦେବୀ। ସେ ବାମସନ୍‌ ବ୍ଲକ ବାହ୍ଲୋ ପଞ୍ଚାୟତର ସରପଞ୍ଚ ଭାବେ ୫ଟି…

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜିଠୁ ନବରାତ୍ରି ଆରମ୍ଭ: ୪ ରାଶିଙ୍କ ଭାଗ୍ୟରେ ଲାଗିଲା ଚାରିଚାନ୍ଦ, ଦଶହରା ସୁଦ୍ଧା ଚାକିରି-ବ୍ୟବସାୟରେ…

ଭୁବନେଶ୍ୱର: ମା’ ଦୁର୍ଗାଙ୍କ ଆରାଧନାର ପବିତ୍ର ପର୍ବ ଶାରଦୀୟ ନବରାତ୍ରିକୁ ନେଇ ଭକ୍ତଙ୍କ ମଧ୍ୟରେ ବିଶେଷ ଉତ୍ସାହ ରହିଥାଏ। ଚଳିତ ବର୍ଷ ୨୦୨୬ ଅକ୍ଟୋବର ୧୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?